Biblia Todo Logo
Bib sou entènèt

- Piblisite -




ଗୀତସଂହିତା 49:4 - ପବିତ୍ର ବାଇବଲ

4 ମୁଁ ସେ ସବୁ ଯେ ଶୁଣି ଅଛି ଓ ବର୍ତ୍ତମାନ ମୁଁ ସେ ସବୁକୁ ମୋର ବୀଣାବାଦନ ସହିତ ଗାୟନ କରିବି ଏବଂ ତୁମ୍ଭ ନିକଟରେ ସେହି ଗୁଢ଼ ବିଷୟସବୁ ପ୍ରକାଶ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୂଢ଼ ବିଷୟ ବ୍ୟାଖ୍ୟା କରିବି।

Gade chapit la Kopi

ଓଡିଆ ବାଇବେଲ

4 ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣା ଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।

Gade chapit la Kopi




ଗୀତସଂହିତା 49:4
10 Referans Kwoze  

ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି। ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ଯାହାକି ବୁଝିବା ପାଇଁ କଷ୍ଟକର।


ପରମେଶ୍ୱର ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କ ମାଧ୍ୟମରେ ଯାହା କହିଥିଲେ, ତାହା ପୂର୍ଣ୍ଣ ହେବା ପାଇଁ ଏହା ହେଉଥିଲା। ପରମେଶ୍ୱର କହିଥିଲେ: “ମୁଁ କାହାଣୀ ଦ୍ୱାରା କଥା କହିବି। ସୃଷ୍ଟିର ଆଦି କାଳରୁ ଯେଉଁସବୁ କଥା ଗୋପନୀୟ ହୋଇ ରହିଛି, ସେଗୁଡ଼ିକ ମୁଁ ପ୍ରକାଶ କରିବି।”


ଯେଉଁ ଲୋକମାନେ, ଯିଏ କି ଏହି ହିତୋପଦେଶ ଶୁଣନ୍ତି, ଜ୍ଞାନୀଲୋକ କହି ଯାଇଥିବା କଥା ବୁଝିବାରେ ସକ୍ଷମ ହେବେ ଏବଂ ଗୁପ୍ତ ରହିଥିବା ଗଳ୍ପର ଅର୍ଥ ମଧ୍ୟ ବୁଝିପାରିବେ। ସେମାନେ ଜ୍ଞାନୀମାନଙ୍କର କହିଥିବା ହିତଜନକ ପରାମର୍ଶ ବୁଝିପାରିବେ।


ତହୁଁ ବିଲିୟମ କହିଲେ, “ମୋୟାବର ରାଜା ବାଲାକ୍, ଅରାମଠାରୁ ପୂର୍ବ ଦିଗସ୍ଥିତ ପର୍ବତ ଶ୍ରେଣୀରୁ ମୋତେ ଆଣିଅଛି। ‘ଆସ, ଏବଂ ମୋ’ ନିମନ୍ତେ ଯାକୁବକୁ ଶାପ ଦିଅ। ଇସ୍ରାଏଲକୁ ଅଭିଶାପ ଦେବା ପାଇଁ ଆଉଥରେ ଆସ।’


ମୁଁ ତା’ ସହିତ ଦର୍ଶନ କିମ୍ବା ନିଦର୍ଶନ ବାକ୍ୟରେ ନୁହେଁ, ମାତ୍ର ସମ୍ମୁଖା-ସମ୍ମୁଖୀ ହୋଇ ପ୍ରକାଶ୍ୟ ଭାବରେ ତା’ ସହିତ କଥା କହେ। ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରେ। ତାଙ୍କ ବିରୁଦ୍ଧରେ କଥା କହିବାକୁ ତୁମ୍ଭେମାନେ କାହିଁକି ଭୀତ ହେଲ ନାହିଁ?”


ଆମ୍ଭମାନଙ୍କଠାରେ ଏହି ପ୍ରକାରର ଭରସା ରଖିଥିବା ହେତୁ ଆମ୍ଭେ ଅତି ସାହସୀ।


ତୁମ୍ଭେମାନେ ଅନ୍ଧକାରରେ କହୁଥିବା କଥା ଆଲୁଅରେ କହି ଦିଆ ଯିବ। ଗୋଟିଏ ଏକାନ୍ତ କୋଠରି ଭିତରେ ଚୁପ୍ କରି କାହା କାନରେ ତୁମ୍ଭେମାନେ କିଛି କହିଲେ ମଧ୍ୟ ତାହାକୁ ଘରର ଛାତ ଉପରୁ ଘୋଷଣା କରି ଦିଆ ଯିବ।”


“ଯେତେବେଳେ ସେହି ରାଜ୍ୟଗୁଡ଼ିକର ଶେଷ ସମୟ ଆସିବ ସେତେବେଳେ ଜଣେ ଅତି ସାହସୀ ଓ ନିଷ୍ଠୁର ରାଜା ଜନ୍ମ ହେବେ। ଆଉ ସେ ରାଜା ଅତି କୌଶଳୀ ହେବେ ମାତ୍ର ସେତେବେଳେ ବହୁ ପାପୀଷ୍ଠ ବ୍ୟକ୍ତି ଜନ୍ମ ନେଇଥିବେ।


ଏଥିରେ ମୁଁ (ଯିହିଜିକଲ) କହିଲି, “ହେ ସଦାପ୍ରଭୁ, ମୋର ପ୍ରଭୁ ସେମାନେ ମୋ’ ବିଷୟରେ କହୁଛନ୍ତି, ସେ କେବଳ ନୀତିବାକ୍ୟ କହୁଛି।”


Swiv nou:

Piblisite


Piblisite