ଗୀତସଂହିତା 7:9 - ପବିତ୍ର ବାଇବଲ9 ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ। ସାଧୁ ସନ୍ଥ ଲୋକଙ୍କୁ ସାହାଯ୍ୟ କର। ହେ ପରମେଶ୍ୱର, ତୁମ୍ଭେ ଅତ୍ୟନ୍ତ ମହାନ ଏବଂ ଲୋକଙ୍କ ହୃଦୟକୁ ସହଜରେ ଚିହ୍ନିପାର। Gade chapit laପବିତ୍ର ବାଇବଲ (Re-edited) - (BSI)9 ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ଵର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି। Gade chapit laଓଡିଆ ବାଇବେଲ9 ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି। Gade chapit la |
“ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ।
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।