Biblia Todo Logo
Bib sou entènèt

- Piblisite -




ଗୀତସଂହିତା 2:9 - ପବିତ୍ର ବାଇବଲ

9 ତୁମ୍ଭେ ସେହି ରାଜ୍ୟସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି ଧ୍ୱଂସ କରିଦେଇ ପାରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେ ଲୌହଦଣ୍ତରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।

Gade chapit la Kopi

ଓଡିଆ ବାଇବେଲ

9 ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”

Gade chapit la Kopi




ଗୀତସଂହିତା 2:9
14 Referans Kwoze  

ସେହି ନାରୀ ଗୋଟିଏ ପୁତ୍ର ଶିଶୁକୁ ଜନ୍ମ ଦେଲେ। ସେ ସମଗ୍ର ରାଷ୍ଟ୍ରଗୁଡ଼ିକୁ ଗୋଟିଏ ଲୌହଦଣ୍ଡରେ ଶାସନ କରିବେ। ତା'ର ଶିଶୁଙ୍କୁ ପରମେଶ୍ୱରଙ୍କ ସିଂହାସନ ପାଖକୁ ଉଠାଇ ନିଆଗଲା।


ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।


ସେହି ଅଶ୍ୱାରୋହୀଙ୍କ ମୁଖରୁ ଗୋଟିଏ ତୀ‌କ୍ଷ୍‌ଣ ଖଣ୍ଡା ବାହାରି ଥିଲା। ସେ ଜାତିଗଣଙ୍କୁ ଦମନ କରିବା ପାଇଁ ଏହି ଖଣ୍ତାର ପ୍ରୟୋଗ କରିବେ। ସେ ଲୌହଦଣ୍ଡରେ ସେମାନଙ୍କୁ ଶାସନ କରିବେ। ସେ ସର୍ବଶକ୍ତିମାନ୍ ପରମେଶ୍ୱରଙ୍କର କ୍ରୋଧରୂପ ଦ୍ରାକ୍ଷାପେଷା କୁଣ୍ଡକୁ ଦଳି ପକାଇବେ।


ତୁମ୍ଭେମାନେ ଗୋଟିଏ ମାଟିର ପାତ୍ର ପରି ଭାଙ୍ଗି ଚୂର୍ଣ୍ଣ ବିଚୂର୍ଣ୍ଣ ହୋଇଯିବ। ତାହା ଏପରି ଅଦରକାରୀ ହେବ ଯେ ସେଥିରୁ ଖଣ୍ଡେ ହେଲେ ଖପରା ମିଳିବ ନାହିଁ ଯେଉଁଥିରେ ଚୁଲ୍ଲୀରୁ ନିଆଁ ଆଣି ହେବ ନାହିଁ କି କୁଣ୍ଡରୁ ପାଣି ନେଇ ହେବ ନାହିଁ।”


“ଚତୁର୍ଥ ରାଜ୍ୟର ରାଜତ୍ୱ ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ। ସେହି ରାଜ୍ୟ ଅନନ୍ତକାଳସ୍ଥାୟୀ ହୋଇ ରହିବ। ଆଉ ମଧ୍ୟ ତାହା ଅନ୍ୟ ହାତକୁ ଯିବ ନାହିଁ। ଆଉ ଏହା ଅନ୍ୟ ସମସ୍ତ ରାଜ୍ୟଗୁଡ଼ିକୁ ଧ୍ୱଂସ କରି ଦେବ।


ସେହି ସମୟରେ ସେମାନଙ୍କୁ କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିକଥା କହନ୍ତି, ଯେପରି କେହି ଏହି ମାଟିପାତ୍ର ଭାଙ୍ଗିଲେ ତାହା ଆଉ ଯୋଡ଼ା ହୁଏ ନାହିଁ। ସେହିପରି ଆମ୍ଭେ ଯିହୁଦାକୁ ଭାଙ୍ଗି ପକାଇବା। ମୃତ ଲୋକମାନଙ୍କ କବରମାନ ମିଳିବ ନାହିଁ। ସେମାନେ ସମସ୍ତେ ତୋଫ‌ତ୍‌ରେ କବର ନେବେ।’


ଯେଉଁ ଲୋକ ଏହି ପଥର ଉପରେ ଖସି ପଡ଼ିବ, ସେ ଖଣ୍ଡ ଖଣ୍ଡ ହୋଇଯିବ। ଏବଂ ପଥରଟି ଯଦି କାହା ଉପରେ ପଡ଼ିବ ତେବେ ପଥରଟି ତାକୁ ଚୁନା କରିଦେବ।”


କାରଣ ଯେଉଁ ଦେଶ ଓ ରାଜା ତୁମ୍ଭର ସେବା କରିବ ନାହିଁ, ସେ ବିନଷ୍ଟ ହେବ। ସେହି ଦେଶଗୁଡ଼ିକ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପ୍ରାପ୍ତ ହେବେ।


ପୁଣି ଆମ୍ଭେ ସେମାନଙ୍କର ଜଣକୁ ଅନ୍ୟ ଜଣ ଉପରେ କଗ୍ଭଡ଼ିବା। ଏପରିକି ପିତୃଗଣକୁ ପୁତ୍ରମାନଙ୍କ ଉପରେ ଏକ ସଙ୍ଗେ କଗ୍ଭଡ଼ିବା।”’ ଏହା ସଦାପ୍ରଭୁ କହନ୍ତି, “‘ଆମ୍ଭେ ସେମାନଙ୍କ ପ୍ରତି ଦୟା, ଅନୁକମ୍ପା ଓ କରୁଣା ନ ଦେଖାଇ ସେମାନଙ୍କୁ ବିନଷ୍ଟ କରିବା।”’


“ଏବଂ ଆପଣ ସ୍ୱପ୍ନରେ ଦେଖିଲେ କୌଣସି ଲୋକଦ୍ୱାରା ଛେଦିତ ହୋଇ ନ ଥିବା ଏକ ପ୍ରସ୍ତର ପର୍ବତରୁ ଆସିଲା ଓ ସେହି ପ୍ରସ୍ତର ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା। ତେଣୁ ଯାହା ଏହା ପରେ ଘଟିବ ତାହା ମହାନ ପରମେଶ୍ୱର ଆପଣଙ୍କୁ ଜଣାଇଲେ। ଆଉ ଏହି ସ୍ୱପ୍ନ ନିଶ୍ଚିତ ଓ ତାହାର ଅର୍ଥ ସତ୍ୟ।”


ବହୁ ଗୋଷ୍ଠୀ ମଧ୍ୟରେ ବିକ୍ଷିପ୍ତ ହୋଇଥିବା ଯାକୁବର ଅବଶିଷ୍ଟାଂଶ ଜଙ୍ଗଲର ପ୍ରାଣୀମାନଙ୍କ ମଧ୍ୟରେ ସିଂହ ସଦୃଶ ବସବାସ କରିବେ। ଆଉ ମଧ୍ୟ ସେମାନେ ମେଷ ପଲରେ ଯୁବା ସିଂହ ସଦୃଶ ଲୋକମାନଙ୍କୁ ଦଳି ପକାଇବେ। ସିଂହ ଜଙ୍ଗଲ ମଧ୍ୟରେ ନିଜ ଇଚ୍ଛା ଅନୁସାରେ ଗତି କରେ ଓ ଯେଉଁ ପ୍ରାଣୀକୁ ଆକ୍ରମଣ କରେ, ତାକୁ କେହି ରକ୍ଷା କରି ପାରିବେ ନାହିଁ।


Swiv nou:

Piblisite


Piblisite