Biblia Todo Logo
Bib sou entènèt

- Piblisite -




ଗୀତସଂହିତା 142:4 - ପବିତ୍ର ବାଇବଲ

4 ମୋର ଚତୁର୍ପାର୍ଶ୍ୱରେ କୌଣସି ବନ୍ଧୁଙ୍କୁ ପାଉ ନାହିଁ। ମୋତେ କେଉଁଠାକୁ ରକ୍ଷା ପାଇବାକୁ ଦୌଡ଼ି ଯିବାକୁ ସ୍ଥାନ ନାହିଁ। କୌଣସି ଲୋକ ମୋତେ ରକ୍ଷା କରିବା ପାଇଁ ଚେଷ୍ଟା କରନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମୋʼ ଦକ୍ଷିଣ ପାର୍ଶ୍ଵ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ମୋ’ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋ’ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।

Gade chapit la Kopi




ଗୀତସଂହିତା 142:4
19 Referans Kwoze  

କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘା’ସବୁ ସୁସ୍ଥ କରିବା। କାରଣ ସେମାନେ ତୁମ୍ଭକୁ ବାସନ୍ଦ ବା ଦୂରୀକୃତା ବୋଲି କହନ୍ତି। ‘ଆଉ ସିୟୋନକୁ କେହି ଗ୍ଭହାନ୍ତି ନାହିଁ।’”


ତୁମ୍ଭେ ମୋର ପ୍ରିୟ ଲୋକମାନଙ୍କୁ ମୋ'ଠାରୁ ଦୂରେଇ ରଖିଅଛ। ମୋ’ ପରିଚିତ ଲୋକମାନେ ଅନ୍ଧକାରରେ ରହିଅଛନ୍ତି।


ମୋର ଶତ୍ରୁମାନେ ମୋତେ ଘୃଣା କରନ୍ତି, ମୋର ପଡ଼ୋଶୀମାନେ ମଧ୍ୟ ମୋତେ ଘୃଣା କରନ୍ତି। ମୋର ବନ୍ଧୁବାନ୍ଧବମାନେ ରାସ୍ତାରେ ଦେଖା ହେଲେ ଭୟ କରି ମୋ'ଠାରୁ ଦୂରେଇ ଯାଆନ୍ତି।


କିନ୍ତୁ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନେ ଯେଉଁଭଳି ଲେଖିଥିଲେ, ସେହିଭଳି ହେବା ପାଇଁ ଏହିସବୁ କଥା ଘଟିଲା,” ତା'ପରେ ସମସ୍ତ ଶିଷ୍ୟମାନେ ଯୀଶୁଙ୍କୁ ଛାଡ଼ି ପଳାଇଗଲେ।


ମୋର ବନ୍ଧୁମାନେ ମୋତେ ଛାଡ଼ିଗଲେ, ମୁଁ ଅଛୁଆଁ ପରି ସେମାନେ ମୋ'ଠାରୁ ଦୂରେଇ ଗଲେ। ମୁଁ ଏକ ଗୃହରେ ବନ୍ଦୀ ଅଛି, ମୁଁ ବାହାରକୁ ଯାଇପାରିବି ନାହିଁ।


ଲଜ୍ଜା ମୋତେ ଖଣ୍ଡ ଖଣ୍ଡ କରି ଭାଙ୍ଗି ଦେଇଛି। କାରଣ ଲଜ୍ଜା ଯୋଗୁଁ ମୁଁ ମୃତ୍ୟୁବରଣ କରିବା ଉପରେ, ମୁଁ ସହାନୁଭୂତି ପାଇଁ ଡାକିଲି, କେହି ସହାନୁଭୂତି ଦେଖାଇଲେ ନାହିଁ। ମୁଁ ଲୋକମାନଙ୍କୁ ଖୋଜିଲି, କିନ୍ତୁ ଯେଉଁମାନେ ମୋତେ ସାନ୍ତ୍ୱନା ଦେଇ ପାରିବେ, କେହି ସହାନୁଭୂତି ଦେଖାଇଲେ ନାହିଁ।


