Biblia Todo Logo
Bib sou entènèt

- Piblisite -




ଗୀତସଂହିତା 19:12 - ପବିତ୍ର ବାଇବଲ

12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ। ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।

Gade chapit la Kopi

ଓଡିଆ ବାଇବେଲ

12 ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।

Gade chapit la Kopi




ଗୀତସଂହିତା 19:12
19 Referans Kwoze  

ତୁମ୍ଭେ ଆମ୍ଭମାନଙ୍କର ପାପ ବିଷୟରେ ଜାଣ। ତୁମ୍ଭେ ମଧ୍ୟ ଆମ୍ଭମାନଙ୍କର ଗୁପ୍ତ ପାପ ଦେଖିଅଛ।


ମୋତେ ଶିକ୍ଷା ଦିଅ, ତା’ ଉତ୍ତାରେ ମୁଁ ନୀରବ ରହିବି। ମୋତେ କୁହ ମୁଁ କ’ଣ ଭୁଲ୍ କରୁଛି।


“ଯାହାର ଅନ୍ତଃକରଣ ସବୁଠାରୁ କପଟମୟ ଓ ଯାହାର ଅନ୍ତଃକରଣ ପୀଡ଼ିତ, ତାହା କେହି ଜାଣି ପାରିବେ ନାହିଁ।


ଦୁଷ୍ଟ ଲୋକମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଛନ୍ତି। ସେମାନେ ଅନେକ ଯାହାକି ଗଣିବା କଷ୍ଟକର। ମୋ’ ପାପ ମୋତେ ଧରାଇ ଦେଇଛି, ତେଣୁ ମୁଁ ମୋର ପାପରୁ ଉଦ୍ଧାର ପାଇପାରିବି ନାହିଁ। ମୋର ପାପଗୁଡ଼ିକ ମସ୍ତକରେ ଥିବା କେଶ ସଂଖ୍ୟାଠାରୁ ଅଧିକ ଓ ମୋର ହୃଦୟ ମୋତେ ପରିତ୍ୟାଗ କରିଅଛି।


ମୁଁ ଯେ, କୌଣସି ଭୁଲ୍ କରି ନାହିଁ କିନ୍ତୁ ତାହା ମଧ୍ୟ ମୋତେ ନିର୍ଦ୍ଦୋଷ ପ୍ରମାଣିତ କରି ନାହିଁ। ପ୍ରଭୁ ହେଉଛନ୍ତି ଏକମାତ୍ର ବ୍ୟକ୍ତି ଯିଏ କି ମୋର ବିଗ୍ଭର କରନ୍ତି।


ପରମେଶ୍ୱର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ୟ ଆଲୋକରେ ବାସ କରିବା ଉଚିତ୍। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତେବେ ଆମ୍ଭେ ପରସ୍ପର ସହଭାଗୀ ହୋଇପାରିବା। ଯଦି ଆମ୍ଭେମାନେ ଆଲୋକରେ ରହୁ, ତେବେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।


କିନ୍ତୁ ଦ୍ୱିତୀୟ ବଖରା ଭିତରକୁ କେବଳ ବର୍ଷରେ ଥରେ ମହାଯାଜକ ଯାଇ ପାରୁଥିଲେ। ମହାଯାଜକ ଉତ୍ସର୍ଗ କରିବାର ରକ୍ତ ନ ନେଇ କଦାପି ସେଠାରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସେହି ରକ୍ତ ପରମେଶ୍ୱରଙ୍କୁ ଅର୍ପଣ କରୁଥିଲେ।


ମୁଁ ଆଶ୍ଚର୍ଯ୍ୟ ହୁଏ ଯେ, ତୁମ୍ଭେ ଯାହାସବୁ ଜାଣ। ମୁଁ ତାକୁ ବୁଝିପାରେ ନାହିଁ।


ଆମ୍ଭେମାନେ ସମସ୍ତେ ପାପରେ ଅପବିତ୍ର ଓ ଆମ୍ଭମାନଙ୍କର ଧର୍ମକର୍ମ ସବୁ ଅଶୁଚି ବସ୍ତ୍ର ସଦୃଶ ଅଟେ। ଆମ୍ଭେମାନେ ଝଡ଼ିଲା ପତ୍ର ସଦୃଶ ଓ ଆମ୍ଭମାନଙ୍କର ପାପଗୁଡ଼ିକ ବାୟୁ ତୁଲ୍ୟ ଆମ୍ଭମାନଙ୍କୁ ଉଡ଼ାଇ ନିଏ।


ତୁମ୍ଭେ ଜାଣ ଯେତେବେଳେ ମୁଁ ବସେ ଏବଂ ଯେତେବେଳେ ମୁଁ ଛିଡ଼ା ହୁଏ। ଯଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମୋର ମନକଥା ଜାଣ।


ମୋ’ ସବୁ ପାପ ଧୋଇ ଦିଅ, ଏବଂ ପୁଣି ମୋତେ ପବିତ୍ର କର।


ଯେତେବେଳେ ଆମ୍ଭର ପାପ ଆମ୍ଭ ଉପରେ ଅତ୍ୟଧିକ ହୁଏ ଓ ସହି ହୁଏ ନାହିଁ, ସେତେବେଳେ ତୁମ୍ଭେ ହିଁ ଏକ ଯିଏ ଆମ୍ଭର ପାପକୁ କ୍ଷମା କରିବ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପର୍ବତ ଉପରେ ମୋ’ ପାଖକୁ ଆସ। ଏଠାରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦେବି, ବ୍ୟବସ୍ଥା ଓ ଆଜ୍ଞା, ଯାହା ମୁଁ ସେମାନଙ୍କୁ ଶିକ୍ଷା ଦେବାକୁ ଲେଖିଛି।”


ଆମ୍ଭେ ଗ୍ଭହୁଁ ତାଙ୍କର ଭାବନାର ପରିବର୍ତ୍ତନ ଘଟୁ। ଆମ୍ଭେ ଗ୍ଭହୁଁ ସେମାନେ ହୃଦୟତାର ସହକାରେ ଆମ୍ଭକୁ ସମ୍ମାନ କରି ଆମ୍ଭର ବାକ୍ୟ ପାଳନ କରନ୍ତୁ। ଏହା ପରେ ସେମାନଙ୍କର ଓ ତାଙ୍କ ସନ୍ତାନମାନଙ୍କର ଅନନ୍ତକାଳୀନ ମଙ୍ଗଳ ହେବ।


“ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଛନ୍ତି, ସେହିପରି ଭାବରେ ପାଳନ କରିବା ପାଇଁ ମନୋଯୋଗ କରିବେ। ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ।


ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟକୁ ତୁଚ୍ଛ ମନେ କରେ, ସେ ନିଜର ବିନାଶ କରେ। ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।


Swiv nou:

Piblisite


Piblisite