Biblia Todo Logo
Bib sou entènèt

- Piblisite -




ଗୀତସଂହିତା 20:1 - ପବିତ୍ର ବାଇବଲ

1 ତୁମ୍ଭେ ଯେତେବେଳେ ବିପଦରେ ପଡ଼ିଥାଅ, ସେହି ସଦାପ୍ରଭୁ ତୁମ୍ଭର ଡାକ ଶୁଣି ତୁମ୍ଭକୁ ସାହାଯ୍ୟ କରିବାକୁ ଆଗେଇ ଆସନ୍ତୁ। ଯାକୁବଙ୍କର ପରମେଶ୍ୱର ତୁମ୍ଭକୁ ରକ୍ଷା କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ଵରଙ୍କ ନାମ ତୁମ୍ଭକୁ ଉଚ୍ଚରେ ସ୍ଥାପନ କରୁ;

Gade chapit la Kopi

ଓଡିଆ ବାଇବେଲ

1 ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ;

Gade chapit la Kopi




ଗୀତସଂହିତା 20:1
21 Referans Kwoze  

ସଦାପ୍ରଭୁଙ୍କର ନାମ ଦୃଢ଼ଗଡ଼ ସଦୃଶ। ଧାର୍ମିକ ଲୋକମାନେ ସେଠାକୁ ଯାଇ ରକ୍ଷା ପାଆନ୍ତି।


ହେ ସଦାପ୍ରଭୁ, ଯଦି ମୁଁ ସଙ୍କଟ ମଧ୍ୟରେ ପଡ଼େ ମୋତେ ଜୀବିତ ରଖ। ଯଦି ମୋର ଶତ୍ରୁଗଣ କେବେ ମୋ’ ଉପରେ କ୍ରୋଧ କରନ୍ତି, ତୁମ୍ଭେ ସେମାନଙ୍କଠାରୁ ମୋତେ ବଞ୍ଚାଅ।


ଖ୍ରୀଷ୍ଟ ଜଗତରେ ଥିଲାବେଳେ ଯେ, ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେହି ପରମେଶ୍ୱରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେହେତୁ ଯୀଶୁ ପରମେଶ୍ୱରଙ୍କ ଇଚ୍ଛାନୁସାରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ୱର ତାହାଙ୍କ ପ୍ରାର୍ଥନାରେ ପ୍ରତ୍ୟୁତ୍ତର ଦେଇଥିଲେ।


ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ। ସେଲା


ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସେବକର ବାକ୍ୟ ପାଳନ କରେ? ପୁଣି ଯେ ଆଲୋକ ବିନା ଅନ୍ଧକାରରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ ହେଉ।


ଏହା ପରେ ସେମାନେ ଜାଣିବେ ଯେ, ଯାହାର ନାମ ଯିହୋବାଃ, ତୁମ୍ଭେ ପ୍ରକୃତରେ, ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ପରମେଶ୍ୱର ଅଟ।


ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ। ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।


“ଆହା, ସେଦିନ ଅତି ମହାନ। ତାହା ସମାନ ଆଉ ଦିନ ନାହିଁ। ତାହା ଯାକୁବର ସଙ୍କଟକାଳ, ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।


ହେ ପରମେଶ୍ୱର, ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସହାୟ ହୁଅ। ଲୋକମାନେ ଆମ୍ଭମାନଙ୍କୁ ସାହାଯ୍ୟ କରି ପାରିବେ ନାହିଁ।


ସେହି ସମୟରେ ଯିହୁଦା ପରମେଶ୍ୱରଙ୍କର ବିଶେଷ ଲୋକ ହେଲେ। ଇସ୍ରାଏଲ ତାଙ୍କର ରାଜ୍ୟ ହେଲା।


ପରମେଶ୍ୱର କହନ୍ତି, “ମୋର ଅନୁସରଣକାରୀଗଣ, ମୋ’ ଚତୁର୍ପାର୍ଶ୍ୱରେ ଏକତ୍ରିତ ହୁଅ। ମୋର ଉପାସକଗଣ, ଯେଉଁମାନେ ମୋ’ ସହିତ ଚୁକ୍ତି କଲ, ତୁମ୍ଭେମାନେ ଆସ।”


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି। ସେଲା


ହେ ସଦାପ୍ରଭୁ, ତୁମ୍ଭେ ମୋର ଶୈଳ, ମୋ’ ନିରାପତ୍ତାରେ ଆଶ୍ରୟସ୍ଥଳ। ମୋର ପରମେଶ୍ୱର ମୋ’ ପାଇଁ ଶୈଳ ସଦୃଶ ଦୃଢ଼। ମୁଁ ତାଙ୍କରି ନିକଟକୁ ରକ୍ଷା ପାଇଁ ଦୌଡ଼ି ଯାଏ। ପରମେଶ୍ୱର ମୋର ଢାଲ ସଦୃଶ। ତାଙ୍କର ଶକ୍ତି ମୋର ରକ୍ଷା ଶୃଙ୍ଗ। ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଲୁଚିବା ସ୍ଥାନର ଆଶ୍ରୟସ୍ଥଳ।


ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି ସେମାନେ ତୁମ୍ଭକୁ ବିଶ୍ୱାସ କରିବେ। ହେ ସଦାପ୍ରଭୁ, ଯଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି ତୁମ୍ଭେ ସେମାନଙ୍କୁ ସାହାଯ୍ୟ ନ କରି ଛାଡ଼ିଦିଅ ନାହିଁ।


ଯେଉଁ ବ୍ୟକ୍ତି ଗରିବ ଲୋକମାନଙ୍କୁ ସାହାଯ୍ୟ କରେ, ସେ ଅନେକ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ। ଯେତେବେଳେ ବିପଦ ଆସେ ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି।


Swiv nou:

Piblisite


Piblisite