Biblia Todo Logo
Bib sou entènèt

- Piblisite -




ଗୀତସଂହିତା 15:1 - ପବିତ୍ର ବାଇବଲ

1 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ? କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରିବ?

Gade chapit la Kopi

ଓଡିଆ ବାଇବେଲ

1 ହେ ସଦାପ୍ରଭୁ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ?

Gade chapit la Kopi




ଗୀତସଂହିତା 15:1
20 Referans Kwoze  

ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସେମାନେ ଧନ୍ୟ, ସେମାନେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ। ସେଲା


ମୁଁ ଚିରଦିନ ତୁମ୍ଭ ତମ୍ବୁରେ ବାସ କରିବାକୁ ଗ୍ଭହେଁ। ମୁଁ ତୁମ୍ଭ ପକ୍ଷର ଛାୟାରେ ଆଶ୍ରୟ ନେବି। ସେଲା


ସେମାନେ ପରମେଶ୍ୱରଙ୍କ ମନ୍ଦିରର ଅଗଣାରେ ଅବସ୍ଥିତ ଅଙ୍କୁରିତ ଡାଳଗଛ ସ୍ୱରୂପ।


ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚା‌ଦ୍‌ଗାମୀ ହେବ। ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।


କିନ୍ତୁ ତୁମ୍ଭେମାନେ ସେହିପରି ଜାଗାକୁ ଆସିନାହଁ। ତୁମ୍ଭେମାନେ ଯେଉଁ ନୂତନ ଜାଗାକୁ ଆସିଛ, ତାହାର ନାମ ସିୟୋନ ପର୍ବତ। ତୁମ୍ଭେମାନେ ଜୀବନ୍ତ ପରମେଶ୍ୱରଙ୍କ ନଗରୀକୁ ଆସିଛ, ସ୍ୱର୍ଗୀୟ ଯିରୁଶାଲମକୁ ଆସିଛ। ତୁମ୍ଭେମାନେ ଏକତ୍ରିତ ହୋଇଥିବା ଓ ଆନନ୍ଦରେ ପରିପୂର୍ଣ୍ଣ ହଜାର ହଜାର ସ୍ୱର୍ଗଦୂତଙ୍କ ପାଖରେ ଆସି ପହଞ୍ଚିଛ।


“ହେ ପରମପିତା, ତୁମ୍ଭେ ମୋତେ ଯେଉଁ ଲୋକମାନଙ୍କୁ ଦେଇଛ, ମୁଁ ଗ୍ଭହେଁ, ମୁଁ ଥିବା ପ୍ରତ୍ୟେକ ସ୍ଥାନରେ ସେମାନେ ମୋ’ ସହିତ ରୁହନ୍ତୁ। ମୁଁ ଇଚ୍ଛା କରେ, ସେମାନେ ମୋର ଗୌରବ ଦେଖନ୍ତୁ। ଏହି ଗୌରବ ତୁମ୍ଭେ ମୋତେ ଦେଇଛ, କାରଣ ତୁମ୍ଭେ ପୃଥିବୀ ସୃଷ୍ଟି ହେବା ପୂର୍ବରୁ ମୋତେ ପ୍ରେମ କଲ।


ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଏବଂ ସେ ତାହାଙ୍କର ପବିତ୍ର ପର୍ବତରୁ ମୋତେ ଉତ୍ତର ଦେବେ। ସେଲା


ତା'ପରେ ମୁଁ ମୋ’ ସମ୍ମୁଖରେ ମେଷଶାବକଙ୍କୁ ଦେଖିଲି। ସେ ସିୟୋନ ପର୍ବତ ଉପରେ ଠିଆ ହୋଇଥିଲେ। ତାହାଙ୍କ ସହିତ 144,000 ଲୋକ ଥିଲେ। ସେମାନଙ୍କ କପାଳରେ ମେଷଶାବକ ଓ ତାହାଙ୍କ ପରମପିତାଙ୍କ ନାମ ଲେଖାଥିଲା।


ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫେରି ଆସିବି। ତା'ପରେ ତୁମ୍ଭକୁ ମୋ’ ସହିତ ନେଇଯିବି। ମୁଁ ଯେଉଁଠାରେ ରହିବି ତୁମେମାନେ ମଧ୍ୟ ସେଠାରେ ମୋ’ ସହିତ ରହିପାରିବ।


Swiv nou:

Piblisite


Piblisite