Biblia Todo Logo
Bib sou entènèt

- Piblisite -




ଗୀତସଂହିତା 73:11 - ପବିତ୍ର ବାଇବଲ

11 ସେହି ଦୁଷ୍ଟ ଲୋକମାନେ କହନ୍ତି, “ପରମେଶ୍ୱର ଜାଣି ନାହାନ୍ତି ଆମ୍ଭେ ଯାହା କରୁଛୁ। ସର୍ବୋପରିସ୍ଥ ପରମେଶ୍ୱର ଏହା ଜାଣନ୍ତି ନାହିଁ!”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ, ସେମାନେ କହନ୍ତି, ପରମେଶ୍ଵର କିପରି ଜାଣିବେ? ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି?

Gade chapit la Kopi

ଓଡିଆ ବାଇବେଲ

11 ଆଉ, ସେମାନେ କହନ୍ତି, “ପରମେଶ୍ୱର କିପରି ଜାଣିବେ ?” ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ, ସେମାନେ କହନ୍ତି, “ପରମେଶ୍ୱର କିପରି ଜାଣିବେ? ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି?”

Gade chapit la Kopi




ଗୀତସଂହିତା 73:11
10 Referans Kwoze  

“ସେହି ଦିନ ଆମ୍ଭେ ଗୋଟିଏ ପ୍ରଦୀପ ନେଇ ଯିରୁଶାଲମ ମଧ୍ୟରେ ଖୋଜିବା। ଓ ସେହି ଆତ୍ମତୃପ୍ତ ଲୋକମାନଙ୍କୁ ବାଛିବା ଯେଉଁମାନେ ସେମାନଙ୍କ ଶୈଳୀରେ ଜୀବନ ଧାରଣ କରିବା ପାଇଁ ସନ୍ତୁଷ୍ଟ। ସେହି ଲୋକମାନେ କୁହନ୍ତୁ, ‘ସଦାପ୍ରଭୁ କାହାରିକୁ ସାହାଯ୍ୟ କରନ୍ତି ନାହିଁ କି କାହାରିକୁ ଆଘାତ କରନ୍ତି ନାହିଁ।’ ଆମ୍ଭେ ସେମାନଙ୍କୁ ଖୋଜି ବାହାର କରିବା ଓ ଦଣ୍ତ ଦେବା।


ସେମାନଙ୍କର ଦୋଷକୁ ଆମ୍ଭେ ସ୍ମରଣ କରିବା ସେହି ଲୋକମାନେ ବିଶ୍ୱାସ କରନ୍ତି ନାହିଁ। ସେମାନେ ଯେଉଁ ମନ୍ଦକାର୍ଯ୍ୟସବୁ ଗ୍ଭରିଆଡ଼େ କରିଥିଲେ ଆମ୍ଭେ ସ୍ପଷ୍ଟ ଭାବରେ ଦେଖି ପାରୁଛୁ।


ସେମାନେ ଏହିପରି କହନ୍ତି ଯେ, ସଦାପ୍ରଭୁ ସେମାନଙ୍କର କୁକର୍ମକୁ ଦେଖି ପାରିବେ ନାହିଁ। କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ।


ତା'ପରେ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକ ନିଜ ନିଜ ପ୍ରତିମା ଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି ତାହା କ’ଣ ତୁମ୍ଭେ ଦେଖି ପାରିବ? କାରଣ ସେମାନେ ଭାବନ୍ତି, ‘ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ। ସଦାପ୍ରଭୁ ଦେଶକୁ ତ୍ୟାଗ କରିଛନ୍ତି।’”


ସେହି ଗର୍ବୀ ଲୋକମାନେ ନିଜକୁ ଦେବତା ବୋଲି ଭାବନ୍ତି। ସେମାନେ ଭାବନ୍ତି ସେମାନେ ହେଉଛନ୍ତି ଏହି ଭୂଖଣ୍ଡର ଅଧିପତି।


ପ୍ରକୃତରେ ପରମେଶ୍ୱର ସେ ସବୁ କଥା ଜାଣନ୍ତି। ସେ ମଧ୍ୟ ଆମ୍ଭର ସମସ୍ତ ଗୋପନ କଥା ଜାଣନ୍ତି।


ତେଣୁ ସେହି ନିରୀହ ଲୋକମାନେ ଭାବିବାକୁ ଲାଗନ୍ତି, “ପରମେଶ୍ୱର ଆମ୍ଭମାନଙ୍କୁ ଭୁଲି ଯାଇଛନ୍ତି। ସେ ଆମ୍ଭମାନଙ୍କଠାରୁ ବହୁ ଦୂରକୁ ଗ୍ଭଲି ଯାଇଛନ୍ତି। ଆମ୍ଭମାନଙ୍କ ଉପରେ ଯାହା ଘଟୁଛି ସେ ବୋଧହୁଏ ଦେଖୁ ନାହାନ୍ତି।”


ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ୱରଙ୍କୁ ଅନୁସରଣ କରନ୍ତି ନାହିଁ। ସେମାନେ ସେମାନଙ୍କର ମନ୍ଦ ଯୋଜନାରେ ବ୍ୟସ୍ତ ରହନ୍ତି। ସେମାନେ ଭାବନ୍ତି ଯେ, ପରମେଶ୍ୱର ଜାଣନ୍ତି ନାହିଁ।


Swiv nou:

Piblisite


Piblisite