Biblia Todo Logo
Bib sou entènèt

- Piblisite -




ଗୀତସଂହିତା 34:8 - ପବିତ୍ର ବାଇବଲ

8 ସଦାପ୍ରଭୁ ଯେ ମଙ୍ଗଳମୟ ଏହା ପରୀକ୍ଷା କରି ଦେଖ। ଯେଉଁ ବ୍ୟକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ଵାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।

Gade chapit la Kopi

ଓଡିଆ ବାଇବେଲ

8 ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।

Gade chapit la Kopi




ଗୀତସଂହିତା 34:8
17 Referans Kwoze  

ତୁମ୍ଭର ପ୍ରତିଜ୍ଞା ସର୍ବଦା ମୋ’ ପାଟିକୁ ମହୁଠାରୁ ଅଧିକ ମଧୁର ଲାଗେ।


ଆଉ ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ପ୍ରଚୁର ଖାଦ୍ୟ ପାଇ ପରିତୃପ୍ତ ହେବେ। ଏହା ସଦାପ୍ରଭୁ କହନ୍ତି।”


ଯେମନ୍ତ ମେଦ ଓ ମଜ୍ଜା, ସେହିପରି ମୋର ପ୍ରାଣ ପରିତୃପ୍ତ ହେବ। ମୋ’ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବି।


ହେ ସର୍ବଶକ୍ତିମାନ ସଦାପ୍ରଭୁ, ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ୱାସ କରନ୍ତି ସେମାନେ କେତେ ଭାଗ୍ୟବାନ୍।


ପ୍ରତ୍ୟେକ ଜିନିଷ ଉତ୍ତମ ଓ ସୁନ୍ଦର ହେବ। ଶସ୍ୟ ଏବଂ ନୂତନ ଦ୍ରାକ୍ଷାରସ ଯୁବକ ଯୁବତୀଙ୍କର ବଳ ବଢ଼ାଇବ।


ତୁମ୍ଭର ପ୍ରେମ ଓ କରୁଣାଠାରୁ କିଛି ଅଧିକ ମୂଲ୍ୟବାନ ବସ୍ତୁ ନାହିଁ। ଲୋକମାନେ ଓ ସ୍ୱର୍ଗଦୂତମାନେ ତୁମ୍ଭ ନିକଟକୁ ଉଦ୍ଧାର ପାଇବା ପାଇଁ ଆସନ୍ତି।


ହେ ସଦାପ୍ରଭୁ, ଯେଉଁମାନେ ପ୍ରକୃତରେ ତୁମ୍ଭକୁ ଭଲ ପାଆନ୍ତି, ତୁମ୍ଭେ ତୁମ୍ଭର କରୁଣା ଦୃଷ୍ଟି ସେମାନଙ୍କ ଉପରେ ରଖ ଓ ତୁମ୍ଭର ବିଶ୍ୱସ୍ତ ସେମାନଙ୍କ ଜୀବନରେ ସୁକର୍ମମାନ ଘଟଣା ସବୁ ଘଟୁ।


ହେ ମୋର ଭଗିନୀ, ମୋହର ପ୍ରିୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି। ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି। ମୁଁ ମହୁ ଫେଣାରୁ ମୋର ମହୁ ଭୋଜନ କରିଅଛି। ମୁଁ ଆପଣା ଦ୍ରାକ୍ଷାରସ ଓ ଦୁ‌ଗ୍‌ଧପାନ କରିଅଛି। ଆସ ପରସ୍ପର ସହିତ ଆମୋଦ କରିବା। ଆସ ପ୍ରେମରେ ମତ୍ତ ହୋଇଯିବା। ହେ ବନ୍ଧୁଗଣ, ଭୋଜନ କର, ହେ ପ୍ରିୟତମଗଣ ପାନ କର। ହଁ, ଯଥେଷ୍ଟ ପ୍ରେମକୁ ପାନ କର।


ଦେଖାଇଦିଅ ଯେ ତୁମ୍ଭେମାନେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ ଅଟ ତା’ ନ ହେଲେ ସେ କ୍ରୋଧିତ ହେବେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ। ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ୱାସୀ ସେମାନେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି। କିନ୍ତୁ ଅନ୍ୟମାନେ ସାବଧାନ ହେବା ଉଚିତ୍ କାରଣ ସଦାପ୍ରଭୁଙ୍କ କ୍ରୋଧର ଶିକାର ସେମାନେ ଯେକୌଣସି ସମୟରେ ଧନ୍ୟ।


ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେହିପରି ଯୁବାମାନଙ୍କ ମଧ୍ୟରେ ପ୍ରିୟତମ। ମୁଁ ପରମ ଆନନ୍ଦରେ ତାହାଙ୍କ ଛାୟା ତଳେ ବସିଲି ଓ ତାହାଙ୍କ ଫଳ ମୋ’ ତୁଣ୍ଡକୁ ସ୍ୱାଦୁ ଲାଗିଲା।


ହେ ଶ୍ରେଷ୍ଠ ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି? ପରମେଶ୍ୱରଙ୍କ ବିଶ୍ୱସ୍ତ ପ୍ରେମ ମୋତେ ଦିନ ତମାମ ସୁରକ୍ଷା କରିବ।


ସେ ଦୂତ ଥିଲେ ଯିଏ ମୋତେ ବିପଦରୁ ଉଦ୍ଧାର କରିଛନ୍ତି। ମୁଁ ପ୍ରାର୍ଥନା କରୁଛି ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ। ସେମାନେ ମୋ’ ନାମ ମୋର ପୂର୍ବପୁରୁଷ ଅବ୍ରହାମ ଓ ଇ‌ସ୍‌ହାକଙ୍କ ନାମ ବହନ କରିବେ। ମୁଁ ପ୍ରାର୍ଥନା କରୁଛି, ସେମାନେ ବୃଦ୍ଧି ପାଇବେ ଏବଂ ଦେଶ ସେମାନଙ୍କର ପରିବାର ଦ୍ୱାରା ଜନପୂର୍ଣ୍ଣ ହୋଇଯିବ।”


ତା'ପରେ ନବୂଖ‌ଦ୍‌ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ଆପଣା ଦାସମାନଙ୍କୁ ଅଗ୍ନିରୁ ଉଦ୍ଧାର କଲେ। ଆଉ ଏହି ତିନି ଜଣ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ ଓ ତାଙ୍କ ଭିନ୍ନ ଅନ୍ୟ କୌଣସି ଦେବତାଙ୍କର ପୂଜା କଲେ ନାହିଁ କି ପ୍ରଣାମ କଲେ ନାହିଁ। ଆଉ ମଧ୍ୟ ରାଜବାକ୍ୟ ଅମାନ୍ୟ କରି ଆପଣା ପରମେଶ୍ୱରଙ୍କ ସେବା କଲେ।


Swiv nou:

Piblisite


Piblisite