Biblia Todo Logo
Bib sou entènèt

- Piblisite -




ଗୀତସଂହିତା 49:6 - ପବିତ୍ର ବାଇବଲ

6 ଅନେକ ଲୋକ ଭାବନ୍ତି ସେମାନଙ୍କର ଧନ ଓ ବଳ ସେମାନଙ୍କୁ ରକ୍ଷା କରିବ କିନ୍ତୁ ସେହି ଲୋକମାନେ ମୂର୍ଖ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;

Gade chapit la Kopi

ଓଡିଆ ବାଇବେଲ

6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;

Gade chapit la Kopi




ଗୀତସଂହିତା 49:6
17 Referans Kwoze  

ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।


ଆଉ ସଦାପ୍ରଭୁ କହନ୍ତି, “ଜ୍ଞାନବାନ୍ ଆପଣା ଜ୍ଞାନରେ ଦର୍ପ ନ କରୁ, ବଳବାନ୍ ଆପଣା ବଳରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନରେ ଗର୍ବ ନ କରୁ।


“ଦେଖ, ତାଙ୍କୁ କ’ଣ ହେଲା। ସେ ରକ୍ଷା ପାଇବା ପାଇଁ ପରମେଶ୍ୱରଙ୍କୁ ବିଶ୍ୱାସ କଲା ନାହିଁ। ସେ ଭାବିଲା, ତା'ର ଧନ ଏବଂ ମିଥ୍ୟା ତାକୁ ଉଦ୍ଧାର କରିବ।”


ଯୀଶୁଙ୍କ କଥା ଶୁଣି ଶିଷ୍ୟମାନେ ଆଶ୍ଚର୍ଯ୍ୟ ହୋଇଗଲେ, କିନ୍ତୁ ଯୀଶୁ ସେମାନଙ୍କୁ ପୁଣି କହିଲେ, “ହେ ମୋର ପିଲାମାନେ, ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପ୍ରକୃତରେ କେଡ଼େ କଠିନ।


ତା'ପରେ ମୁଁ ନିଜକୁ କହି ପାରିବି, ମୁଁ ଅନେକ ଉତ୍ତମ ପଦାର୍ଥ ଅନେକ ବର୍ଷ ପାଇଁ ସଞ୍ଚୟ କରି ରଖିଛି। ଏଥର ଆରାମ କର। ଖାଇପିଇ ମଉଜ କର।’


ଇଫ୍ରୟିମ କହିଲେ, ‘ମୁଁ ଧନୀ, ମୁଁ ପ୍ରକୃତ ଧନ ଲାଭ କରିଛି। କୌଣସି ବ୍ୟକ୍ତି ମୋର ଅପରାଧ ଜାଣିବ ନାହିଁ। କେହି ମଧ୍ୟ ମୋର ପାପ ଜାଣି ପାରିବ ନାହିଁ।’


ତୁମ୍ଭେ ଧନକୁ ଦେଖିବା ପୂର୍ବରୁ ସେ ପଳାଏ। କାରଣ ଧନ ଉଡ଼ୁଥିବା ଉତ୍କ୍ରୋଶପକ୍ଷୀ ପରି ଡେଣା ପାଏ ଏବଂ ଉଡ଼ିଯାଏ।


ଆପଣା ଧନରେ ଯେ ନିର୍ଭର ରଖେ, ସେ ସତେଜ ପତ୍ରପରି ବଞ୍ଚେ। ମାତ୍ର ଧାର୍ମିକ ଲୋକ ସତେଜ ପତ୍ରପରି ପ୍ରଫୁଲ୍ଲ ହେବ।


ଧନୀ ଲୋକର ଧନ ତା'ର ଦୃଢ଼ ନଗର ସଦୃଶ, କିନ୍ତୁ ଦରିଦ୍ର ଲୋକମାନଙ୍କର ଦରିଦ୍ରତା ସେମାନଙ୍କର ବିନାଶ ଆଣେ।


ଦୌରାତ୍ମ୍ୟରେ ଭରସା କର ନାହିଁ। ଗ୍ଭେରି କରି ଲାଭ କରିବାର ଚିନ୍ତା କର ନାହିଁ, ଏବଂ ଯଦି ତୁମ୍ଭେ ଧନୀ ହେଲେ ତୁମ୍ଭର ଧନ ତୁମ୍ଭକୁ ସାହାଯ୍ୟ କରିବ ବୋଲି ଆଶା କର ନାହିଁ।


ଆଉ ହାମନ୍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଛନ୍ତି, ତାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଛନ୍ତି। ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲା।


ମୋର ଶତ୍ରୁମାନେ ମୋର କଥାକୁ ରୂପ ବଦଳାଇ ବିପରୀତ ଅର୍ଥ କରୁଛନ୍ତି। ସେମାନେ ମୋତେ ସର୍ବଦା କୁମନ୍ତ୍ରଣାରେ ଅନିଷ୍ଟ କରୁଛନ୍ତି।


କାରଣ ସେମାନଙ୍କର ଅଧର୍ମ ପାଇଁ, ସେମାନଙ୍କୁ ପଳାଇ ଯିବାକୁ ଦିଅ ନାହିଁ। ପରମେଶ୍ୱର! ତୁମ୍ଭ କ୍ରୋଧରେ ସେହି ଜାତିଗଣକୁ ନିମ୍ନ ଆଡ଼କୁ ନେଇଆସ।


ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ। ସେହି ଲୋକ ସୁସ୍ଥିର ହେବ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।


ସେହି ଲୋକ ସୁସ୍ଥିର ଥାଏ। ସେ କେବେ ଭୟ କରେ ନାହିଁ। ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହେବାର ଦେଖିବ।


Swiv nou:

Piblisite


Piblisite