Biblia Todo Logo
Bib sou entènèt

- Piblisite -




ଗୀତସଂହିତା 44:5 - ପବିତ୍ର ବାଇବଲ

5 ହେ ମୋର ପରମେଶ୍ୱର, ତୁମ୍ଭରି ସାହାଯ୍ୟରେ ଆମ୍ଭର ଶତ୍ରୁମାନଙ୍କୁ ଆମ୍ଭେ ପଛକୁ ତଡ଼ି ଦେବୁ। ତୁମ୍ଭର ନାମକୁ ନେଇ ଆମ୍ଭେମାନେ ଆମ୍ଭର ଶତ୍ରୁମାନଙ୍କ ଉପରେ ଚଢ଼ି ଗ୍ଭଲିଯିବୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭ ଦ୍ଵାରା ଆମ୍ଭେମାନେ ବିପକ୍ଷଗଣକୁ ଭୂସି ପକାଇବା; ତୁମ୍ଭ ନାମ ଦ୍ଵାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା।

Gade chapit la Kopi

ଓଡିଆ ବାଇବେଲ

5 ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା; ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା; ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା।

Gade chapit la Kopi




ଗୀତସଂହିତା 44:5
14 Referans Kwoze  

କେବଳ ପରମେଶ୍ୱର ଆମ୍ଭକୁ ଶକ୍ତିଶାଳୀ କରି ପାରିବେ। ପରମେଶ୍ୱର ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବେ।


ପରମେଶ୍ୱର ହିଁ ଆମ୍ଭକୁ ଶକ୍ତିଶାଳୀ କରି ପାରିବେ। କେବଳ ସେ ଆମ୍ଭର ଶତ୍ରୁମାନଙ୍କୁ ପଦଦଳନ କରି ପାରିବେ।


ଖ୍ରୀଷ୍ଟଙ୍କଠାରୁ ମୋତେ ଶକ୍ତି, ପ୍ରଦତ୍ତ ହୋଇଥିବାରୁ, ତାଙ୍କ ମାଧ୍ୟମରେ ମୁଁ ସବୁକିଛି କରିବାକୁ ସକ୍ଷମ।


ଯୋଷେଫ ହେଉଛନ୍ତି, ଶକ୍ତିଶାଳୀ ବୃଷଭ ପରି। ତାଙ୍କର ଦୁଇପୁତ୍ର ତାଙ୍କର ଶିଙ୍ଗ ସଦୃଶ। ସେମାନେ ଅନ୍ୟ ଲୋକମାନଙ୍କୁ ଆକ୍ରମଣ କରିବେ ଏବଂ ପୃଥିବୀର ଶେଷ ସୀମାକୁ ସେମାନଙ୍କୁ ତଡ଼ି ଦେବେ। ସେମାନେ ମନଃଶିର ହଜାର ହଜାର ଲୋକପରି, ଇଫ୍ରୟିମଙ୍କ ଦଶହଜାର ଲୋକଙ୍କ ତୁଲ୍ୟ।”


ସେମାନେ ବୀରପରି ତାଙ୍କର ପାଦତଳେ କାଦୁଅ ରାସ୍ତାକୁ ଦଳି ଦେବେ। ସେମାନେ ଯୁଦ୍ଧ କରି ଶତ୍ରୁପକ୍ଷର ଅଶ୍ୱାରୋହୀମାନଙ୍କୁ ମଧ୍ୟ ପରାସ୍ତ କରିବେ। କାରଣ ସଦାପ୍ରଭୁ ତାଙ୍କ ସହବର୍ତ୍ତୀ ଅଟନ୍ତି।


ମୁଁ ଲକ୍ଷ୍ୟ କଲି ସେହି ମେଷ ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦିଗକୁ ପେଲି ମାଡ଼ି ଯାଉଛି। ଆଉ କୌଣସି ପଶୁ ତାହା ସମ୍ମୁଖରେ ଠିଆ ହୋଇପାରୁ ନ ଥିଲେ ଏବଂ ଆଉ କେହି ତା'ଠାରୁ ରକ୍ଷା ପାଇ ପାରିଲେ ନାହିଁ। ତେଣୁ ସେ ନିଜ ଇଚ୍ଛାନୁସାରେ କର୍ମ କରି ନିଜର ବଡ଼ିମା ପ୍ରକାଶ କରି ଶକ୍ତିଶାଳୀ ହେଲା।


ତୁମ୍ଭେ ସିଂହ ଏବଂ ସର୍ପ ଉପରେ ମାଡ଼ି ଗ୍ଭଲି ଯିବ। ତୁମ୍ଭେ ଯୁବା ସିଂହ ଓ କାଳସର୍ପକୁ ପାଦତଳେ ଦଳି ଦେବ।


ଶାନ୍ତିର ସ୍ରୋତ ପରମେଶ୍ୱର ଶୀଘ୍ର ଶୟତାନକୁ ହରାଇବେ ଓ ତା’ ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ। ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।


କନାନାର ପୁତ୍ର ସିଦିକିୟ ଜଣେ ଭବିଷ୍ୟ‌ଦ୍‌ବକ୍ତା ଲୌହମୟ ଶିଙ୍ଗମାନ ନିର୍ମାଣ କରି ଆହାବଙ୍କୁ କହିଲା, “ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଏହି ଲୌହମୟ ଶିଙ୍ଗ ଯୁଦ୍ଧରେ ବ୍ୟବହାର କରିବ ଏବଂ ତୁମ୍ଭେ ଅରାମର ସମସ୍ତ ସୈନ୍ୟମାନଙ୍କୁ ସଂହାର କରିବ ଏବଂ ଜୟଲାଭ କରିବ।’”


ପ୍ରତିଦିନ ସକାଳେ ହେ ସଦାପ୍ରଭୁ, ମୋର ରବ ଶୁଣ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ଆପଣା ପ୍ରାର୍ଥନା ସଜାଏ ଏବଂ ପ୍ରତିଦିନ ସକାଳେ ତୁମ୍ଭେ ମୋର ପ୍ରାର୍ଥନା ଶୁଣ।


Swiv nou:

Piblisite


Piblisite