Biblia Todo Logo
Bib sou entènèt

- Piblisite -




ଗୀତସଂହିତା 40:2 - ପବିତ୍ର ବାଇବଲ

2 ସଦାପ୍ରଭୁ ମୋତେ ମୃତ୍ୟୁ ଗୁମ୍ଫାରୁ ଉଠାଇଲେ। ସେ ମୋତେ ସେହି ମାଟିର କବର ମଧ୍ୟରୁ ଉଠାଇ ଆଣିଲେ। ସେ ମୋତେ ଟେକି ଧରିଲେ। ମୋତେ, ମୋର ପାଦ ତଳକୁ ଖସିଯିବା ପୂର୍ବରୁ ଶକ୍ତ ଭୂମିରେ ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଗୀତ. ୬୯:୨,୧୪ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ।

Gade chapit la Kopi

ଓଡିଆ ବାଇବେଲ

2 ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ।

Gade chapit la Kopi




ଗୀତସଂହିତା 40:2
24 Referans Kwoze  

ସଦାପ୍ରଭୁ ଧାର୍ମିକ ବ୍ୟକ୍ତିକୁ ସ‌‌‌ତ୍‌‌‌ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାଯ୍ୟ କରନ୍ତି। ଯେତେବେଳେ ସେ ତାହା କରେ, ସଦାପ୍ରଭୁ ଖୁସୀ ହୁଅନ୍ତି।


ହେ ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ପରିଗ୍ଭଳିତ କର। ମୋ’ ପ୍ରତି କୌଣସି ଅଘଟଣ ଘଟିବାକୁ ଦିଅ ନାହିଁ।


ସଦାପ୍ରଭୁ ମୋତେ ନିଶ୍ଚୟ ବିପଦରୁ ରକ୍ଷା କରିବେ। ସେ ମୋତେ ତାଙ୍କ ମନ୍ଦିରରେ ଲୁଗ୍ଭଇ ରଖିବେ। ସେ ମୋତେ ନେଇ ତାଙ୍କ ନିରାପଦ ସ୍ଥାନରେ ରଖିବେ।


ମୁଁ ଯେତେବେଳେ ଭୟଭୀତ ହୁଏ, ପୃଥିବୀର ଶେଷ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ। ତୁମ୍ଭେ ମୋତେ ଉଚ୍ଚସ୍ଥାନରେ ଥିବା ନିରାପଦ ସ୍ଥାନକୁ ନେଇଯାଅ।


ତୁମ୍ଭେ ମୋ’ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦେଇଛ। ମୋ’ ଜୀବନକୁ ପୁନଃସ୍ଥାପନ କର। ଯେତେବେଳେ ମୁଁ ପ୍ରାୟ ମୃତ ପରି ଥିଲି, ମୋ’ ଜୀବନକୁ ରକ୍ଷା କଲ।


ମୋ’ ପ୍ରତି ତୁମ୍ଭର ଦୟା ମହତ୍ ଅଟେ। ତୁମ୍ଭେ ମୋ’ ଜୀବନକୁ ଶେଷାବସ୍ଥା ମୃତ୍ୟୁ ମୁଖରୁ ଉଦ୍ଧାର କରିଛ।


ଯେଉଁଠାରେ ମୁଁ ଠିଆ ହୋଇ ପାରିବି ଏପରି କୌଣସି ବସ୍ତୁ ନାହିଁ। ମୁଁ ଗଭୀର ପଙ୍କ ଭିତରକୁ ଭାସି ଯାଉଛି। ମୁଁ ଅଗାଧ ଜଳରେ ଅଛି ଓ ମୋର ଚତୁର୍ପାର୍ଶ୍ୱରେ ଲହଡ଼ି ଭାଙ୍ଗୁଛି। କେବଳ ମୁଁ ବୁଡ଼ିଯିବା ଉପରେ।


ହେ ଯିରୁଶାଲମ, କାରଣ ରକ୍ତ ଦ୍ୱାରା ତୁମ୍ଭର ଚୁକ୍ତି ଆମ୍ଭ ସହିତ ମୋହରାଙ୍କିତ ହୋଇଛି। ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ପାଣି ନ ଥିବା ପାଣି କୁଣ୍ତରୁ ମୁକ୍ତି କରିଛୁ।


ମୋର ଗୋଡ଼ ଓ ଆଣ୍ଠୁକୁ ଅଧିକ ଶକ୍ତିଶାଳୀ କର, ଯାହା ଫଳରେ ମୁଁ ଦୁର୍ବଳ ହେବି ନାହିଁ ଏବଂ ପଡ଼ିବି ନାହିଁ।


କିନ୍ତୁ ଈଶ୍ୱର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ୟୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ।


ଶତ୍ରୁଗଣ ମୋ’ ପଛରେ ଗୋଡ଼ାଉଛନ୍ତି। ସେମାନେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛନ୍ତି। ସେମାନେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରିବା ପାଇଁ ବାଧ୍ୟ କରୁଛନ୍ତି।


ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି। ମୋର ପାଦ ସେହି ପଥରୁ କେବେ ବିଚ୍ୟୁତ ହେବ ନାହିଁ।


ମୃତ୍ୟୁର ରଜ୍ଜୁ ଚତୁର୍ପାର୍ଶ୍ୱରେ ପ୍ରାୟ ମୋତେ ବାନ୍ଧି ଦେଲା। କବର ତା'ର ଫାନ୍ଦ ସହିତ ମୋର ପାଖାପାଖି ହୋଇଥିଲା। ମୁଁ ସଙ୍କଟ ଓ ଦୁଃଖରେ ଥିଲି।


ସ୍ୱର୍ଗଦୂତମାନେ ଖରାପ ଓ ଦୁଷ୍ଟ ଲୋକମାନଙ୍କୁ ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦେବେ। ସେଠାରେ ସେମାନେ କେବଳ କାନ୍ଦି କାନ୍ଦି ଓ ଯନ୍ତ୍ରଣାରେ ଦାନ୍ତ କାମୁଡ଼ି ରହିବେ।”


ବନ୍ଦୀମାନେ କୂପରେ ଏକତ୍ରିତ ହେଲାପରି ସେମାନେ ଏକତ୍ରିତ ହେବେ। ସେମାନଙ୍କ ମଧ୍ୟରୁ କେତେକ ବନ୍ଦୀଗୃହରେ ରୁଦ୍ଧ ହେବେ। ବହୁ ଦିନ ପରେ ସେମାନେ ଦଣ୍ଡିତ ହେବେ।


ସେତିକି ବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା। ସ୍ୱର୍ଗରାଜ୍ୟର ଭିତ୍ତିଭୂମି ଥରି ଉଠିଲା, କାରଣ ସଦାପ୍ରଭୁ କ୍ରୋଧିତ ହେଲେ।


Swiv nou:

Piblisite


Piblisite