Biblia Todo Logo
Bib sou entènèt

- Piblisite -




ଗୀତସଂହିତା 24:1 - ପବିତ୍ର ବାଇବଲ

1 ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ। ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।

Gade chapit la Kopi

ଓଡିଆ ବାଇବେଲ

1 ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।

Gade chapit la Kopi




ଗୀତସଂହିତା 24:1
18 Referans Kwoze  

ସ୍ୱର୍ଗ ଓ ପୃଥିବୀ ତୁମ୍ଭର ଅଟେ। ତୁମ୍ଭେ ଜଗତକୁ ସୃଷ୍ଟି କରିଛ ଓ ସମସ୍ତ ବସ୍ତୁଗୁଡ଼ିକ ଏହା ଉପରେ ଅଛି।


ତୁମ୍ଭେ ଖାଇପାର କାରଣ “ପୃଥିବୀ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବିଷୟ ପ୍ରଭୁଙ୍କର ଅଟେ।”


ମହାନତା, ପରାକ୍ରମ, ମହିମା, ବିଜୟ ଓ ଗୌରବ ତୁମ୍ଭର ଅଟେ। କାରଣ ସ୍ୱର୍ଗ ଓ ପୃଥିବୀସ୍ଥ ସମସ୍ତ ବିଷୟ ତୁମ୍ଭର ଅଟେ; ହେ ସଦାପ୍ରଭୁ, ରାଜ୍ୟ ତୁମ୍ଭର ଅଟେ। ତୁମ୍ଭେ ହିଁ ସକଳ ବିଷୟର ମୁଖ୍ୟ ରୂପେ ପ୍ରଶଂସିତ ହୋଇଅଛ।


କୌଣସି ଜିନିଷ ପାଇଁ ମୁଁ କାହାର ଋଣୀ ନୁହେଁ, ସ୍ୱର୍ଗରେ ଯାହାକିଛି ଅଛି, ସେ ସବୁ ମୋର ଅଧୀନ ଅଟେ।


“ଆକାଶମଣ୍ତଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର।


ମୋଶା ଫାରୋଙ୍କୁ କିହିଲେ, “ଯେତେବେଳେ ମୁଁ ଏ ନଗର ଛାଡ଼ିବି, ମୁଁ ସେତେବେଳେ ସଦାପ୍ରଭୁଙ୍କୁ ହାତଟେକି ପ୍ରାର୍ଥନା କରିବି, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହୋଇଯିବ। ସେତେବେଳେ ତୁମ୍ଭେ ଜାଣିବ ସଦାପ୍ରଭୁ ଏହି ଭୂମିରେ ଅଛନ୍ତି।


ତେଣୁ ସେମାନଙ୍କୁ ମୋର ଆଜ୍ଞା ମାନିବା ପାଇଁ କୁହ। ସେମାନଙ୍କୁ ମୋର ନିୟମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତେବେ ତୁମ୍ଭେମାନେ ମୋର ଆପଣାର ରତ୍ନଭଣ୍ଡାର ହୋଇ ରହିବ ଯେହେତୁ ସମଗ୍ର ପୃଥିବୀ ମୋର।


ସଦାପ୍ରଭୁ ଆସିବେ ଏବଂ ପର୍ବତଗୁଡ଼ିକ ଭୟରେ ଥରିବେ ଏବଂ ପାହାଡ଼ଗୁଡ଼ିକ ତରଳି ଯିବେ। ସଦାପ୍ରଭୁଙ୍କ ଆଗମନରେ ପୃଥିବୀ ମଧ୍ୟ ଭୟରେ ଥରିବ। ବିଶ୍ୱର ସମସ୍ତ ବ୍ୟକ୍ତି ଭୟରେ ଥରିବେ।


ମୁଁ ଭୋକିଲା ନୁହେଁ, ଯଦି ମୁଁ ଭୋକିଲା ଥା’ନ୍ତି, କେବେହେଲେ ତୁମ୍ଭକୁ ଖାଦ୍ୟ ମାଗି ନ ଥା’ନ୍ତି। ମୁଁ ଏହି ପୃଥିବୀର ମାଲିକ ଓ ତହିଁର ପୂର୍ଣ୍ଣତା ମୋର ଅଧୀନ ଅଟେ।


ତୁମ୍ଭେ ମନୁଷ୍ୟମାନଙ୍କ ସଙ୍ଗ ମଧ୍ୟରୁ ବିତାଡ଼ିତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସହିତ ବାସ କରିବ ଏବଂ ଆଉ ତୁମ୍ଭେ ଗୋରୁମାନଙ୍କ ପରି ତୃଣ ଭୋଜନ କରି ବଞ୍ଚିବ ଓ ଆକାଶର କାକରରେ ତିନ୍ତିବ। ଏହିରୂପେ ତୁମ୍ଭ ଉପରେ ସାତ ବର୍ଷ ଅତିକ୍ରମ କରିବ। ଶେଷରେ ତୁମ୍ଭେ ଅନୁଭବ କରିବ ଯେ, ସେ ସର୍ବୋପରିସ୍ଥ ପରମେଶ୍ୱର ଯାହାକୁ ଇଚ୍ଛା କରନ୍ତି, ତାକୁ ରାଜ୍ୟ ଦାନ କରନ୍ତି।


