Biblia Todo Logo
Bib sou entènèt

- Piblisite -




ଗୀତସଂହିତା 7:16 - ପବିତ୍ର ବାଇବଲ

16 ସେମାନେ ନିଶ୍ଚୟ ଦଣ୍ଡ ପାଇବେ। ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ନିଷ୍ଠୁର ବ୍ୟବହାର ପ୍ରଦର୍ଶନ କରନ୍ତି। କିନ୍ତୁ ସେମାନେ ନିଜର ଦୌରାତ୍ମ୍ୟ ପାଇଁ ନିଜେ ହିଁ ଦଣ୍ଡ ପାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ତରେ ପଡ଼ିବ।

Gade chapit la Kopi

ଓଡିଆ ବାଇବେଲ

16 ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ଡରେ ପଡ଼ିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ଡରେ ପଡ଼ିବ।

Gade chapit la Kopi




ଗୀତସଂହିତା 7:16
21 Referans Kwoze  

ହାମନ୍ ଏପରି କରିଥିଲେ କିନ୍ତୁ ଏଷ୍ଟର ରାଜାଙ୍କ ନିକଟରେ ଜଣାଇଲେ। ତେଣୁ ସେ ଆଉ ନୂତନ ନିର୍ଦ୍ଦେଶ ପଠାଇଲେ। ସେହି ନିର୍ଦ୍ଦେଶ ଯେ କେବଳ ହାମ‌ନ୍‌ର ଯୋଜନାକୁ ପଣ୍ତ କଲା ତାହା ନୁହେଁ। ସେହି ନିର୍ଦ୍ଦେଶ ହାମନ୍ ଓ ତା'ର ପରିବାରରେ ଅନିଷ୍ଟ କରାଇଲା ତେଣୁ ହାମନ୍ ଓ ତା'ର ପୁତ୍ରଗଣ ଫାଶୀଖୁଣ୍ଟରେ ଝୁଲାଗଲେ।


ଯୋୟାବ ଆପଣାଠାରୁ ଅଧିକ ଉତ୍ତମ ଦୁଇଟି ଲୋକଙ୍କୁ ହତ୍ୟା କରିଥିଲେ। ସେମାନେ ହେଲେ ଇସ୍ରାଏଲର ସେନାପତି ନରର ପୁତ୍ର ଅ‌‌ବ୍‌‌ନର‌ ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା। ସେ ମୋ’ ପିତା ଦାଉଦଙ୍କ ଅଜ୍ଞାତସାରରେ ଏହି ଉତ୍ତମ ଦୁଇଜଣଙ୍କୁ ହତ୍ୟା କରିଥିଲା। ତେଣୁ ସେହି ରକ୍ତପାତର ଅପରାଧ ପାଇଁ ସଦାପ୍ରଭୁ ତାକୁ ଦଣ୍ତ ଦେବେ।


ଏକଥା ସେମାନଙ୍କର କବର ଉପରେ ଲେଖିଦିଅ, “ଏହି ଲୋକମାନେ ଦୁଷ୍ଟ ଲୋକ ଅଟନ୍ତି। ଏମାନେ ସମସ୍ତେ ଅଧପତିତ ହୋଇଛନ୍ତି। ଏମାନେ ଆଉ ପୁନର୍ବାର ଉଠିବେ ନାହିଁ।”


ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ପଲେଷ୍ଟୀୟମାନଙ୍କ ଦ୍ୱାରା ପରାସ୍ତ କରାଇବେ। ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ ଆସନ୍ତା କାଲି ମୋ’ ସହିତ ଏହିଠାରେ ରହିବ।”


ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ, ସଦାପ୍ରଭୁ ଶାଉଲଙ୍କୁ ଦଣ୍ତ ଦେବେ। ଶାଉଲ ସାଧାରଣ ମୃତ୍ୟୁବରଣ କରି ପାରନ୍ତି କିମ୍ବା ସେ ଯୁଦ୍ଧକୁ ଯାଇ ମରିବେ।


ଦାଉଦ ଜାଣି ପାରିଲେ ଶାଉଲ ତାଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯୋଜନା କରିଛନ୍ତି। ତେଣୁ ଦାଉଦ ଯାଜକ ଅବିୟାଥରକୁ କହିଲେ, “ଏଠାକୁ ଏଫୋଦ ଆଣ।”


