Biblia Todo Logo
Bib sou entènèt

- Piblisite -




ଗୀତସଂହିତା 49:3 - ପବିତ୍ର ବାଇବଲ

3 ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ ଓ ବୁଦ୍ଧିମାନର କଥା କହିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧିବିଷୟକ ହେବ।

Gade chapit la Kopi

ଓଡିଆ ବାଇବେଲ

3 ମୋହର ମୁଖ ଜ୍ଞାନର କଥା କହିବ ଓ ମୋ’ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।

Gade chapit la Kopi




ଗୀତସଂହିତା 49:3
15 Referans Kwoze  

ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ। ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ। ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।


ଗୋଟିଏ ଭଲ ଲୋକର ମନରେ ଭଲ କଥା ସଞ୍ଚିତ ହୋଇ ରହିଥାଏ, ସେ କହିବା ବେଳେ ତା'ର ମନରୁ ଭଲ କଥା ବାହାରି ଆସେ। କିନ୍ତୁ ଜଣେ ଖରାପ ଲୋକର ମନ ଭିତରେ ଖରାପ କଥା ସବୁ ସଞ୍ଚିତ ହୋଇ ରହିଥାଏ। ସେ କହିବା ବେଳେ ତା’ ମନ ଭିତରୁ ଖରାପ କଥା ବାହାରିଥାଏ। ତେଣୁ ସେ ଖରାପ କଥା କୁହେ।


ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ, ମୁଁ ଯାହା ଶିକ୍ଷା ଦିଏ ଆପଣା ମନ ଲଗାଅ।


ସୁନ୍ଦର ଭାବନାସବୁ ମୋର ମନକୁ ଭରିଦିଏ, ଯେବେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କହେ। ଏହି ଶବ୍ଦଗୁଡ଼ିକ ମୋ’ ଜିହ୍ୱାରେ ପ୍ରବାହୀତ ହୋଇଥାଏ, ନିପୁଣ ଲେଖକର କଲମରୁ ଆସିଲା ପରି।


ଧାର୍ମିକ ବ୍ୟକ୍ତି ଜ୍ଞାନର ଉପଦେଶ ଦିଏ। ତା'ର ନିଷ୍ପତ୍ତି ସମସ୍ତଙ୍କୁ ନ୍ୟାୟ ପ୍ରଦାନ କରେ।


ତୁମ୍ଭର କଥାର ବିସ୍ତାରତା ମସ୍ତକକୁ ଆଲୋକ ପ୍ରଦାନ କରେ। ଏପରିକି ଏହା ମୂର୍ଖ ଲୋକମାନଙ୍କୁ ମଧ୍ୟ ବୁଦ୍ଧିମାନ କରେ।


କିନ୍ତୁ ଆୟୁବ ଯଦି ତୁମ୍ଭର କିଛି କହିବାର ନାହିଁ ମୋ’ କଥା ଶୁଣ। ନୀରବ ହୁଅ, ମୁଁ ଜ୍ଞାନ ଶିଖାଇବି।”


ମୋର ହୃଦୟ ନିର୍ମଳ, ସେଥିପାଇଁ ମୁଁ ସ‌‌‌ତ୍‌‌‌ବାକ୍ୟ ହିଁ କହିବି। ମୁଁ ଜାଣିଥିବା ବିଷୟରେ ସତ୍ୟହିଁ କେବଳ କହିବି।


ମୋର ଉପଦେଶ ବର୍ଷା ପରି ବର୍ଷିବ। ମୋର ବାଣୀ ଶିଶିର ପରି କ୍ଷରିବ। ତାହା କୋମଳ ତୃଣ ଉପରେ ମନ୍ଦ ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।


ମୁଁ ଆଶାକରେ ମୁଁ ଯାହାସବୁ କହିଲି ତାହା ଆନନ୍ଦ ଦେବ। ମୁଁ ସଦାପ୍ରଭୁଙ୍କ ପାଇଁ ଆନନ୍ଦିତ ହେବି।


ତୁମ୍ଭେ ଜାଣ ସଦାପ୍ରଭୁ ସବୁବେଳେ ତାଙ୍କ ଆଶ୍ରିତ ଧାର୍ମିକ ବ୍ୟକ୍ତିମାନଙ୍କ କଥା ଶୁଣନ୍ତି। ତେଣୁ ସେ ମୋ’ କଥା ମଧ୍ୟ ଶୁଣନ୍ତି, ମୁଁ ଯେତେବେଳେ ତାଙ୍କୁ ପ୍ରାର୍ଥନା କରେ।


Swiv nou:

Piblisite


Piblisite