Biblia Todo Logo
Bib sou entènèt

- Piblisite -




ଗୀତସଂହିତା 34:9 - ପବିତ୍ର ବାଇବଲ

9 ସଦାପ୍ରଭୁଙ୍କ ପବିତ୍ର ଭକ୍ତଗଣ ପରମେଶ୍ୱରଙ୍କ ଉପାସନା କର। ଯେଉଁ ଲୋକମାନେ ପରମେଶ୍ୱରଙ୍କ ଉପାସନା କରନ୍ତି, ସେମାନେ ଦରକାର କରୁଥିବା ବସ୍ତୁ ସର୍ବଦା ପାଇଥା’ନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ହେ ତାହାଙ୍କର ସଦ୍‍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ତାହାଙ୍କର ସଦ୍‍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ।

Gade chapit la Kopi




ଗୀତସଂହିତା 34:9
13 Referans Kwoze  

ପରମେଶ୍ୱର ଆମ୍ଭ ପାଇଁ ସବୁକିଛିକରିବେ। ପରମେଶ୍ୱର ନିଜ ପୁତ୍ରକୁ ସୁଦ୍ଧା ଧରି ରଖିଲେ ନାହିଁ କିନ୍ତୁ ଆମ୍ଭ ସମସ୍ତଙ୍କ ପାଇଁ ଦେଇଦେଲେ। ଏଣୁ ସେ ତାଙ୍କ ସହ ଆମ୍ଭକୁ ସବୁ ବିଷୟ ଦେବେ।


ପରମେଶ୍ୱର ସେଗୁଡ଼ିକୁ ଗ୍ରହଣ କରନ୍ତି ଓ ତାହା ତାହାଙ୍କୁ ପ୍ରସନ୍ନ କରେ। ଯୀଶୁଙ୍କ ଧନରେ ମୋ’ ପରମେଶ୍ୱର ଅତି ଧନୀ। ତୁମ୍ଭର ସମସ୍ତ ଆବଶ୍ୟକତାଗୁଡ଼ିକୁ ପୂରଣ କରିବା ଲାଗି ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାଙ୍କ ଧନର ବ୍ୟବହାର କରିବେ।


ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି, ମୋର କିଛି ଅଭାବ ହେବ ନାହିଁ।


ହେ ପରମେଶ୍ୱରଙ୍କ ଆଶ୍ରିତଗଣ, ତୁମ୍ଭେ ସଦାପ୍ରଭୁଙ୍କୁ ଭଲ ପାଅ। ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କର ଆଶ୍ରିତ ଅଟନ୍ତି, କିନ୍ତୁ ସଦାପ୍ରଭୁ ସେହି ଲୋକମାନଙ୍କୁ ଦଣ୍ଡ ଦିଅନ୍ତି, ଯେଉଁମାନେ ନିଜ ଶକ୍ତିର ଅପବ୍ୟବହାର କରନ୍ତି। ସେ ସେହିମାନଙ୍କୁ ଦଣ୍ଡ ପ୍ରଦାନ କରନ୍ତି, ଯେଉଁମାନେ ଦଣ୍ଡର ଅଧିକାରୀ।


ପବିତ୍ର ଦୂତଗଣର ସମାନ ପରମେଶ୍ୱରଙ୍କୁ ବହୁତ ଭୟ କରନ୍ତି। ସିଂହାସନ ଚତୁର୍ପାର୍ଶ୍ୱରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।


ସଦାପ୍ରଭୁଙ୍କର ଦୂତ ଅବ୍ରହାମଙ୍କୁ କହିଲେ, “ତୁମ୍ଭର ପୁତ୍ରକୁ ହତ୍ୟା କର ନାହିଁ କି କିଛି ଆଘାତ କର ନାହିଁ। ବର୍ତ୍ତମାନ ମୁଁ ଦେଖି ପାରୁଛି ଯେ, ତୁମ୍ଭେ ପରମେଶ୍ୱରଙ୍କୁ ସମ୍ମାନ କରୁଛ ଏବଂ ତାଙ୍କର ଆଜ୍ଞା ମାନି ଚଳୁଛ। କାରଣ ତୁମ୍ଭେ ତୁମ୍ଭର ଏକମାତ୍ର ପୁତ୍ରକୁ ମୋ’ ସକାଶେ ଉତ୍ସର୍ଗ କରିବାକୁ କୁଣ୍ଠାବୋଧ କରି ନାହଁ।”


ତା'ପରେ ଇସ୍ରାଏଲର ଲୋକମାନେ ଫେରି ଆସିବେ। ତା'ପରେ ସେମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ରାଜା ଦାଉଦଙ୍କୁ ଖୋଜିବେ। ଶେଷଦିବସରେ, ସେମାନେ ସଦାପ୍ରଭୁଙ୍କୁ ଓ ତାଙ୍କର ଧାର୍ମିକତାକୁ ସମ୍ମାନ ଦେବାକୁ ଆସିବେ।


ଯେଉଁମାନେ ତାଙ୍କୁ ଉପାସନା କରୁଛ ସଦାପ୍ରଭୁଙ୍କର ଜୟଗାନ କର। ହେ ଯାକୁବର ବଂଶଧରଗଣ, ସଦାପ୍ରଭୁଙ୍କୁ ପ୍ରଶଂସା ପ୍ରଦର୍ଶନ କର। ଇସ୍ରାଏଲର ବଂଶଧରଗଣ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ ଦେଖାଅ।


ଦେଖାଇଦିଅ ଯେ ତୁମ୍ଭେମାନେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ ଅଟ ତା’ ନ ହେଲେ ସେ କ୍ରୋଧିତ ହେବେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ। ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ୱାସୀ ସେମାନେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି। କିନ୍ତୁ ଅନ୍ୟମାନେ ସାବଧାନ ହେବା ଉଚିତ୍ କାରଣ ସଦାପ୍ରଭୁଙ୍କ କ୍ରୋଧର ଶିକାର ସେମାନେ ଯେକୌଣସି ସମୟରେ ଧନ୍ୟ।


Swiv nou:

Piblisite


Piblisite