Biblia Todo Logo
Bib sou entènèt

- Piblisite -




ଗୀତସଂହିତା 42:6 - ପବିତ୍ର ବାଇବଲ

6 ହେ ମୋର ପରମେଶ୍ୱର, ମୋର ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି ଛୋଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି। ଯେଉଁଠାରେ ହର୍ମୋଣ ପର୍ବତ ଓ ଯର୍ଦ୍ଦନ ନଦୀ ପରସ୍ପରକୁ ଭେଟନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ହେ ମୋହର ପରମେଶ୍ଵର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି ହର୍ମୋଣ ଓ ମିତ୍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।

Gade chapit la Kopi

ଓଡିଆ ବାଇବେଲ

6 ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋ’ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।

Gade chapit la Kopi




ଗୀତସଂହିତା 42:6
14 Referans Kwoze  

ମୁଁ ଯେତେବେଳେ ଭୟଭୀତ ହୁଏ, ପୃଥିବୀର ଶେଷ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ। ତୁମ୍ଭେ ମୋତେ ଉଚ୍ଚସ୍ଥାନରେ ଥିବା ନିରାପଦ ସ୍ଥାନକୁ ନେଇଯାଅ।


“ମୁଁ ଜୀବନର ସବୁ ଆଶା ଛାଡ଼ିଥିଲି କିନ୍ତୁ ତା'ପରେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଏବଂ ତୁମ୍ଭେ ତୁମ୍ଭ ପବିତ୍ର ମନ୍ଦିରରୁ ମୋର ପ୍ରାର୍ଥନା ଶୁଣିଲ।


ମୁଁ ପରମେଶ୍ୱରଙ୍କ ଯଜ୍ଞବେଦି ନିକଟକୁ ଆସିବି। ମୁଁ ପରମେଶ୍ୱରଙ୍କ ନିକଟକୁ ଯିବି, ଯିଏ ମୋତେ ସମସ୍ତ ସୁଖ ପ୍ରଦାନ କରିଛନ୍ତି। ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ଏହି ବୀଣା ବାଦ୍ୟଯନ୍ତ୍ରରେ ତୁମ୍ଭର ପ୍ରଶଂସା ଗାନ କରିବି।


ହେ ମୋର ପରମେଶ୍ୱର, ହେ ମୋର ସଦାପ୍ରଭୁ, କାହିଁକି ତୁମ୍ଭେ ମୋତେ ପରିତ୍ୟାଗ କଲ? ତୁମ୍ଭେ ମୋ’ ନିକଟରୁ ବହୁତ ଦୂରରେ ଥାଇ କିପରି ମୋତେ ସାହାଯ୍ୟ କରିବ? ତୁମ୍ଭେ ମୋର ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର ଏତେ ଦୂରରୁ ଶୁଣି ପାରିବ।


ଏହା ପରେ ଦାଉଦ ଓ ତାଙ୍କର ସମସ୍ତ ସାଙ୍ଗଲୋକ ଯର୍ଦ୍ଦନ ନଦୀ ପାର ହୋଇ ଗଲେ। ପ୍ରଭାତ ଆଲୁଅ ସମୟକୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା। ଏହିପରି କେହି ହେଲେ ରହିଲେ ନାହିଁ।


ପ୍ରାୟ ତିନିଟା ବେଳେ ଯୀଶୁ ଉଚ୍ଚ ସ୍ୱରରେ ଡାକିଲେ, “ଏଲି, ଏଲି, ଲାମା ସବ‌କ୍‌ଥାନୀ?” ଅର୍ଥାତ୍ “ହେ ମୋର ପରମେଶ୍ୱର, ହେ ମୋର ପରମେଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”


ସେମାନଙ୍କ ପାଖରୁ କିଛି ଦୂରକୁ ଗ୍ଭଲିକରି ଯିବାପରେ ଯୀଶୁ ତଳେ ଉବୁଡ଼ ହୋଇ ପଡ଼ିଲେ ଓ ପ୍ରାର୍ଥନା କଲେ, “ହେ ପରମପିତା! ଯଦି ସମ୍ଭବ ହୁଏ, ତେବେ ଯନ୍ତ୍ରଣାର ଏହି ପାତ୍ରଟି ମୋ'ଠାରୁ ଦୂର ହୋଇଯାଉ। କିନ୍ତୁ ମୋ’ ଇଚ୍ଛା ଅନୁସାରେ ନ ହୋଇ ଆପଣଙ୍କ ଇଚ୍ଛା ଅନୁସାରେ କରନ୍ତୁ।”


ଏହା ହର୍ମୋଣ ପର୍ବତରୁ ସିୟୋନ ପର୍ବତ ଉପରେ ପଡ଼ୁଥିବା ମୃଦୁ ବୃଷ୍ଟି ତୁଲ୍ୟ। ସେହିଠାରେ ସଦାପ୍ରଭୁ ଚିରଦିନ ପାଇଁ ଆଶୀର୍ବାଦ କରିବାର ଆଦେଶ ଦେଇଛନ୍ତି।


ଯେତେବେଳେ ଦାଉଦ ମହନୟିମରେ ପହଞ୍ଚିଲେ, ସେ ସେଠାରେ ଶୋବି, ମାଖୀର ଏବଂ ବର୍ସିଲ୍ଲୟଙ୍କୁ ଭେଟିଲେ। ଶୋବି ରବ୍ବାରୁ ଅମ୍ମୋନୀୟ ନାହଶଙ୍କର ପୁତ୍ର ଥିଲେ। ମାଖୀର ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ଥିଲେ। ବର୍ସିଲ୍ଲୟ ରୋଗଲୀମନିବାସୀ ଗିଲିୟଦୀୟ ଥିଲେ।


ହେ ମୋର ପ୍ରାଣ, କାହିଁକି ଏତେ ଦୁଃଖିତ? ମୁଁ କାହିଁକି ଏତେ ଅଧୀର ହେଉଛି? ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି। ତାଙ୍କୁ ପ୍ରଶଂସା କରିବା ପାଇଁ ମୁଁ ନିଶ୍ଚୟ ସୁଯୋଗ ପାଇବି। ସେ ମୋତେ ରକ୍ଷା କରିବେ।


Swiv nou:

Piblisite


Piblisite