ସମୁଦ୍ର, ଜଗତ ଓ ତହିଁର ଜୀବ ସକଳ ସମସ୍ତେ ଗାନ କର।


ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ଆମ୍ଭେମାନେ ଏହି ସମସ୍ତ ବସ୍ତୁ ତୁମ୍ଭର ମନ୍ଦିର ନିର୍ମାଣ କରିବା ନିମନ୍ତେ ଏକତ୍ର କରିଅଛୁ। ଆମ୍ଭେମାନେ ତୁମ୍ଭ ନାମକୁ ସମ୍ମାନ ଦେବା ନିମନ୍ତେ ଏହି ମନ୍ଦିର ନିର୍ମାଣ କରୁଅଛୁ। କିନ୍ତୁ ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆସେ, ଓ ସକଳ ବସ୍ତୁ ତୁମ୍ଭର ଅଟେ।


ଅମତ୍‌ସିୟ ପରମେଶ୍ୱରଙ୍କ ସେହି ବ୍ୟକ୍ତିଙ୍କୁ କହିଲେ, “କିନ୍ତୁ ମୁଁ ଇସ୍ରାଏଲୀୟ ସୈନ୍ୟଦଳକୁ ଯେଉଁ 100 ତାଳନ୍ତ ରୂପା ଦେଇସାରିଛି, ତାହା ବିଷୟରେ କ’ଣ କରାଯିବ?” ପରମେଶ୍ୱରଙ୍କ ବ୍ୟକ୍ତି ଉତ୍ତର ଦେଲେ, “ସଦାପ୍ରଭୁଙ୍କର ପ୍ରଚୁର ଅଛି, ସେ ତୁମ୍ଭକୁ ତାହାଠାରୁ ଯଥେଷ୍ଟ ଅଧିକ ଦେଇପାରନ୍ତି!”


ପରମେଶ୍ୱରଙ୍କୁ ପୃଥିବୀର ଦାୟିତ୍ୱରେ ରହିବା ପାଇଁ କେହି ମନୋନୀତ କରି ନାହାନ୍ତି। କେହି ତାଙ୍କୁ ସମଗ୍ର ପୃଥିବୀର ଦାୟିତ୍ୱ ଦେଇ ନାହିଁ।


ଲିବିୟାଥନ ତୁମ୍ଭକୁ ଭିକ୍ଷା କରିବ କି ତାକୁ ମୁକୁଳାଇବା ପାଇଁ? ସେ ତୁମ୍ଭକୁ କୋମଳ ଶବ୍ଦରେ କଥା କହିବ କି?


ମୁଁ ସେହି ପଶୁମାନଙ୍କୁ ଗ୍ଭହେଁ ନାହିଁ। ଜଙ୍ଗଲରେ ଥିବା ସମସ୍ତ ପଶୁମାନେ ମୋର ଅଟନ୍ତି। ହଜାର ହଜାର ପଶୁ ଯେଉଁମାନେ ପର୍ବତରେ ଥା’ନ୍ତି ସେମାନଙ୍କର ମାଲିକ ମୁଁ ଅଟେ।


ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ। ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆହ୍ଲାଦିତ କରନ୍ତି।


“ସିୟୋନର କନ୍ୟା, ଉଠ ଓ ଏହି ଲୋକଙ୍କୁ ଦଳି ଦିଅ। କାରଣ ଆମ୍ଭେ ତୁମ୍ଭକୁ ଶକ୍ତିଶାଳୀ କରିବା। ଆମ୍ଭେ ବଳଦପରି ତୁମ୍ଭର ଶିଙ୍ଗକୁ ଲୌହ ସଦୃଶ ଓ ଖୁରାକୁ ପିତ୍ତଳ ସଦୃଶ କରିବା। ତୁମ୍ଭେ ତାହାର ସାହାଯ୍ୟରେ ଅନେକ ଗୋଷ୍ଠୀକୁ ଚୂର୍ଣ୍ଣ କରିବ। ସେମାନଙ୍କର ଧନସମ୍ପତ୍ତି ତୁମ୍ଭେ ସଦାପ୍ରଭୁଙ୍କୁ ଅର୍ପଣ କରିବ ଏବଂ ସେମାନଙ୍କର ଧନଭଣ୍ତାର ସମୁଦାୟ ଭୂମଣ୍ତଳର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।”


Swiv nou:

Piblisite


Piblisite