Biblia Todo Logo
Bib sou entènèt

- Piblisite -




ଗୀତସଂହିତା 26:11 - ପବିତ୍ର ବାଇବଲ

11 କିନ୍ତୁ ମୁଁ ନିର୍ଦ୍ଦୋଷ ଅଟେ। ତେଣୁ ହେ ପରମେଶ୍ୱର, ମୋ’ ପ୍ରତି ସଦୟ ହୋଇ ମୋତେ ଉଦ୍ଧାର କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; ମୋତେ ମୁକ୍ତ କର ଓ ମୋʼ ପ୍ରତି ସଦୟ ହୁଅ।

Gade chapit la Kopi

ଓଡିଆ ବାଇବେଲ

11 ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; ମୋତେ ମୁକ୍ତ କର ଓ ମୋ’ ପ୍ରତି ସଦୟ ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; ମୋତେ ମୁକ୍ତ କର ଓ ମୋʼ ପ୍ରତି ସଦୟ ହୁଅ।

Gade chapit la Kopi




ଗୀତସଂହିତା 26:11
19 Referans Kwoze  

ଆସ ମୋର ପ୍ରାଣ ରକ୍ଷା କର, ଆସ ଓ ମୋର ଶତ୍ରୁମାନଙ୍କଠାରୁ ମୋତେ ବଞ୍ଚାଅ।


ହେ ସଦାପ୍ରଭୁ, ମୋର ବିଗ୍ଭର କର। ପ୍ରମାଣ କର ଯେ, ମୁଁ ଶୁଦ୍ଧ ଜୀବନଯାପନ କରିଛି। ମୁଁ କେବେ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରି ନାହିଁ।


ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଗହଣରେ ରହିଥିଲାବେଳେ, ଆମ୍ଭେମାନେ ପବିତ୍ର, ଧାର୍ମିକ ଓ ତ୍ରୁଟି ରହିତ ଜୀବନଯାପନ କରିଥିଲୁ।


ସେ ଆମ୍ଭ ପାଇଁ ନିଜକୁ ଦେଲେ। ଆମ୍ଭକୁ ସମସ୍ତ ମନ୍ଦରୁ ମୁକ୍ତ କରିବା ପାଇଁ ଏବଂ ଆମ୍ଭକୁ ଜଣେ ପବିତ୍ର ଜାତି ଓ କେବଳ ତାହାଙ୍କ ଭଳି ବ୍ୟକ୍ତିସମୂହ ଭାବରେ ଗଢ଼ିବା ପାଇଁ ସେ ମଲେ। ଏହି ପବିତ୍ର ଲୋକମାନେ ସର୍ବଦା ଭଲ କାମ କରିବା ପାଇଁ ଇଚ୍ଛା କରନ୍ତି।


ସେମାନେ ଦୁହେଁ ପରମେଶ୍ୱରଙ୍କ ଆଗରେ ଉତ୍ତମ ବ୍ୟକ୍ତି ଥିଲେ। ସେମାନେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସେମାନେ ଦୁହେଁ ପାଳୁଥିଲେ। ସେମାନଙ୍କର କୌଣସି ଭୁଲ୍ ନ ଥିଲା।


“ହେ ସଦାପ୍ରଭୁ, ମୁଁ ବିନୟ କରି କହୁଅଛି, ମୁଁ ବିଶ୍ୱସ୍ତ ଭାବରେ ସର୍ବାନ୍ତଃକରଣରେ ତୁମ୍ଭର ଉପାସନା କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ତାହା ତୁମ୍ଭେ ସ୍ମରଣ କର।” ଏହା କହି ହିଜକିୟ ଅତିଶୟ ରୋଦନ କଲା।


କିନ୍ତୁ ପରମେଶ୍ୱର ମୋତେ ସେଥିରୁ ମୁକ୍ତ କରିବେ ଓ ମୋର ଜୀବନ ବଞ୍ଚାଇବେ। ସେ ମୋତେ ସେହି ମୃତ୍ୟୁର କବର ମଧ୍ୟରୁ ଉଦ୍ଧାର କରିବେ ଏବଂ ସେ ମୋତେ ତାଙ୍କର ସଙ୍ଗରେ ନେଇଯିବେ। ସେଲା


ନିଜର ବନ୍ଧୁ ତୁମ୍ଭକୁ ବଞ୍ଚାଇ ପାରିବେ ନାହିଁ କି ତୁମ୍ଭେ ପରମେଶ୍ୱରଙ୍କୁ ଲାଞ୍ଚ ଦେଇ ପାରିବ ନାହିଁ।


ଊଷ୍ ଦେଶରେ ଆୟୁବ ନାମରେ ଜଣେ ବ୍ୟକ୍ତି ବାସ କରୁଥିଲା। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ୟକ୍ତି ଥିଲା। ଆୟୁବ ପରମେଶ୍ୱରଙ୍କ ଉପାସନା କରିବା ବ୍ୟତୀତ ଅନ୍ୟ ସମସ୍ତ ପ୍ରକାର ମନ୍ଦକାର୍ଯ୍ୟରୁ ବିରତ ରହୁଥିଲା।


ନିରୂପିତ ସମୟରେ କାଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋର ପରମେଶ୍ୱର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।


ଏହା ପରେ ମୁଁ ଲେବୀୟମାନଙ୍କୁ ବିଶ୍ରାମ ଦିନ ପବିତ୍ର କରିବା ନିମନ୍ତେ ନିଜ ନିଜକୁ ଶୁଚି କରିବାକୁ ଓ ଆସି ଦ୍ୱାରସବୁ ଜଗିବାକୁ ଆଜ୍ଞା କଲି। ହେ ପରମେଶ୍ୱର, ମୋ’ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଶାଶ୍ୱତ ପ୍ରେମରେ ମୋତେ ରକ୍ଷା କର।


ହେ ମୋର ପରମେଶ୍ୱର, ଏ ବିଷୟରେ ମୋତେ ସ୍ମରଣ କର। ଆଉ ମୁଁ ମୋହର ପରମେଶ୍ୱରଙ୍କ ଗୃହ ଓ ତହିଁର ବିଷୟ ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି ମୋର କୃତ ସେହି ସୁକର୍ମ ସବୁ ଲିଭାଇ ନ ଦିଅ।


ମାତ୍ର ମୋର ପୂର୍ବାବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା। ଆଉ ସେମାନେ ଗ୍ଭଳିଶ୍ ଶେକଲ ରୌପ୍ୟ ମୁଦ୍ରା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ, କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ। ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।


ମୁଁ ଯତ୍ନଶୀଳ ହୋଇ ସିଦ୍ଧ ପଥରେ ଜୀବନଯାପନ କରିବି। ହେ ସଦାପ୍ରଭୁ, କେବେ ତୁମ୍ଭେ ମୋ’ ନିକଟକୁ ଆସିବ। ମୁଁ ମୋ’ ରାଜପ୍ରାସାଦରେ ଧାର୍ମିକତା ଜୀବନଯାପନ କରିବି।


Swiv nou:

Piblisite


Piblisite