Biblia Todo Logo
Bib sou entènèt

- Piblisite -




ଗୀତସଂହିତା 20:2 - ପବିତ୍ର ବାଇବଲ

2 ପରମେଶ୍ୱର ତାଙ୍କର ପବିତ୍ର ସ୍ଥାନରୁ ତୁମ୍ଭକୁ ସାହାଯ୍ୟ ପଠାନ୍ତୁ। ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାଯ୍ୟ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ;

Gade chapit la Kopi

ଓଡିଆ ବାଇବେଲ

2 ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ;

Gade chapit la Kopi




ଗୀତସଂହିତା 20:2
12 Referans Kwoze  

ସେହି ମନ୍ଦିରର ପଶ୍ଚା‌ତ୍‌ଭାଗରେ ଭିତରକୁ କୋଡ଼ିଏ ହାତ ଦୈର୍ଘ୍ୟର ଏକ କୋଠରୀ ନିର୍ମିତ ହେଲା ଓ ତା'ର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଏରସ କାଠର ପଟାରେ ଆଚ୍ଛାଦିତ ହେଲା। ଏହି କୋଠରୀଟି ମହାପବିତ୍ର ସ୍ଥାନ ନାମରେ କଥିତ ହେଲା।


ସେହି ସୈନ୍ୟବାହିନୀ ସେମାନଙ୍କର ଦେଶକୁ ଦୂତ ପ୍ରେରଣ କରିବେ। ସେହି ଲୋକମାନଙ୍କୁ ଦୂତ କି ବାର୍ତ୍ତା ଦେବେ? ସେମାନେ ଘୋଷଣା କରିବେ, “ପଲେଷ୍ଟୀୟ ପରାଜିତ ହେଲା। ମାତ୍ର ସଦାପ୍ରଭୁ ସିୟୋନକୁ ଶକ୍ତିଶାଳୀ କଲେ ଏବଂ ତାଙ୍କର ଦରିଦ୍ର ଲୋକମାନେ ନିରାପତ୍ତା ପାଇଁ ସେଠାକୁ ଗଲେ।”


ହେ ସିୟୋନ ନିବାସୀଗଣ, ଉଚ୍ଚସ୍ୱରରେ ତାଙ୍କର ପ୍ରଶଂସା କର। ଇସ୍ରାଏଲ ସେହି ପବିତ୍ର ଧର୍ମସ୍ୱରୂପ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ତେଣୁ ଆନନ୍ଦ କର।


ଶେଷରେ, ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗଲି ଓ ସେମାନଙ୍କ ପ୍ରତି କ’ଣ ଘଟିବ ବୁଝି ପାରିଲି।


ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଏବଂ ସେ ତାହାଙ୍କର ପବିତ୍ର ପର୍ବତରୁ ମୋତେ ଉତ୍ତର ଦେବେ। ସେଲା


ଦାଉଦ ପବିତ୍ର ସିନ୍ଦୁକ ରଖିବା ପାଇଁ ଏକ ତମ୍ବୁ ତିଆରି କଲେ ଓ ସଦାପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ନେଇ ସେହି ତମ୍ବୁ ମଧ୍ୟରେ ରଖିଲେ। ତା'ପରେ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।


ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ଅଧିକାର କଲେ। ତାହା ହେଲା ଦାଉଦ ନଗର।


ଅପରିଚିତ ଲୋକମାନେ କେହି ପରମେଶ୍ୱରଙ୍କୁ ଉପାସନା କରନ୍ତି ନାହିଁ। ପରାକ୍ରମଶାଳୀ ଲୋକମାନେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛନ୍ତି। ସେଲା


ସଦାପ୍ରଭୁଙ୍କର ନାମ ଦୃଢ଼ଗଡ଼ ସଦୃଶ। ଧାର୍ମିକ ଲୋକମାନେ ସେଠାକୁ ଯାଇ ରକ୍ଷା ପାଆନ୍ତି।


Swiv nou:

Piblisite


Piblisite