Biblia Todo Logo
Bib sou entènèt

- Piblisite -




ଗୀତସଂହିତା 6:3 - ପବିତ୍ର ବାଇବଲ

3 ମୋର ସମଗ୍ର ଶରୀର କମ୍ପୁଅଛି। ହେ ସଦାପ୍ରଭୁ, ଆଉ କେତେ କାଳ ପରେ ତୁମ୍ଭେ ମୋତେ ସୁସ୍ଥ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମୋହର ପ୍ରାଣ ମଧ୍ୟ ଅତ୍ୟ; ବ୍ୟାକୁଳ ହେଉଅଛି; ପୁଣି ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ?

Gade chapit la Kopi

ଓଡିଆ ବାଇବେଲ

3 ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୁ, ଆଉ କେତେ କାଳ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ?

Gade chapit la Kopi




ଗୀତସଂହିତା 6:3
15 Referans Kwoze  

ହେ ସଦାପ୍ରଭୁ, ଆମ୍ଭ ପାଖକୁ ଫେରି ଆସ, ଆଉ କେତେ ଦିନ ତୁମ୍ଭେ ଅପେକ୍ଷା କରିବ? ଆପଣା ଦାସ ପ୍ରତି ଦୟା କର।


“ବର୍ତ୍ତମାନ ମୁଁ ବହୁତ ‌‌‌‌ଉ‌‌‌‌‌‌‌ଦ୍‌‌ବିଗ୍ନ ଅଛି। ମୁଁ କ'ଣ କହିବି? ‘ହେ ପରମପିତା, ମୋତେ ଏ ଯନ୍ତ୍ରଣାଦାୟକ ସମୟରୁ ଉଦ୍ଧାର କର’, ଏଭଳି କହି କ'ଣ ମୁଁ ପ୍ରାର୍ଥନା କରିବି? ନା, କାରଣ ମୁଁ ତ’ ଯନ୍ତ୍ରଣା ଭୋଗିବି ବୋଲି ଆସିଛି।


ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ପାଟି କରି ଡାକୁଥା’ନ୍ତି। ଯାହା ଠିକ୍, ତାହା ପରମେଶ୍ୱର ତାହାଙ୍କ ଲୋକଙ୍କୁ ସଦାବେଳେ ଦେଇଥା’ନ୍ତି। ନିଜ ଲୋକଙ୍କୁ ଉତ୍ତର ଦେବାରେ ପରମେଶ୍ୱର ଆଦୌ ବିଳମ୍ବ କରିବେ ନାହିଁ।


ଯୀଶୁ ସେମାନଙ୍କୁ କହିଲେ, “ମୋର ହୃଦୟ ଏତେ ଦୁଃଖରେ ଭରି ଯାଇଛି ଯେ, ସତେ ଯେପରି ପ୍ରାଣ ବାହାରି ଯିବା ଉପରେ। ତୁମ୍ଭେମାନେ ମୋ’ ସହିତ ଏଠାରେ ଚେଇଁ କରି ରୁହ ଓ ଅପେକ୍ଷା କର।”


ଯେତେବେଳେ ଜଣେ ମନୁଷ୍ୟ ଅସୁସ୍ଥ ହୁଏ ତା'ର ଆତ୍ମା ତା'ର ଅସୁସ୍ଥତାକୁ ସହିପାରେ, କିନ୍ତୁ କେହି ହେଲେ ଗୋଟିଏ ରୋଗଗ୍ରସ୍ତ ଆତ୍ମାକୁ ସହିପାରେ ନାହିଁ।


ମୁଁ ଆଶ୍ଚର୍ଯ୍ୟ ହେଲି, “ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ୟାଗ କରିଛନ୍ତି କି? ଆଉ ସେ କ’ଣ ସୁପ୍ରସନ୍ନ ହେବେ ନାହିଁ?


ହେ ମୋର ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ? କାହିଁକି ମୁଁ ଏତେ ଅସ୍ଥିର ହେଉଅଛି? ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି। ମୁଁ ପରମେଶ୍ୱରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି ଓ ସେ ମୋତେ ଉଦ୍ଧାର କରିବେ।


ହେ ମୋର ପ୍ରାଣ, କାହିଁକି ମୁଁ ଏତେ ବ୍ୟାକୁଳ? “ମୁଁ ପରମେଶ୍ୱରଙ୍କ ସହାୟତା ପାଇଁ ଅପେକ୍ଷା କରିବି। ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି। ସେ ମୋତେ ରକ୍ଷା କରିବେ।


ମୋତେ ଏତେ କଷ୍ଟ ହେଉଥିଲା, ମୁଁ କିଛି ଅନୁଭବ କରିପାରୁ ନ ଥିଲି। ମୁଁ ହୃଦୟର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରୁଥିଲି।


ମୋର ବଳ କ୍ରମେ କ୍ଷୀଣ ହୋଇ ଆସୁଛି, ପାଣି ଭୂମିରେ ଶୋଷିତ ହେଲାପରି ମୋର ଶକ୍ତି ଗ୍ଭଲି ଯାଉଛି। ମୋର ଅସ୍ଥିସବୁ ଭାଙ୍ଗି ଯାଉଛି। ମୋର ସାହସ କ୍ରମେ କ୍ଷୀଣ ହୋଇ ଆସୁଛି।


ତା'ପରେ ଯିରୁଶାଲମର ଫାଟକ ପାଖରେ ଥାଇ ତୁମ୍ଭକୁ ପ୍ରଶଂସା କରି ମୁଁ ଗୀତ ଗାଇବି। ମୁଁ ଆଜି ଅତ୍ୟନ୍ତ ଆନନ୍ଦିତ କାରଣ ତୁମ୍ଭେ ମୋତେ ରକ୍ଷା କରିଛ।”


ହେ ସଦାପ୍ରଭୁ, ତୁମ୍ଭେ ମୋତେ ସୁସ୍ଥ କଲେ ମୁଁ ପ୍ରକୃତରେ ସୁସ୍ଥ ହେବି। ତୁମ୍ଭେ ଯଦି ମୋତେ ପରିତ୍ରାଣ କର, ତେବେ ମୁଁ ପରିତ୍ରାଣ ପାଇବି। କାରଣ ତୁମ୍ଭେ ମୋର ପ୍ରଶଂସାର ଭୂମି।


Swiv nou:

Piblisite


Piblisite