Biblia Todo Logo
Bib sou entènèt

- Piblisite -




ଗୀତସଂହିତା 73:21 - ପବିତ୍ର ବାଇବଲ

21-22 ମୁଁ ନିର୍ବୋଧ ଥିଲି, ମୁଁ ଧନୀ ଓ ଦୁଷ୍ଟ ଲୋକମାନଙ୍କ ବିଷୟରେ ଚିନ୍ତା କରି ବ୍ୟାକୁଳିତ ହେଲି। ପରମେଶ୍ୱର ମୁଁ ତୁମ୍ଭ ଉପରେ ରାଗି ନିର୍ବୋଧ ପଶୁ ପରି ବ୍ୟବହାର କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

21 ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା।

Gade chapit la Kopi




ଗୀତସଂହିତା 73:21
5 Referans Kwoze  

ସଦାପ୍ରଭୁଙ୍କୁ ବିଶ୍ୱାସ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର। ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦକାର୍ଯ୍ୟ ସଫଳ ହୁଏ। ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ମନ୍ତ୍ରଣା କରି ସେମାନଙ୍କର ଯୋଜନାରେ ସଫଳ ହୁଅନ୍ତି।


ପରମେଶ୍ୱରଙ୍କ ତୀରବାହକମାନେ ମୋର ଚତୁର୍ପାର୍ଶ୍ୱରେ ଅଛନ୍ତି। ସେ ମୋର ବୃକ‌କ୍‌କୁ ଶରଦ୍ୱାରା ବିଦ୍ଧ କରନ୍ତି। ସେ କୌଣସି ପ୍ରକାର ଦୟା ଦେଖାନ୍ତି ନାହିଁ। ସେ ମୋର ଅନ୍ତନାଳୀକୁ ଭୂମିରେ ଫିଙ୍ଗିଦିଅନ୍ତି।


ସେ ମୋର ଅନ୍ତର ମଧ୍ୟକୁ ଶର ନିକ୍ଷେପ କରିଅଛନ୍ତି।


ମୁଁ ଗର୍ବୀ ଓ ଲୋକମାନଙ୍କ ପ୍ରତି ଈର୍ଷାପରାୟଣ ହୋଇଗଲି, ଯେତେବେଳେ ସେମାନେ କୃତକାର୍ଯ୍ୟ ହେଉଥିବାର ଦେଖିଲି।


ଦୁଷ୍ଟ ଲୋକମାନଙ୍କ କଥାରେ ହତାଶ ହେବାର ଆବଶ୍ୟକତା ନାହିଁ। ଯେଉଁମାନେ କୁକର୍ମ କରିଛନ୍ତି, ସେହି ଲୋକମାନଙ୍କ ଉପରେ ଈର୍ଷା କର ନାହିଁ।


Swiv nou:

Piblisite


Piblisite