Biblia Todo Logo
Bib sou entènèt

- Piblisite -




ଗୀତସଂହିତା 4:4 - ପବିତ୍ର ବାଇବଲ

4 ଯଦି ତୁମ୍ଭକୁ କୌଣସି କଥା ବିବ୍ରତ କରୁଛି, ତୁମ୍ଭେ ବିଛଣାକୁ ଶୋଇବାକୁ ଯିବା ପୂର୍ବରୁ ସେହି କଥାଗୁଡ଼ିକ ଚିନ୍ତା କର ଓ ଆନନ୍ଦ ମନରେ ଶାନ୍ତିରେ ଆରାମ କର। ସେଲା

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଭୀତ ହୁଅ ଓ ପାପ କର ନାହିଁ ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା

Gade chapit la Kopi

ଓଡିଆ ବାଇବେଲ

4 ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା]

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା]

Gade chapit la Kopi




ଗୀତସଂହିତା 4:4
17 Referans Kwoze  

ଯେତେବେଳେ ତୁମ୍ଭର କ୍ରୋଧ ହୁଏ, ସେତେବେଳେ ଅତି କ୍ରୋଧୀ ହୋଇ ପାପ କର ନାହିଁ।


ରାତିରେ ମୁଁ ନିଜ ଗୀତ ବିଷୟରେ ଭାବିଲି। ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ। ମୋର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।


ନିଜେ ନିଜକୁ ଜ୍ଞାନୀ ବୋଲି ଭାବ ନାହିଁ। କିନ୍ତୁ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର, ମନ୍ଦଠାରୁ ଦୂରେଇ ରୁହ।


ମୁଁ ଶଯ୍ୟା ଉପରେ ଗଡ଼ୁଥିବା ସମୟରେ ତୁମ୍ଭକୁ ମନେ କରିବି। ରାତି ସମୟରେ ମଧ୍ୟ ମୁଁ ତୁମ୍ଭ ବିଷୟରେ ଭାବିବି।


ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର। ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି। ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”


ତୁମ୍ଭେମାନେ ବିଶ୍ୱାସରେ ଜୀବନ କାଟୁଛ କି ନାହିଁ? ନିଜ ନିଜକୁ ପରୀକ୍ଷା କରି ଦେଖ। ତୁମ୍ଭେମାନେ ଜାଣ ଯେ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ଅଛନ୍ତି। କିନ୍ତୁ ଯଦି ତୁମ୍ଭେମାନେ ପରୀକ୍ଷାରେ ବିଫଳ ହୁଅ, ତାହାହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ରହୁ ନାହାନ୍ତି ତାହା ଜାଣ।


ଏ ପୃଥିବୀର ପ୍ରତ୍ୟେକ ବ୍ୟକ୍ତି ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍। ଏ ପୃଥିବୀର ସମସ୍ତ ଲୋକ ତାଙ୍କୁ ଭୟ କରିବା ଉଚିତ୍।


ପରମେଶ୍ୱର ଲୋକମାନଙ୍କୁ କହିଲେ, ‘ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର, ତାହା ହିଁ ଜ୍ଞାନ ଅଟେ। ମନ୍ଦକାର୍ଯ୍ୟ କର ନାହିଁ, ତାହା ହିଁ ବୁଝିବା ଶକ୍ତି ଅଟେ।’”


ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ ହୁଏ। ସଦାପ୍ରଭୁ ବିଷୟକ ଭୟ ଦ୍ୱାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି।


ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ଅଛନ୍ତି। ତେଣୁ ସମଗ୍ର ପୃଥିବୀ ନୀରବ ହେବ ଓ ସଦାପ୍ରଭୁଙ୍କୁ ସମ୍ମାନ ଜଣାଇବ।


ଧାର୍ମିକ ଲୋକମାନଙ୍କର ଚଳଣି ଅଧର୍ମର ବହୁତ ଦୂରରେ। ଯେଉଁ ଲୋକ ଆପଣା ପଥ ଜଗି ଗ୍ଭଲେ, ସେ ଆପଣା ପ୍ରାଣ ରକ୍ଷା କରେ।


ସଦାପ୍ରଭୁ ଶକ୍ତିଶାଳୀ ଅଧିପତିମାନେ ବିନା କାରଣରେ ମୋତେ ଆକ୍ରମଣ କରନ୍ତି। କିନ୍ତୁ ମୁଁ କେବଳ ତୁମ୍ଭର ବାକ୍ୟକୁ ଭୟ ଓ ସମ୍ମାନ କରେ।


ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଏବଂ ସେ ତାହାଙ୍କର ପବିତ୍ର ପର୍ବତରୁ ମୋତେ ଉତ୍ତର ଦେବେ। ସେଲା


ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।


ନିଶ୍ଚିତଭାବରେ ତୁମ୍ଭେମାନେ ଆମ୍ଭକୁ ଭୟ କରିବାର କାରଣ ଅଛି,” ସଦାପ୍ରଭୁ କହନ୍ତି। “ହଁ, ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଭୟରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ରରେ ଢେଉ ଉଠେ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘୋର ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।


ବହୁତ ଲୋକ ମୋ’ ବିରୁଦ୍ଧରେ କଥା ହେଉଛନ୍ତି। ସେହି ଲୋକମାନେ କହୁଛନ୍ତି, “ପରମେଶ୍ୱର ତାକୁ ରକ୍ଷା କରି ପାରିବେ ନାହିଁ।” ସେଲା


ମୁଁ ଯେତେବେଳେ ତୁମ୍ଭକୁ ଡାକେ, ହେ ପ୍ରଭୁ ତୁମ୍ଭେ ମୋତେ ଉତ୍ତର ଦିଅ। ତେଣୁ ବର୍ତ୍ତମାନ ମୋର କଥା ଶୁଣ।


Swiv nou:

Piblisite


Piblisite