ପ୍ରଥମଥର ନିଜକୁ ରକ୍ଷା କରିବା ପାଇଁ ମୁଁ ଅଦାଲତରେ ଠିଆ ହେଲାବେଳେ କୌଣସି ଲୋକ ମୋତେ ସମର୍ଥନ କରିବାକୁ ଆଗେଇ ଆସି ନ ଥିଲା। ସମସ୍ତେ ମୋତେ ଛାଡ଼ି ଗ୍ଭଲିଗଲେ। ମୁଁ ପ୍ରାର୍ଥନା କରେ ଯେ, ପ୍ରଭୁ ପରମେଶ୍ୱର ସେମାନଙ୍କୁ କ୍ଷମା କରନ୍ତୁ। କିନ୍ତୁ ପ୍ରଭୁ ମୋ’ ସହିତ ଥିଲେ।


କିନ୍ତୁ ଦାଉଦ ନିଜେ ଚିନ୍ତା କଲେ, “ମୁଁ ଦିନେ ଶାଉଲଙ୍କ ହାତରେ ଧରା ହେବି। ଏହା ସବୁଠୁ ଭଲ ହେବ। ମୁଁ ପଲେଷ୍ଟୀୟମାନଙ୍କ ଦେଶକୁ ଯାଇ ନିଜକୁ ରକ୍ଷା କରିବି। ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳ ଖୋଜି ନିରାଶ ହେବ। ଏହିପରି ଭାବରେ ମୁଁ ତାଙ୍କର ହସ୍ତରୁ ରକ୍ଷା ପାଇବି।”


ପୁଣି ମେଷପାଳକଗଣ ପଳାୟନ କରି ଲୁଚି ପାରିବେ ନାହିଁ। ସେମାନଙ୍କର ଅଧିପତିଗଣ ରକ୍ଷା ପାଇବେ ନାହିଁ।


ଦୁଷ୍ଟ ଲୋକମାନଙ୍କର ଚକ୍ଷୁ ସେମାନଙ୍କୁ ବିଫଳତା ଦେବ। ଦୁଷ୍ଟ ଲୋକ ସାହାଯ୍ୟ ପାଇଁ ହାତ ବଢ଼ାଇ ପାରନ୍ତି, କିନ୍ତୁ ସେମାନେ ତାଙ୍କ ଅସୁବିଧାରୁ ରକ୍ଷା ପାଇ ପାରିବେ ନାହିଁ। ସେମାନଙ୍କର ଆଶା କେବଳ ମୃତ୍ୟୁ ଆଡ଼କୁ ନେଇଯାଏ।”


କାରଣ ସଦାପ୍ରଭୁ କେବଳ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି, ଦୁଷ୍ଟ ଲୋକମାନଙ୍କର କାର୍ଯ୍ୟ ବିନଷ୍ଟ କରନ୍ତି।


ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋର ପରମେଶ୍ୱର। ହେ ସଦାପ୍ରଭୁ, ମୋର ପ୍ରାର୍ଥନାକୁ ଗ୍ରହଣ କର।


ମନ୍ଦ ଲୋକମାନେ ମୋ’ ପାଇଁ ଫାଶ ବସାନ୍ତି। ସେମାନଙ୍କର ଫାଶରେ ମୋତେ ପଡ଼ିବା ପାଇଁ ଦିଅ ନାହିଁ।


ମୁଁ ତ୍ୟାଗ କରିବାକୁ ପ୍ରସ୍ତୁତ। ମୁଁ ମୋର ସାହସ ହରାଉଛି।


ଯେତେବେଳେ ତୁମ୍ଭେ ହଠାତ୍ ଦଳେ ଚଢ଼ଉକାରୀ ସେମାନଙ୍କ ବିରୁଦ୍ଧରେ ଆଣ, ସେମାନଙ୍କର ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ। କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳି ଅଛନ୍ତି ଓ ମୋ’ ଚରଣ ପାଇଁ ଗୋପନରେ ଫାନ୍ଦ ବସାଇ ଅଛନ୍ତି।


“କେତେକ ଲୋକ ମୂଲ୍ୟହୀନ ପିତୁଳା ପୂଜା କରନ୍ତି କିନ୍ତୁ ସେହି ପିତୁଳା ସେମାନଙ୍କୁ କେବେ ସାହାଯ୍ୟ କରେ ନାହିଁ।


Swiv nou:

Piblisite


Piblisite