ରାତ୍ରିରେ ସେ ମୂଲ୍ୟହୀନ କଥାସବୁ କରିବାକୁ ଯୋଜନା କରେ। ସେ ସକାଳୁ ଉଠି କିଛି ଭଲ କାର୍ଯ୍ୟ କରେ ନାହିଁ ଏବଂ ସେ ମନ୍ଦକାର୍ଯ୍ୟ କରିବାରୁ ବିମୁଖ ହୁଏ ନାହିଁ।


ଆହାବକୁ କୁହ, ମୁଁ ସଦାପ୍ରଭୁ କହୁଅଛି, ‘ତୁମ୍ଭେ ନାବୋତକୁ ହତ୍ୟା କରିଛ ଓ ତା'ର ଦ୍ରାକ୍ଷାକ୍ଷେତ୍ରକୁ ଅଧିକାର କରିଅଛ, ମୁଁ ସଦାପ୍ରଭୁ କହୁଅଛି, ଯେଉଁ ସ୍ଥାନରେ ନାବୋତର ମୃତ୍ୟୁ ହୋଇଛି, ସେହି ସ୍ଥାନରେ ତୁମ୍ଭର ମୃତ୍ୟୁ ହେବ। କୁକୁରମାନେ ନାବୋତର ରକ୍ତକୁ ଯେଉଁ ସ୍ଥାନରେ ଗ୍ଭଟି ଖାଇଥିଲେ, ସେହି ସ୍ଥାନରେ ତୁମ୍ଭର ରକ୍ତ ମଧ୍ୟ ଗ୍ଭଟିବେ।’”


ଏଥିରେ ହାମନ୍, ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶିକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସେମାନେ ହାମ‌ନ୍‌କୁ ଫାଶି ଦେଲେ। ତହିଁରେ ରାଜାଙ୍କର କ୍ରୋଧ ଶାନ୍ତ ହେଲା।


ମୁଁ ଦେଖିଛି କେତେକ ବ୍ୟକ୍ତି ଅନ୍ୟକୁ ବିପଦରେ ପକାନ୍ତି ଏବଂ ସେମାନଙ୍କ ଜୀବନକୁ ଦୁଃର୍ବିସହ କରି ଦିଅନ୍ତି। କିନ୍ତୁ ଶେଷରେ ସେମାନେ ହିଁ ଦଣ୍ଡ ପାଆନ୍ତି।


ସଦାପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି, ଏହା ଦ୍ୱାରା ଲୋକମାନେ ଶିକ୍ଷା କରନ୍ତି ଯେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି। ହିଗାୟୋନ୍‍ ସେଲା


ସଦାପ୍ରଭୁ, ସେମାନଙ୍କୁ ସେମାନଙ୍କ ଯନ୍ତାରେ ପକାଇ ଦିଅ। ସେମାନେ ତାଙ୍କ ବାନ୍ଧିଥିବା ଜାଲରେ ନିଜେ ଧରା ପଡ଼ନ୍ତୁ। ସେମାନଙ୍କ ଉପରେ ଅଜଣା ବିପଦ ମାଡ଼ି ଆସୁ।


ମୋର ହୃଦୟ ସ୍ଥିର ଅଟେ। ପରମେଶ୍ୱର, ମୋର ହୃଦୟ ସ୍ଥିର ଅଟେ। ମୁଁ ତାଙ୍କର ପ୍ରଶଂସା ଓ ଗାନ କରିବି।


ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ। ସେହି ଅବସରରେ ମୁଁ ରକ୍ଷା ପାଏ।


ସମସ୍ତ ଧନ ଲୋଭୀର ଗତି ଏହିପରି। ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।


ଯେ ଗାତ ଖୋଳେ, ସେ ଆପେ ହିଁ ସେହି ଗାତରେ ପଡ଼ିଥାଏ। ଏବଂ ଯେ ପଥର ଗଡ଼ାଏ, ତାହା ତା’ ଉପରକୁ ଲେଉଟି ଥାଏ।


ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ପ୍ରାଚୀର ଭାଙ୍ଗେ ତାହାକୁ ସର୍ପ କାମୁଡ଼ିବ।


Swiv nou:

Piblisite


Piblisite