Biblia Todo Logo
Bib sou entènèt

- Piblisite -




ଗୀତସଂହିତା 142:2 - ପବିତ୍ର ବାଇବଲ

2 ମୁଁ ସଦାପ୍ରଭୁଙ୍କୁ ମୋର ସମସ୍ୟା ବିଷୟରେ କହିବି। ମୋର ଅସୁବିଧାସକଳ ବିଷୟରେ ସଦାପ୍ରଭୁଙ୍କୁ କହିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।

Gade chapit la Kopi

ଓଡିଆ ବାଇବେଲ

2 ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।

Gade chapit la Kopi




ଗୀତସଂହିତା 142:2
10 Referans Kwoze  

ଆତ୍ମା ମଧ୍ୟ ଆମକୁ ସାହାଯ୍ୟ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତାରେ ଆମ୍ଭକୁ ସାହାଯ୍ୟ କରୁଛନ୍ତି। କ’ଣ ଓ କିପରି ପ୍ରାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ୱରଙ୍କୁ ଆମ୍ଭ ପାଇଁ ପ୍ରାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ୱରଙ୍କଠାରେ ନିବେଦନ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ୱରଙ୍କୁ କୁହନ୍ତି ତାହା ଶବ୍ଦରେ ବର୍ଣନା କରା ଯାଇ ପାରିବ ନାହିଁ।


ହେ ସଦାପ୍ରଭୁ, ସଙ୍କଟ ସମୟରେ ସେମାନେ ତୁମ୍ଭକୁ ପ୍ରାର୍ଥନା କରିଛନ୍ତି। ଯେତେବେଳେ ତୁମ୍ଭେ ସେମାନଙ୍କୁ ଶାସ୍ତି ଦେଲ, ସେମାନେ ତୁମ୍ଭଙ୍କୁ ପ୍ରାର୍ଥନାରେ ଡାକିଲେ।


ଖ୍ରୀଷ୍ଟ ଜଗତରେ ଥିଲାବେଳେ ଯେ, ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେହି ପରମେଶ୍ୱରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେହେତୁ ଯୀଶୁ ପରମେଶ୍ୱରଙ୍କ ଇଚ୍ଛାନୁସାରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ୱର ତାହାଙ୍କ ପ୍ରାର୍ଥନାରେ ପ୍ରତ୍ୟୁତ୍ତର ଦେଇଥିଲେ।


ହେ ଲୋକମାନେ! ସବୁକାଳେ ପରମେଶ୍ୱରଙ୍କଠାରେ ନିର୍ଭର କର। ପରମେଶ୍ୱରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ। ପରମେଶ୍ୱର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରୟସ୍ଥଳ। ସେଲା


ଯେତେବେଳେ ମୁଁ ମନେ ପକାଏ, ମୋର ହୃଦୟ ବିଦୀର୍ଣ୍ଣ ହୋଇଯାଏ, ସେହି ସୁଦିନ ଗୁଡ଼ିକୁ ଯାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି। ଯେତେବେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗ୍ଭଲିଲି, ମୁଁ ମନେ ପକାଏ ସେହିସବୁ ଖୁସୀର ଦିନଗୁଡ଼ିକ ଓ ପ୍ରଶଂସାର ଗୀତ ସବୁ ଯାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।


ହେ ସଦାପ୍ରଭୁ, ତୁମ୍ଭେ ମୋର ଶକ୍ତିଶାଳୀ ଶୈଳ ସଦୃଶ। ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କରୁଛି। ତୁମ୍ଭେ ମୋ’ ପ୍ରତି ନୀରବ ହୁଅ ନାହିଁ। ଯଦି ମୋର ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ, ତାହାହେଲେ ଲୋକମାନେ ଭାବିବେ ମୁଁ ସେହି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ୟୁନ ହୁହେଁ।


Swiv nou:

Piblisite


Piblisite