Biblia Todo Logo
Bib sou entènèt

- Piblisite -




ଗୀତସଂହିତା 21:5 - ପବିତ୍ର ବାଇବଲ

5 ସେହି ରାଜାଙ୍କୁ ତୁମ୍ଭେ ବିଜୟ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ। ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ;

Gade chapit la Kopi

ଓଡିଆ ବାଇବେଲ

5 ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ;

Gade chapit la Kopi




ଗୀତସଂହିତା 21:5
24 Referans Kwoze  

ଏବେ ଯୀଶୁ ସ୍ୱର୍ଗକୁ ଗଲେଣି। ସେ ପରମେଶ୍ୱରଙ୍କ ଡାହାଣରେ ବିରାଜମାନ। ସେ ସେଠାରେ ସ୍ୱର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।


ଆମ୍ଭେ ଯାହାକିଛି କହୁଛୁ, ତା'ର ସାରମର୍ମ ହେଲା ଯେ, ଆମ୍ଭମାନଙ୍କର ଏଭଳି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗର ପରମେଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ବସି ଅଛନ୍ତି।


ମୋତେ ତୁମ୍ଭେ ଯେଉଁ ଗୌରବ ଦେଇଥିଲ, ମୁଁ ତାହା ଏହି ଲୋକମାନଙ୍କୁ ଦେଇଛି। ଏହି ଗୌରବ ଦେବାର କାରଣ ହେଉଛି ଯେ, ଯେପରି ‘ତୁମ୍ଭେ ଓ ମୁଁ ଏକ, ସେହିପରି ସେମାନେ ମଧ୍ୟ ଏକ ହୋଇପାରିବେ।’


ବର୍ତ୍ତମାନ ପରମପିତା ତୁମ୍ଭର ଉପସ୍ଥିତିରେ ମୋତେ ଗୌରବାନ୍ୱିତ କର। ଜଗତ ଆରମ୍ଭ ହେବା ପୂର୍ବରୁ, ମୋର ତୁମ୍ଭ ସହିତ ଯେଉଁ ଗୌରବ ଥିଲା, ତୁମ୍ଭେ ମୋତେ ତୁମ୍ଭ ସହିତ ଗୌରବାନ୍ୱିତ କର।


ଯୀଶୁ ଏସମସ୍ତ କଥା କହିସାରିବା ପରେ ସ୍ୱର୍ଗ ଆଡ଼େ ଗ୍ଭହିଁଲେ। ସେ ପ୍ରାର୍ଥନା କଲେ, “ହେ ପରମପିତା, ବର୍ତ୍ତମାନ ସମୟ ଉପସ୍ଥିତ ହୋଇଛି। ତୁମ୍ଭେ ଆପଣା ପୁତ୍ରଙ୍କୁ ଗୌରବାନ୍ୱିତ କରିଦିଅ, ଯେପରି ପୁତ୍ର ତୁମ୍ଭକୁ ଗୌରବାନ୍ୱିତ କରି ପାରିବେ।


ତେଣୁ ଯୀଶୁ ସେମାନଙ୍କ ପାଖକୁ ଆସି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଛି।


ଇଦୋମରୁ, ଲାଲରଙ୍ଗ ବସ୍ତ୍ର ପରିହିତ ବସୋରାରୁ ଏ ଯେ ଆସୁଛନ୍ତି, ସେ କିଏ? ନିଜ ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ନିଜ ମହାଶକ୍ତିରେ ଯିଏ ବିଜେ କରୁଛନ୍ତି, ସେ କିଏ? ସଦାପ୍ରଭୁ କୁହନ୍ତି, “ଆମ୍ଭେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”


ସଦାପ୍ରଭୁ ମୋର ପ୍ରଭୁଙ୍କୁ କହିଲେ, “ମୋ’ ସହିତ ମୋର ଦକ୍ଷିଣ ପାଖରେ ବସ। ଆମ୍ଭେ ତୁମ୍ଭ ଶତ୍ରୁଗଣଙ୍କୁ ତୁମ୍ଭର ପାଦପୀଠ କରିବା ପର୍ଯ୍ୟନ୍ତ।”


ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି। ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ୟମାନ।


ମୋର ଗୌରବ ଓ ବିଜୟ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ହିଁ ମୋର ନିରାପଦ ସ୍ଥାନ, ସେ ମୋର ଦୃଢ଼ ଦୁର୍ଗ।


କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।


କିନ୍ତୁ ହେ ସଦାପ୍ରଭୁ, ଏହା କେବଳ ତୁମ୍ଭେ ଯିଏକି ମୋର ଢାଲ ସ୍ୱରୂପ। ତୁମ୍ଭେ ମୋର ମହିମା। ତୁମ୍ଭେ ହିଁ ମୋତେ ପ୍ରାଧାନ୍ୟ ଦେଇଛ।


ହେ ସଦାପ୍ରଭୁ, ତୁମ୍ଭେ ସ୍ୱୟଂ ମୋର ପରିବାରକୁ ଆଶୀର୍ବାଦ କରିଅଛ, ତେଣୁ ମୋର ପରିବାର ପ୍ରକୃତରେ ଚିରକାଳ ନିମନ୍ତେ ଆଶୀର୍ବାଦ ପ୍ରାପ୍ତ ହେବ।”


ସଦାପ୍ରଭୁ ମୋର ମୁନିବ, କେବଳ ମୁଁ ଜଣେ ତୁମ୍ଭର ସେବକ। ତଥାପି ତୁମ୍ଭେ ମୋର ଭବିଷ୍ୟଦ୍ ବଂଶଧର ପ୍ରତି ଏହି ସହାନୁଭୁତି ବାକ୍ୟ କହିଲ। ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ସର୍ବଦା ଏପରି ଲୋକମାନଙ୍କୁ କୁହ ନାହିଁ, କୁହ କି?


ତୁମ୍ଭ ପିତା ଦାଉଦଙ୍କ ପରି ତୁମ୍ଭେ ଯଦି ଆମ୍ଭର ବ୍ୟବସ୍ଥା ଓ ଆଜ୍ଞା ପାଳନ କରିବ ଓ ଆମ୍ଭକୁ ଅନୁସରଣ କରିବ, ତେବେ ଆମ୍ଭେ ତୁମ୍ଭକୁ ଦୀର୍ଘଜିବୀ କରିବା।”


ସେ ପରମେଶ୍ୱରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ। ଆପଣାର ସତ୍ୟତା ଓ ସ୍ନେହପୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର।


ଏହା ହର୍ମୋଣ ପର୍ବତରୁ ସିୟୋନ ପର୍ବତ ଉପରେ ପଡ଼ୁଥିବା ମୃଦୁ ବୃଷ୍ଟି ତୁଲ୍ୟ। ସେହିଠାରେ ସଦାପ୍ରଭୁ ଚିରଦିନ ପାଇଁ ଆଶୀର୍ବାଦ କରିବାର ଆଦେଶ ଦେଇଛନ୍ତି।


Swiv nou:

Piblisite


Piblisite