Biblia Todo Logo
Bib sou entènèt

- Piblisite -




ଗୀତସଂହିତା 26:6 - ପବିତ୍ର ବାଇବଲ

6 ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ ସ୍ୱର ଶୁଣାଇବି। ମୁଁ ତୁମ୍ଭର ଆଶ୍ଚର୍ଯ୍ୟଜନକ କାର୍ଯ୍ୟ, ଯାହା ତୁମ୍ଭେ କରିଛ, ତାହା ଗାଇ ବୁଲିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ଵର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି,

Gade chapit la Kopi

ଓଡିଆ ବାଇବେଲ

6 ହେ ସଦାପ୍ରଭୁ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି,

Gade chapit la Kopi




ଗୀତସଂହିତା 26:6
13 Referans Kwoze  

କାହିଁକି ମୁଁ ମୋର ହୃଦୟକୁ ପବିତ୍ର କରିଛି? କାହିଁକି ନିର୍ଦ୍ଦୋଷତାରେ ମୋର ହସ୍ତ ପ୍ରକ୍ଷାଳନ କରିଅଛି?


ପରମେଶ୍ୱରଙ୍କ ସହିତ ସୁସମ୍ପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ଯ୍ୟଗୁଡ଼ିକ ହେତୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ରଆତ୍ମାଙ୍କ ମାଧ୍ୟମରେ ଆସିଥିଲା।


ମୁଁ ଗ୍ଭହେଁ ଯେ ସର୍ବତ୍ର ଲୋକେ ପ୍ରାର୍ଥନା କରନ୍ତୁ। ଯେଉଁ ଲୋକମାନେ ପ୍ରାର୍ଥନା ପାଇଁ ହାତ ଉଠେଇବେ, ସେମାନେ ପବିତ୍ର ହୋଇଥିବା ଆବଶ୍ୟକ। ସେମାନେ ରାଗି ଯିବା ଉଚିତ୍ ନୁହେଁ ଓ ଯୁକ୍ତିତର୍କରେ ପ୍ରବୃତ୍ତ ହେବା ଉଚିତ୍ ନୁହେଁ।


ମୁଁ ପରମେଶ୍ୱରଙ୍କ ଯଜ୍ଞବେଦି ନିକଟକୁ ଆସିବି। ମୁଁ ପରମେଶ୍ୱରଙ୍କ ନିକଟକୁ ଯିବି, ଯିଏ ମୋତେ ସମସ୍ତ ସୁଖ ପ୍ରଦାନ କରିଛନ୍ତି। ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ଏହି ବୀଣା ବାଦ୍ୟଯନ୍ତ୍ରରେ ତୁମ୍ଭର ପ୍ରଶଂସା ଗାନ କରିବି।


ଯେଉଁ ଲୋକମାନେ କେବେ କିଛି ମନ୍ଦକାର୍ଯ୍ୟ କରି ନାହାନ୍ତି, ଯାହାଙ୍କର ହୃଦୟ ଓ ମନ ନିର୍ମଳ, ଯେଉଁ ଲୋକମାନେ ମୋର ନାମର ଅସତ୍ୟ ବ୍ୟବହାର କରି ନାହାନ୍ତି, ଯେଉଁ ଲୋକମାନେ ମିଥ୍ୟା କହନ୍ତି ନାହିଁ କି ମିଥ୍ୟା ପ୍ରତିଶ୍ରୁତି ଦିଅନ୍ତି ନାହିଁ, କେବଳ ସେହି ଲୋକମାନେ ସେଠାରେ ଉପାସନା କରି ପାରିବେ।


ଏହା ପରେ ମୃତ ଲୋକର ବନ୍ଧୁବାନ୍ଧବ ଓ ସେହି ନଗରର ସମସ୍ତ ପ୍ରଚୀନବର୍ଗ, ଉପତ୍ୟକାରେ ସେହି ବାଛୁରି ଉପରେ ନିଜ ନିଜ ହସ୍ତ ପ୍ରକ୍ଷାଳନ କରିବେ।


ଶିମୋନ ପିତର ଉତ୍ତର ଦେଲେ, “ହେ ପ୍ରଭୁ, ତୁମେ ମୋର ପାଦ ଧୋଇବା ପରେ ମୋର ହାତ ଓ ମୁଣ୍ଡ ମଧ୍ୟ ଧୋଇ ଦିଅ।”


Swiv nou:

Piblisite


Piblisite