Biblia Todo Logo
Bib sou entènèt

- Piblisite -




ଗୀତସଂହିତା 141:5 - ପବିତ୍ର ବାଇବଲ

5 ଗୋଟିଏ ଧାର୍ମିକ ଲୋକ ମୋତେ ସୁଧାରି ପାରେ। ତାହା ତାଙ୍କ ପ୍ରତି ବହୁତ ଦୟା ହେବ। ଯଦି ସେ ମୋତେ ସମାଲୋଚନା କରେ, ମୁଁ ଏହା ହାର୍ଦ୍ଦିକ ସ୍ୱାଗତ ଭଳି ଗ୍ରହଣ କରିବି। କିନ୍ତୁ ମୁଁ ସର୍ବଦା ଦୁଷ୍ଟମାନେ କରୁଥିବା କୁକର୍ମ ବିରୁଦ୍ଧରେ ପ୍ରାର୍ଥନା କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ଵରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।

Gade chapit la Kopi

ଓଡିଆ ବାଇବେଲ

5 ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋ’ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋ’ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।

Gade chapit la Kopi




ଗୀତସଂହିତା 141:5
23 Referans Kwoze  

ଜଣେ ମୂର୍ଖର ଗୀତ ଶୁଣିବାଠାରୁ ଜଣେ ଜ୍ଞାନୀ ଲୋକଙ୍କଠାରୁ ଭର୍ତ୍ସନା ଶୁଣିବା ଭଲ।


“ମୁଁ ଯେଉଁମାନଙ୍କୁ ପ୍ରେମ କରେ ସେମାନଙ୍କୁ ସଂଶୋଧନ କରେ ଓ ଦଣ୍ଡ ଦିଏ। ତେଣୁ କଠିନ ଚେଷ୍ଟା କର। ନିଜ ହୃଦୟ ଓ ନିଜ ଜୀବନ ପରିବର୍ତ୍ତନ କର।


ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରିପାରେ। ସେତେବେଳେ ତୁମ୍ଭେମାନେ ଆତ୍ମିକ ଲୋକ ହୋଇଥିବାରୁ, ଭଦ୍ରତା ସହକାରେ ଭୁଲକାର୍ଯ୍ୟ କରୁଥିବା ଲୋକଟିକୁ ସଂଶୋଧନ ହେବା ପାଇଁ ସାହାଯ୍ୟ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭେମାନେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷାରେ ପଡ଼ି ନ ଯାଅ।


ଯଦି ଜଣେ ଜ୍ଞାନୀ ଲୋକର ଗାଳି ପରି ଧ୍ୟାନ ଦିଅ, ଏହା ଖାଣ୍ଟି ସୁବର୍ଣ୍ଣର ମୁଦିଠାରୁ କିମ୍ବା ସବୁଠୁ ଖାଣ୍ଟି ସୁବର୍ଣ୍ଣର ଅନ୍ୟାନ୍ୟ ଅଳଙ୍କାରଠାରୁ ମୂଲ୍ୟବାନ ଅଟେ।


ନିନ୍ଦକକୁ ପ୍ରହାର କଲେ, ନିର୍ବୋଧଲୋକ ସତର୍କତା ଶିକ୍ଷା କରିବ। ଯଦି ତୁମ୍ଭେ ବୁଦ୍ଧିମାନ୍ ବ୍ୟକ୍ତିକୁ ଭର୍ତ୍ସନା କରିବ, ସେ ଅଧିକ ଶିକ୍ଷା ଲାଭ କରିବ।


ଅଜ୍ଞାନ ଆପଣା ପିତାର ଶାସନକୁ ଅବହେଳା କରେ, ମାତ୍ର ବିଜ୍ଞୋଚିତ ବ୍ୟକ୍ତି ଭର୍ତ୍ସନାକୁ ଆଦର ସହ ଗ୍ରହଣ କରନ୍ତି।


