Biblia Todo Logo
Bib sou entènèt

- Piblisite -




ଗୀତସଂହିତା 20:5 - ପବିତ୍ର ବାଇବଲ

5 ଆମ୍ଭେ ସମସ୍ତେ ଖୁସୀ ହେବୁ ଯେତେବେଳେ ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରିବେ। ଆସ ସମସ୍ତେ ପରମେଶ୍ୱରଙ୍କ ନାମର ଜୟଗାନ କରିବା। ଯାହା ତୁମ୍ଭେ ଗ୍ଭହୁଁଛ, ସଦାପ୍ରଭୁ ତୁମ୍ଭର ସେହି ସକଳ କାମନା ପୂରଣ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ଵନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମରେ ଆମ୍ଭେମାନେ ଧ୍ଵଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

5 ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।

Gade chapit la Kopi




ଗୀତସଂହିତା 20:5
19 Referans Kwoze  

ଏହା ପରେ ମୋଶା ଏକ ଯଜ୍ଞବେଦି ସ୍ଥାପନ କଲେ। ମୋଶା ଏହାର ନାମ ଦେଲେ, ଯିହୋବାଃ-ନିଃଷି “ସଦାପ୍ରଭୁ ମୋର ଧ୍ୱଜା ରଖିଲେ।”


ତୁମ୍ଭକୁ ଉପାସନା କରୁଥିବା ଲୋକଙ୍କୁ ତୁମ୍ଭେ ସତର୍କ କରିବା ପାଇଁ ପତାକା ଉଠାଇଲ। ଯାହା ଫଳରେ ସେମାନେ ନିଜକୁ ତାଙ୍କର ଶତ୍ରୁମାନଙ୍କଠାରୁ ରକ୍ଷା କରି ପାରିବେ। ସେଲା


ତହିଁରେ ଏଲି ଉତ୍ତର ଦେଲେ, “ଶାନ୍ତିରେ ଯାଅ, ଯାହା ତୁମ୍ଭେ ପରମେଶ୍ୱରଙ୍କଠାରେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ମନସ୍କାମନା ପୁରଣ କରନ୍ତୁ।”


“ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି, ମୋର ପ୍ରାଣ ମୋର ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ନିଜକୁ ଭୂଷିତ କରେ ଓ କନ୍ୟା ଯେପରି ନିଜକୁ ରତ୍ନରେ ଭୂଷିତା କରେ ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି ଓ ଧର୍ମରୂପକ ରାଜବସ୍ତ୍ରରେ ମୋତେ ଆବୃତ କରିଅଛନ୍ତି।


ସେତେବେଳେ ଲୋକେ ଏହି କଥା କହିବେ, “ଏହି ଆମ୍ଭର ପରମେଶ୍ୱର ଯାହାଙ୍କୁ ଆମ୍ଭେମାନେ ବହୁତ ସମୟ ଧରି ଅପେକ୍ଷା କରିଅଛୁ। ସେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ଆସିଛନ୍ତି। ତାହାଙ୍କ ଦୃଢ଼ ପରିତ୍ରାଣରେ ଆମ୍ଭେମାନେ ଆନନ୍ଦ ଉଲ୍ଲାସ କରିବୁ, ଯେତେବେଳେ ସେ ଆମ୍ଭକୁ ରକ୍ଷା କରନ୍ତି।”


ମୋର ହୃଦୟ ଆନନ୍ଦରେ ପରିପୂର୍ଣ୍ଣ। କାରଣ ପରମେଶ୍ୱର ମୋର ଉଦ୍ଧାର କର୍ତ୍ତା।


ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ବିଜୟ ଧ୍ୱନି ତୁମ୍ଭେ ଶୁଣିପାରିବ। ସଦାପ୍ରଭୁ ପୁନ୍ନରାୟ ତାଙ୍କର ମହାନ ଶକ୍ତି ପ୍ରଦର୍ଶନ କଲେ।


ତା'ପରେ ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବି। ମୁଁ ଅଧିକ ଖୁସୀ ହେବି ଯେତେବେଳେ ସେ ମୋତେ ରକ୍ଷା କରିବେ।


ହେ ସଦାପ୍ରଭୁ, ତୁମ୍ଭେ ମୋତେ ସାହାଯ୍ୟ କରିବ ବୋଲି, ମୁଁ ତୁମ୍ଭ ଉପରେ ଭରସା ରଖିଛି। ତୁମ୍ଭେ ମୋତେ ଉଦ୍ଧାର କରି ମୋତେ ଖୁସୀ କରାଅ।


ତା'ପରେ ଯିରୁଶାଲମର ଫାଟକ ପାଖରେ ଥାଇ ତୁମ୍ଭକୁ ପ୍ରଶଂସା କରି ମୁଁ ଗୀତ ଗାଇବି। ମୁଁ ଆଜି ଅତ୍ୟନ୍ତ ଆନନ୍ଦିତ କାରଣ ତୁମ୍ଭେ ମୋତେ ରକ୍ଷା କରିଛ।”


କିନ୍ତୁ ମୁଁ ତଥାପି ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି ଏବଂ ପରମେଶ୍ୱରଙ୍କୁ ମୋର ତ୍ରାଣକର୍ତ୍ତା ଭାବି ଖୁସୀ ହେବି।


ଅନ୍ୟ ଗୋଷ୍ଠୀର ଲୋକମାନେ ସେମାନଙ୍କର ନିଜର ଦେବତାମାନଙ୍କୁ ଅନୁସରଣ କରିବେ। କିନ୍ତୁ ଆମ୍ଭେମାନେ ଚିରକାଳ ସଦାପ୍ରଭୁ ପରମେଶ୍ୱରଙ୍କର ଅନୁଗାମୀ ହେବା।


କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ। ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ। ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।


ସେହି ସମୟରେ ଏକ ବିଶେଷ ବ୍ୟକ୍ତି ଯିଶୟର ପରିବାରରୁ ଧ୍ୱଜା ସ୍ୱରୂପ ଆସିବେ। ସେହି ଧ୍ୱଜା ତାଙ୍କ ଚତୁର୍ଦ୍ଦିଗରେ ଏକତ୍ରିତ ହେବାକୁ ଦେଖାଇବେ। ଆଉ ମଧ୍ୟ ଗୋଷ୍ଠୀୟମାନଙ୍କୁ ଉଚିତ୍ କର୍ମ କରିବାକୁ ନିର୍ଦ୍ଦେଶ ଦେବ। ସେହି ସ୍ଥାନ ତାଙ୍କର ବିଶ୍ରାମ ସ୍ଥାନ ହେବ ଓ ଗୌରବାନ୍ୱିତ ହେବ।


ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ। ତୁମ୍ଭେ ଯେତେବେଳେ ତାକୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।


ଦାଉଦ ଗଲିୟାତକୁ କହିଲେ, “ତୁମ୍ଭେ ‌‌ଖ‌ଡ଼୍‌ଗ ବର୍ଚ୍ଛା ଓ ଶଲ୍ୟ ଘେନି ମୋ’ ପାଖକୁ ଆସିଛ। କିନ୍ତୁ ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ ସେହି ଇସ୍ରାଏଲର ସୈନ୍ୟବାହିନୀର ପରମେଶ୍ୱର, ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।


ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦେଇଛ।


Swiv nou:

Piblisite


Piblisite