Biblia Todo Logo
Bib sou entènèt

- Piblisite -




ଗୀତସଂହିତା 23:3 - ପବିତ୍ର ବାଇବଲ

3 ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି। ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମପଥରେ ମୋତେ କଢ଼ାଇ ନିଅନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ସେ ମୋ’ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି।

Gade chapit la Kopi




ଗୀତସଂହିତା 23:3
28 Referans Kwoze  

ତା'ପରେ ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବୁ ଓ ଯେଉଁ ପଥ ସେମାନେ ଜାଣନ୍ତି ନାହିଁ, ସେହି ପଥରେ ସେମାନଙ୍କୁ କଢ଼ାଇ ନେବୁ। ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୋକର ଓ ବକ୍ର ସ୍ଥାନକୁ ସଳଖରେ ପରିଣତ କରିବୁ। ଏହିସବୁ କାର୍ଯ୍ୟ କରି ଆମ୍ଭେ ନିଜ ସନ୍ତାନମାନଙ୍କୁ ପରିତ୍ୟାଗ କରିବୁ ନାହିଁ।


ହେ ମୋର ପରମେଶ୍ୱର, ତୁମ୍ଭେ ମୋର ଦୃଢ଼ ଶୈଳ। ତେଣୁ ମୋତେ ତୁମ୍ଭର ପଥ ଦେଖାଅ ଓ ଦିଗଦର୍ଶନ ଦିଅ।


ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ। ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ। ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ। ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।


ହେ ପରମେଶ୍ୱର, ମୋ’ ଅନ୍ତରେ ଏକ ପବିତ୍ରଆତ୍ମା ସୃଷ୍ଟି କର! ମୋତେ ଗୋଟିଏ ନୂଆ ଓ ବିଶ୍ୱସ୍ତ ଆତ୍ମା ଦିଅ।


ହେ ସଦାପ୍ରଭୁ, ମୋତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର। ଲୋକମାନେ ମୋର ଦୁର୍ବଳତାକୁ ଗ୍ଭହିଁ ବସିଛନ୍ତି। ତେଣୁ ମୋତେ ଉଚିତ୍ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ, ଓ ମୋର ପଥକୁ ସରଳ କର।


ତୁମ୍ଭର ପରିତ୍ରାଣ ମୋତେ ଖୁସୀ କଲା! ପୁନ୍ନରାୟ ମୋତେ ସେହି ଆନନ୍ଦ ପ୍ରଦାନ କର। ମୋର ଆତ୍ମାକୁ ସୁଦୃଢ଼ କର, ଯେପରିକି ମୁଁ ସର୍ବଦା ତୁମ୍ଭକୁ ମାନିବାକୁ ପ୍ରସ୍ତୁତ ହେବି।


ସେହି ଲୋକକୁ ଚେତାବନୀ ଦେଇ ତା'ର ଆତ୍ମାକୁ ମୁକ୍ତି ଦେଇ ତାକୁ ମରଣରୁ ରକ୍ଷା କରନ୍ତି। ଫଳରେ ସେ ଲୋକ ତା'ର ଜୀବନ ଆନନ୍ଦରେ ବିତାଇବ।


ମୁଁ ଧାର୍ମିକତାର ମାର୍ଗରେ, ବିଗ୍ଭରର ପଥ ମଧ୍ୟରେ ଗମନ କରେ।


“ମୁଁ ଯେଉଁମାନଙ୍କୁ ପ୍ରେମ କରେ ସେମାନଙ୍କୁ ସଂଶୋଧନ କରେ ଓ ଦଣ୍ଡ ଦିଏ। ତେଣୁ କଠିନ ଚେଷ୍ଟା କର। ନିଜ ହୃଦୟ ଓ ନିଜ ଜୀବନ ପରିବର୍ତ୍ତନ କର।


ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର ଏବଂ ପାପସବୁ କ୍ଷମା କର।


ଧର୍ମ ପରମେଶ୍ୱରଙ୍କର ଆଗେ ଆଗେ ଯିବ ଓ ତାଙ୍କ ପଦଚିହ୍ନକୁ ଗମନର ପଥ ତିଆରି କରିବ।


ମୁଁ ତୁମ୍ଭକୁ ଜ୍ଞାନ ମାର୍ଗରେ ପରିଗ୍ଭଳିତ କରୁଛି। ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇ ଅଛି।


ମୁଁ ହଜି ଯାଇଥିବା ମେଷପରି, ଏଣେତେଣେ ବୁଲୁଅଛି, ହେ ସଦାପ୍ରଭୁ, ଆପଣା ଦାସକୁ ଖୋଜ। କାରଣ ମୁଁ ତୁମ୍ଭର ଆଜ୍ଞା ସକଳ ପାଶୋରି ନାହିଁ।


କିନ୍ତୁ ମୁଁ ମୋର ନାମକୁ ସେହି ଲୋକମାନଙ୍କ ସମ୍ମୁଖରେ ଭ୍ରଷ୍ଟ କରିବା ପାଇଁ ଗ୍ଭହିଁଲି ନାହିଁ। ଯେଉଁମାନଙ୍କ ଆଗରେ ମୁଁ ସେମାନଙ୍କୁ ମିଶରରୁ ବାହାର କରି ଆଣିଥିଲି।


ଆଉ ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା। ପୁଣି ପୃଥିବୀର ପ୍ରାନ୍ତ ଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ, ଛୋଟା, ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀଙ୍କୁ ଏକତ୍ର ସଂଗ୍ରହ କରିବା। ସେମାନେ ବହୁ ସଂଖ୍ୟାରେ ଜନଗହଳି ହୋଇ ଏ ସ୍ଥାନକୁ ଆସିବେ।


ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟଜନକ ଅନୁଗ୍ରହ ସକାଶେ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ୱର ପ୍ରେମ କରନ୍ତି, ସେହି ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମ୍ଭକୁ ସେହି ଅନୁଗ୍ରହ ମୁକ୍ତ ଭାବରେ ଦେଇଥା’ନ୍ତି।


ମୋ’ ସହିତ ପରମେଶ୍ୱରଙ୍କ ମାହାତ୍ମ୍ୟ ପ୍ରକାଶ କର। ତାଙ୍କ ନାମର ମହିମା କୀର୍ତ୍ତନ କର।


ମୋର ଶତ୍ରୁମାନେ ମୋ’ ସମ୍ମୁଖରେ ଏକ ଯନ୍ତା ବସାଇଛନ୍ତି। ସେମାନଙ୍କ ସେହି ଯନ୍ତାରୁ ମୋତେ ଉଦ୍ଧାର କର। ତୁମ୍ଭେ ମୋର ନିରାପଦ ସ୍ଥଳ।


କିନ୍ତୁ ପରମେଶ୍ୱର ଆପଣା କାମ ସକାଶୁ ଆମ୍ଭର ପୂର୍ବପୁରୁଷମାନଙ୍କୁ ରକ୍ଷା କଲେ। ସେ ତାଙ୍କର ମହାଶକ୍ତିର ପରିଚୟ ଦେବା ପାଇଁ ସେମାନଙ୍କୁ ରକ୍ଷା କଲେ।


ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରଭୁ। ତେଣୁ ମୋତେ ସେହି ବାଟରେ ଚଲାଅ ଯେଉଁଥିରେ ତୁମ୍ଭ ନାମର ସମ୍ମାନ ଆସୁ। କାରଣ ତୁମ୍ଭେ ଦୟାମୟ, ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।


କାରଣ ଆମ୍ଭେ କ୍ଳାନ୍ତ ଓ ଦୁର୍ବଳ ପ୍ରାଣକୁ ବିଶ୍ରାମ ଓ ଶକ୍ତି ପ୍ରଦାନ କରିବା।”


Swiv nou:

Piblisite


Piblisite