ଭବିଷ୍ୟ‌ଦ୍‌ବକ୍ତା ଯେତେବେଳେ ଏହି କଥା କହିଲେ, ଅମତ୍‌ସିୟ ସେହି ଭବିଷ୍ୟ‌ଦ୍‌ବକ୍ତାଙ୍କୁ କହିଲେ, “ତୁମ୍ଭେ ରାଜାଙ୍କର ଜଣେ ପରାମର୍ଶଦାତା ନୁହଁ। ନୀରବ ରୁହ! ଯଦି ତୁମ୍ଭେ ନୀରବ ନ ରୁହ, ତେବେ ତୁମ୍ଭକୁ ହତ୍ୟା କରାଯିବ!” ଭବିଷ୍ୟ‌ଦ୍‌ବକ୍ତା ନୀରବ ହୋଇଗଲେ, କିନ୍ତୁ ତା'ପରେ କହିଲେ, “ପରମେଶ୍ୱର ପ୍ରକୃତରେ ତୁମ୍ଭକୁ ବିନଷ୍ଟ କରିବା ନିମନ୍ତେ ସ୍ଥିର କରିଛନ୍ତି। କାରଣ ତୁମ୍ଭେ ସେହି ମନ୍ଦକାର୍ଯ୍ୟସବୁ କଲ ଓ ମୋର ଉପଦେଶ ଶୁଣିଲ ନାହିଁ।”


ତୁମ୍ଭ ପିତାମାତାଙ୍କର ଶିକ୍ଷା ଆଲୋକ ବର୍ତ୍ତୀକା ପରି ତୁମ୍ଭକୁ ସର୍ବଦା ସତ୍ ପଥରେ ଚଲାଇ ନେବ। ତାହା ତୁମ୍ଭକୁ ତାଲିମ ପ୍ରାପ୍ତ କରିବ ଓ ଜୀବନ ପଥରେ ଚଲାଇ ନେବ।


ସଦାପ୍ରଭୁ, ଉତ୍ତମ ଲୋକମାନଙ୍କ ପ୍ରତି ମଙ୍ଗଳ କର। ପବିତ୍ର ହୃଦୟ ସହିତ ଲୋକମାନଙ୍କର ମଙ୍ଗଳ କର।


ହେ ପରମେଶ୍ୱର, ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର। ତୁମ୍ଭେ ଯିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର।


ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ। ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ। ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।


କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତ୍ରୁକୁ ମଧ୍ୟ ପ୍ରେମ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପ୍ରାର୍ଥନା କର।


ମନ୍ତ୍ରଣା ଅଭାବରେ ସଙ୍କଳ୍ପ ବିଫଳ ହୁଏ। ମାତ୍ର ବହୁତ ମନ୍ତ୍ରଣାଦ୍ୱାରା ତାହା ସ୍ଥିରୀକୃତ ହୁଏ।


“ତୁମ୍ଭେ ହୃଦୟରେ ଆପଣା ଭାଇ ପ୍ରତି ଘୃଣାଭାବ ରଖିବ ନାହିଁ। ଯଦି ତୁମ୍ଭର ପଡ଼ୋଶୀ ତୁମ୍ଭ ପ୍ରତି କିଛି ଅନ୍ୟାୟ କରେ ତେବେ ତାକୁ ଅନୁଯୋଗ କରିବ, ମାତ୍ର ତାକୁ କ୍ଷମା ଦେବ। ତା'ହେଲେ ତୁମ୍ଭେ ପାପର ଭାଗି ହେବ ନାହିଁ।


ଯଦି ଜଣେ ଜ୍ଞାନୀ ହେବାକୁ ଗ୍ଭହେଁ, ସେ ତା'ର ଭୁଲକୁ ଠିକ୍ କରିବାକୁ ଭଲ ପାଏ। ଯେଉଁ ଲୋକ ଅନୁଯୋଗ ଘୃଣା କରେ ସେ ମୂର୍ଖ।


Swiv nou:

Piblisite


Piblisite