ଗୀତସଂହିତା 17:10 - ପବିତ୍ର ବାଇବଲ10 ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାର ବଶତଃ ପରମେଶ୍ୱରଙ୍କ କଥା ଶୁଣନ୍ତି ନାହିଁ। ସେମାନେ କେବଳ ନିଜ ବିଷୟ ଚିନ୍ତା କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)10 ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି। Gade chapit laଓଡିଆ ବାଇବେଲ10 ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି। Gade chapit la |
କାରଣ ସେମାନଙ୍କର (ଲୋକମାନଙ୍କର) ହୃଦୟ କଠୋର ହୋଇ ଯାଇଛି। ସେମାନଙ୍କର କାନ ଅଛି କିନ୍ତୁ ଶୁଣନ୍ତି ନାହଁ ଏବଂ ସତ୍ୟକୁ ଦେଖିବା ପାଇଁ ମନା କରି ଦେଇଛନ୍ତି। ଫଳରେ ସେମାନେ ତାହାଙ୍କ ଆଖିରେ କିଛି ଦେଖି ପାରିବେ ନାହିଁ। କିମ୍ବା ତାହାଙ୍କ କାନରେ କିଛି ଶୁଣି ପାରିବେ ନାହିଁ, କିମ୍ବା ହୃଦୟରେ କିଛି ବୁଝି ପାରିବେ ନାହିଁ। ଏହା ଘଟିଅଛି କାରଣ ସୁସ୍ଥ ହେବା ପାଇଁ ସେମାନେ ମୋ’ ପାଖକୁ ଆସିବେ ନାହିଁ।’
ହଁ, ଏଠାରେ ଏହି ଲୋକମାନଙ୍କର ମନ କଠୋର ହୋଇ ଯାଇଛି। ଏ ଲୋକମାନଙ୍କର କାନ ଅଛି କିନ୍ତୁ ଏମାନେ ଶୁଣିପାରୁ ନାହାନ୍ତି। ଏମାନେ ସତ୍ୟ କଥା ଦେଖିବା ପାଇଁ ଆଖି ବନ୍ଦ କରି ଦେଉଛନ୍ତି। ନ ହେଲେ ହୁଏତ ସେମାନେ ସେମାନଙ୍କ ଆଖିରେ ଦେଖି ପାରନ୍ତେ, କାନରେ ଶୁଣି ପାରନ୍ତେ ଓ ବୁଝି ପାରନ୍ତେ। ଏହା ଦ୍ୱାରା, ସେମାନେ ମନ ଫେରାଇ ମୋ’ ନିକଟକୁ ଆସନ୍ତେ ଓ ମୁଁ ସେମାନଙ୍କୁ ସୁସ୍ଥ କରନ୍ତି।’
ସେମାନଙ୍କୁ ବିଭ୍ରାନ୍ତ କର। ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ଯେପରି ବୁଝିବାକୁ ସକ୍ଷମ ନ ହୁଅନ୍ତି ସେହିପରି ଭାବରେ ତାଙ୍କୁ ପ୍ରସ୍ତୁତ କରାଅ। ତୁମ୍ଭେ ଯଦି ଏହା ନ କର ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ପ୍ରକୃତରେ ବୁଝି ପାରିବେ। ଲୋକମାନେ ସେମାନଙ୍କର ସର୍ବାନ୍ତକରଣରେ ବୁଝିପାରିବେ। ଏହା କଲେ ସେମାନେ ମୋ’ ନିକଟକୁ ଫେରି ଆସିବେ ଓ ମୋ'ଠାରୁ ସୁସ୍ଥତା ପାଇବେ।”