Biblia Todo Logo
Bib sou entènèt

- Piblisite -




ଗୀତସଂହିତା 41:6 - ପବିତ୍ର ବାଇବଲ

6 ଲୋକମାନେ ମୋ’ ନିକଟକୁ ଦେଖା କରିବାକୁ ଆସନ୍ତି, କିନ୍ତୁ ସେମାନେ କିଛି କହନ୍ତି ନାହିଁ। ସେମାନେ କ’ଣ ସବୁ ପ୍ରକୃତରେ ଭାବନ୍ତି। ସେମାନେ ମୋ’ ନିକଟକୁ କିଛି ଖବର ଆଶାରେ ଆସନ୍ତି, ତା'ପରେ ସେମାନେ ଏଠାରୁ ଗ୍ଭଲିଯାଇ ନାନା ଗୁଜବ ପ୍ରଗ୍ଭର କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେ ମୋତେ ଦେଖିବାକୁ ଆସିଲେ, ଅସାର କଥା କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ।

Gade chapit la Kopi




ଗୀତସଂହିତା 41:6
9 Referans Kwoze  

ଲୋକମାନେ ନିଜ ପଡ଼ୋଶୀ ସହିତ ମିଥ୍ୟା କହନ୍ତି। ପ୍ରତ୍ୟେକ ମଣିଷ ଆଜି ଗ୍ଭଟୁକାର ସାଜି ପଡ଼ୋଶୀମାନଙ୍କୁ ମିଥ୍ୟା କଥାରେ ଭୁଲାଇ କହନ୍ତି।


ମୁଁ ଅନେକ ଥର ଯାତ୍ରା କରିଛି। ଏହି ଯାତ୍ରା ମାନଙ୍କରେ ନଦୀରେ ଲୁଣ୍ଠନକାରୀମାନଙ୍କଠାରୁ ମୋର ନିଜ ଲୋକମାନଙ୍କଠାରୁ, ଅଣଯିହୂଦୀମାନଙ୍କଠାରୁ ମୁଁ ବିପଦରେ ଥିଲି। ନଗରମାନଙ୍କରେ, ନିର୍ଜନ ସ୍ଥାନ ଗୁଡ଼ିକରେ, ଏବଂ ସମୁଦ୍ରରେ, ମଧ୍ୟ ମୁଁ ବିପଦରେ ପଡ଼ିଥିଲି। ଯେଉଁ ଲୋକମାନେ ମିଛରେ ଭାଇ ବୋଲାଉ ଥିଲେ ସେମାନଙ୍କ ପାଇଁ ମୁଁ ବିପଦରେ ପଡ଼ିଥିଲି।


ପୁଣି ଦୁଇ ରାଜା ପରସ୍ପରର ଅନିଷ୍ଟ କରିବାକୁ ଚେଷ୍ଟା କରିବେ। ସେମାନେ ଏକା ମେଜ ଉପରେ ବସି ପରସ୍ପର ମିଥ୍ୟା କଥା କହିବେ। ମାତ୍ର ସେମାନେ ସଫଳ ହେବେ ନାହିଁ। କାରଣ ପରମେଶ୍ୱର ସେମାନଙ୍କର ସମାପ୍ତ ପାଇଁ ଏକ ନିର୍ଦ୍ଦିଷ୍ଟ ସମୟ ନିରୂପଣ କରିବେ।


ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”


Swiv nou:

Piblisite


Piblisite