Biblia Todo Logo
Bib sou entènèt

- Piblisite -




ଗୀତସଂହିତା 22:2 - ପବିତ୍ର ବାଇବଲ

2 ହେ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ଦିନରେ ଡାକିଲି କିନ୍ତୁ ତୁମ୍ଭେ ଉତ୍ତର ଦେଲ ନାହିଁ ଓ ପୁନର୍ବାର ତୁମ୍ଭକୁ ରାତିରେ ଡାକିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ହେ ମୋହର ପରମେଶ୍ଵର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି ନୀରବ ନ ରହେ।

Gade chapit la Kopi

ଓଡିଆ ବାଇବେଲ

2 ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ।

Gade chapit la Kopi




ଗୀତସଂହିତା 22:2
12 Referans Kwoze  

ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ପାଟି କରି ଡାକୁଥା’ନ୍ତି। ଯାହା ଠିକ୍, ତାହା ପରମେଶ୍ୱର ତାହାଙ୍କ ଲୋକଙ୍କୁ ସଦାବେଳେ ଦେଇଥା’ନ୍ତି। ନିଜ ଲୋକଙ୍କୁ ଉତ୍ତର ଦେବାରେ ପରମେଶ୍ୱର ଆଦୌ ବିଳମ୍ବ କରିବେ ନାହିଁ।


ମୋର ଶତ୍ରୁମାନେ ନିରନ୍ତର ମୋ’ ପ୍ରତି ପରିହାସ କରୁଛନ୍ତି। ସେମାନେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି? ସେ କେବେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି?” ଭୋଜନ କରିବା ପରିବର୍ତ୍ତେ କେବଳ ମୁଁ କାନ୍ଦେ।


ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମୋର ପରିତ୍ରାଣକର୍ତ୍ତା। ମୁଁ ଦିନ ଓ ରାତ୍ରି ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।


ମୁଁ ସବୁବେଳେ ଦିନରାତି ମୋ’ ପ୍ରାର୍ଥନାରେ ତୁମ୍ଭକୁ ମନେ ପକାଉଛି। ସେହି ପ୍ରାର୍ଥନାରେ ମୁଁ ତୁମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି। ମୋର ପୂର୍ବଜମାନେ ସେହି ପରମେଶ୍ୱରଙ୍କୁ ସେବା କରିଥିଲେ। ମୁଁ ଯାହା ଠିକ୍ ବୋଲି ଜାଣେ ତାହା କରି ସର୍ବଦା ତାହାଙ୍କର ସେବା କରିଛି।


ଦିନରାତି ଆମ୍ଭେ ଅତି ଦୃଢ଼ତାର ସହିତ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରି ଗ୍ଭଲିଛୁ। ତୁମ୍ଭମାନଙ୍କର ବିଶ୍ୱାସକୁ ଦୃଢ଼ କରିବା ଲାଗି ଓ ତୁମ୍ଭମାନଙ୍କ ବିଶ୍ୱାସରେ ଯାହାକିଛି ଅଭାବ ଅଛି, ତାହା ଯୋଗଇ ଦେବା ପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିବାକୁ ଓ ଦେଖିବା ପାଇଁ ପ୍ରାର୍ଥନା କରୁଛୁ।


ସେହି ସମୟରେ ଯୀଶୁ ପ୍ରାର୍ଥନା କରିବା ପାଇଁ ଗୋଟିଏ ପର୍ବତ ଉପରକୁ ଗଲେ। ସେ ସେଠାରେ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବାରେ ସାରା ରାତିଟି ବିତେଇଲେ।


ଯୀଶୁ ଶିଷ୍ୟମାନଙ୍କୁ ଛାଡ଼ି ପୁଣି ଫେରି ଯାଇ ତୃତୀୟ ଥର ପ୍ରାର୍ଥନା କଲେ। ଏଥର ମଧ୍ୟ ସେ ପୂର୍ବଭଳି ସେହି ଏକା କଥା କହିଲେ।


ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦକରି ତୁମ୍ଭ ନିକଟକୁ ଯାଇ ନ ପାରିବ, ସେଥିପାଇଁ ତୁମ୍ଭେ ନିଜକୁ ମେଘରେ ଆଚ୍ଛନ୍ନ କରିଅଛ।


ଏପରି କି ମୁଁ ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର କଲେ ବି ସଦାପ୍ରଭୁ ମୋ’ ପ୍ରାର୍ଥନା ଶୁଣି ନାହାନ୍ତି।


ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ? କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?


Swiv nou:

Piblisite


Piblisite