Biblia Todo Logo
Bib sou entènèt

- Piblisite -




ଗୀତସଂହିତା 34:11 - ପବିତ୍ର ବାଇବଲ

11 ହେ ପିଲାମାନେ, ଆସ ମୋ’ କଥା ଶୁଣ; କିପରି ସଦାପ୍ରଭୁଙ୍କୁ ସମ୍ମାନ କରାଯାଏ ମୁଁ ତୁମ୍ଭକୁ ଶିକ୍ଷା ଦେବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।

Gade chapit la Kopi

ଓଡିଆ ବାଇବେଲ

11 ହେ ବାଳକମାନେ, ଆସ, ମୋ’ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।

Gade chapit la Kopi




ଗୀତସଂହିତା 34:11
20 Referans Kwoze  

ପ୍ରଥମେ ସଦାପ୍ରଭୁଙ୍କୁ ସମ୍ମାନ କରିବା ଏବଂ ସଦାପ୍ରଭୁଙ୍କ ବାକ୍ୟ ମାନି ଚଳିବା ଜଣେ ବ୍ୟକ୍ତି ଏହା ଶିକ୍ଷା କରିବା ଉଚିତ୍। ଏଥିରେ ତୁମ୍ଭର ବାସ୍ତବ ଜ୍ଞାନ ବୃଦ୍ଧି ଘଟିବ। କିନ୍ତୁ ନିର୍ବୋଧଲୋକମାନେ ଜ୍ଞାନ ଓ ଉପଦେଶକୁ ତୁଚ୍ଛ କରନ୍ତି।


ଜ୍ଞାନ ପରମେଶ୍ୱରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ। ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସେମାନେ ଜ୍ଞାନୀ ଅଟନ୍ତି। ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାଯିବ।


ସଦାପ୍ରଭୁ କୁହନ୍ତି, “ମୁଁ ତୁମ୍ଭକୁ ଶିକ୍ଷା ଦେବି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ୟ ବତାଇ ଦେବି। ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ୱାବଧାରକ ହେବି।


“ସଦାପ୍ରଭୁ ଜ୍ଞାନ ଶିକ୍ଷା ଦେବାକୁ ଇଚ୍ଛା କରନ୍ତି ଓ ତାଙ୍କ ସୁସମାଗ୍ଭର ବୁଝାଇବାକୁ ଇଚ୍ଛା କରୁଛନ୍ତି। ମାତ୍ର ଲୋକମାନେ ଦୁ‌ଗ୍‌ଧ ପୋଷ୍ୟ ଶିଶୁ ସଦୃଶ ବୁଝିବାକୁ ଅକ୍ଷମ।


ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ। ଯେଉଁମାନେ ଚେଷ୍ଟା କରନ୍ତି, ମୋର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଆନ୍ତି।


ଏଣୁ ହେ ମୋର ପୁତ୍ରମାନେ, ମୋର କଥା ଶୁଣ। ମୋ’ କଥାରେ ମନୋନିବେଶ କର।


ହେ ପୁତ୍ରଗଣ, ତୁମ୍ଭ ପିତାଙ୍କ ଉପଦେଶ ଶୁଣ। ବୁଝାମଣା ଲାଭ କରିବା ପାଇଁ ନିଜକୁ ଅଭିନିବେଶ କର।


ହେ ସମସ୍ତ ଲୋକ, ଯେଉଁମାନେ ପରମେଶ୍ୱରଙ୍କୁ ଉପାସନା କର, ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ୱର ମୋ’ ପାଇଁ କ’ଣ ସବୁ କରିଛନ୍ତି।


ନିଜର ଯୁବାବସ୍ଥାରେ ସଠିକ୍ ଜୀବନ ଧାରଣ କରିବା ପାଇଁ, ବାଳକକୁ ଶିକ୍ଷା ଦିଅ। ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।


ପିଲାବେଳୁ ତୁମ୍ଭେ ପବିତ୍ର ଶାସ୍ତ୍ରଗୁଡ଼ିକୁ ଜାଣିଛ। ସେହି ଶାସ୍ତ୍ରଗୁଡ଼ିକ ତୁମ୍ଭକୁ ଜ୍ଞାନୀ କରି ପାରିବ ଓ ସେହି ଜ୍ଞାନ ଖ୍ରୀଷ୍ଟ ଯୀଶୁଙ୍କ ପ୍ରତି ବିଶ୍ୱାସ ମାଧ୍ୟମରେ ମୁକ୍ତି ଆଡ଼କୁ ଆଗେଇନେବ।


“ଏଥିପାଇଁ ହେ ମୋର ପୁତ୍ରମାନେ, ମୋର କଥା ଶୁଣ। ଯଦି ତୁମ୍ଭେମାନେ ମୋର ପଥ ଧରିବ, ତୁମ୍ଭେ ଧନ୍ୟ ହେବ।


ହେ ଯୁବକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ। ତୁମ୍ଭର ହୃଦୟ ଯାହା କରିବା ପାଇଁ ତୁମ୍ଭକୁ ଆଗେଇ ନେଉଛି, ତାହା କର। ଯାହା ଗ୍ଭହୁଁଛ ତାହା କର। କିନ୍ତୁ ମନେରଖ ଯେ, ତୁମ୍ଭେମାନେ ଯାହାସବୁ କରୁଛ, ପରମେଶ୍ୱର ତା'ର ବିଗ୍ଭର କରିବେ।


ଯୀଶୁ କହିଲେ, “ମୋର ସନ୍ତାନମାନେ, ମୁଁ ତୁମ୍ଭମାନଙ୍କ ସହିତ ମାତ୍ର ଅଳ୍ପ ସମୟ ପାଇଁ ରହିବି। ତୁମ୍ଭେ ମୋତେ ଖୋଜିବ। ମୁଁ ଯିହୂଦୀମାନଙ୍କୁ ଯାହା କହିଛି, ତାହା ମୁଁ ବର୍ତ୍ତମାନ ତୁମ୍ଭକୁ କହୁଛି। ମୁଁ ଯେଉଁଠିକୁ ଯାଉଛି, ତୁମ୍ଭେ ସେଠାକୁ ଆସିପାରିବ ନାହିଁ।


ହଁ, ସେହି ଦୁଷ୍ଟଲୋକ ଗୁଡ଼ାକ ସିଂହ ଭଳି, ଯେଉଁମାନେ ପ୍ରାଣୀମାନଙ୍କୁ ମାରିବାକୁ ପାଆନ୍ତି ନାହିଁ। ସେମାନେ ଶେଷରେ ମୃତ୍ୟୁବରଣ କରନ୍ତି ଓ ସେମାନଙ୍କର ପିଲାମାନେ ଗ୍ଭରିଆଡ଼େ ଘୂରି ବୁଲନ୍ତି।


ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି, ମୋର କିଛି ଅଭାବ ହେବ ନାହିଁ।


କାରଣ ପରମେଶ୍ୱର ତୃଷାର୍ତ୍ତ ପ୍ରାଣକୁ ଶାନ୍ତ କରିଛନ୍ତି। କ୍ଷୁଧାର୍ତ୍ତମାନଙ୍କର ଉଦର ପରମେଶ୍ୱର ପୂର୍ଣ୍ଣ କରିଛନ୍ତି।


ସେହି ଲୋକର ପରିବାର ଧନଶାଳୀ ହେବେ ଏବଂ ତା'ର ଧର୍ମ ଚିରକାଳସ୍ଥାୟୀ ହେବ।


Swiv nou:

Piblisite


Piblisite