Biblia Todo Logo
Bib sou entènèt

- Piblisite -




ଗୀତସଂହିତା 21:6 - ପବିତ୍ର ବାଇବଲ

6 ହେ ପରମେଶ୍ୱର, ତୁମ୍ଭେ ପ୍ରକୃତରେ ସେହି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ। ଯେତେବେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା'ର ଆନନ୍ଦ ଆହୁରି ବଢ଼ିଯାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ।

Gade chapit la Kopi

ଓଡିଆ ବାଇବେଲ

6 କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ।

Gade chapit la Kopi




ଗୀତସଂହିତା 21:6
16 Referans Kwoze  

ତୁମ୍ଭେ ମୋତେ ଜୀବନର ପଥ ଦେଖାଇ ଅଛ। ତୁମ୍ଭ ଉପସ୍ଥିତିରେ ମୋତେ ବହୁତ ଆନନ୍ଦ ମିଳିବ।’


ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର। ପରମେଶ୍ୱର ତୁମ୍ଭର ବନ୍ଧୁମାନଙ୍କ ମଧ୍ୟରୁ ତୁମ୍ଭକୁ ରାଜା ହେବାକୁ ମନୋନୀତ କଲେ।


ତୁମ୍ଭେ ମୋତେ ବଞ୍ଚିବା ପାଇଁ ଜୀବନପଥ ଶିକ୍ଷା ଦେବ। ଯେହେତୁ ମୁଁ ତୁମ୍ଭ ସହିତ ଅଛି। ହେ ସଦାପ୍ରଭୁ, ତୁମ୍ଭେ ମୋତେ ସୁଖ ଶାନ୍ତିରେ ରହିବାକୁ ଦେବ। ଯେହେତୁ ମୁଁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅବସ୍ଥିତ, ତାହା ମୋ’ ପାଇଁ ନିତ୍ୟ ସୁଖଭୋଗ ଆଣିଦେବ।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଥିବା ହେତୁ ପରମେଶ୍ୱର ଆମ୍ଭକୁ ସ୍ୱର୍ଗରେ ସମସ୍ତ ଆଧ୍ୟାତ୍ମିକ ଆଶୀର୍ବାଦ ଦେଇଛନ୍ତି।


ଅବ୍ରହାମ ଏହାକୁ ବିଶ୍ୱାସ କଲେ ଓ ସେଥିପାଇଁ ସେ ଆଶୀର୍ବାଦ ଲାଭ କଲେ। ସେହିପରି ଯେଉଁମାନେ ବିଶ୍ୱାସ କରନ୍ତି, ସେମାନେ ଅବ୍ରହାମଙ୍କ ପରି ଆଶୀର୍ବାଦ ପାଆନ୍ତି।


ପରମେଶ୍ୱର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ପାଇଁ ପ୍ରଥମେ ଆପଣାର ବିଶେଷ ସେବକ ଯୀଶୁଙ୍କୁ ପଠାଇଛନ୍ତି। ତୁମ୍ଭେମାନେ ଯେପରି ମନ୍ଦକାର୍ଯ୍ୟରୁ ବିମୁଖ ହୁଅ, ଏଥିପାଇଁ ସେ ଏପରି କରିଛନ୍ତି।”


ଖ୍ରୀଷ୍ଟ ଆମ୍ଭକୁ ମୁକ୍ତ କରିବାର ଉଦ୍ଦେଶ୍ୟ ଥିଲା, ଯେପରି ଯେଉଁ ଆଶୀର୍ବାଦସବୁ ଅବ୍ରହାମଙ୍କୁ ପ୍ରତିଜ୍ଞା କରାଯାଇଥିଲା, ତାହା ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଅଣଯିହୂଦୀମାନଙ୍କୁ ପ୍ରଦାନ କରାଯାଇପାରିବ ଏବଂ ଯେପରି ବିଶ୍ୱାସ ଦ୍ୱାରା ଆମ୍ଭେ ସମସ୍ତେ ସେହି ପ୍ରତିଜ୍ଞା ଦିଆଯାଇଥିବା ଆତ୍ମା ପାଇ ପାରିବା।


ମୁଁ ପରମେଶ୍ୱରଙ୍କ ଯଜ୍ଞବେଦି ନିକଟକୁ ଆସିବି। ମୁଁ ପରମେଶ୍ୱରଙ୍କ ନିକଟକୁ ଯିବି, ଯିଏ ମୋତେ ସମସ୍ତ ସୁଖ ପ୍ରଦାନ କରିଛନ୍ତି। ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ଏହି ବୀଣା ବାଦ୍ୟଯନ୍ତ୍ରରେ ତୁମ୍ଭର ପ୍ରଶଂସା ଗାନ କରିବି।


ହେ ସଦାପ୍ରଭୁ, ତୁମ୍ଭେ ସ୍ୱୟଂ ମୋର ପରିବାରକୁ ଆଶୀର୍ବାଦ କରିଅଛ, ତେଣୁ ମୋର ପରିବାର ପ୍ରକୃତରେ ଚିରକାଳ ନିମନ୍ତେ ଆଶୀର୍ବାଦ ପ୍ରାପ୍ତ ହେବ।”


ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଙ୍କେତ ହେବ।


ଏହା ପରେ ତୁମ୍ଭେ ଯେଉଁ ସ୍ଥାନକୁ ଗଲ, ମୁଁ ତୁମ୍ଭ ସହିତ ଗଲି ଓ ତୁମ୍ଭର ସମସ୍ତ ଶତ୍ରୁମାନଙ୍କୁ ଧ୍ୱଂସ କଲି ଏବଂ ମୁଁ ତୁମ୍ଭକୁ ପୃଥିବୀର ବିଖ୍ୟାତ ଲୋକମାନଙ୍କ ମଧ୍ୟରୁ ଜଣେ କରିବି।


Swiv nou:

Piblisite


Piblisite