ଗୀତସଂହିତା 44:12 - ପବିତ୍ର ବାଇବଲ12 ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକଙ୍କୁ ବିନା ମୂଲ୍ୟରେ ବିକ୍ରୀ କରି ଦେଉଛ ଓ ସେମାନଙ୍କର ଉଚିତ୍ ଦାମ୍ ପାଇଁ ମଧ୍ୟ ଆଲୋଚନା କରି ନାହଁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ଵାରା ଆପଣା ଧନ ବୃଦ୍ଧି କରିନାହଁ। Gade chapit laଓଡିଆ ବାଇବେଲ12 ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ୱାରା ଆପଣା ଧନ ବୃଦ୍ଧି କରି ନାହଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ୱାରା ଆପଣା ଧନ ବୃଦ୍ଧି କରି ନାହଁ। Gade chapit la |
ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।
ସଦାପ୍ରଭୁ ଇସ୍ରାଏଲ ଉପରେ କୋପଦୃଷ୍ଟି ପକାଇଲେ। ପରମେଶ୍ୱର ଲୁଣ୍ଠନକାରୀମାନଙ୍କୁ ସେମାନଙ୍କ ଆକ୍ରମଣ ପାଇଁ ଆଦେଶ ଦେଲେ। ତେଣୁ ସେମାନେ ଇସ୍ରାଏଲର ଲୋକମାନଙ୍କୁ ଲୁଣ୍ଠନ କଲେ। ସଦାପ୍ରଭୁ ସେମାନଙ୍କର ଚତୁର୍ପାର୍ଶ୍ୱରେ ଥିବା ଶତ୍ରୁମାନଙ୍କୁ ସାହାଯ୍ୟ କଲେ, ସେମାନଙ୍କୁ ହରାଇବାକୁ। ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କ ବିରୁଦ୍ଧରୁ ନିଜକୁ ରକ୍ଷା କରି ପାରିଲେ ନାହିଁ।