Biblia Todo Logo
Bib sou entènèt

- Piblisite -




ଗୀତସଂହିତା 78:10 - ପବିତ୍ର ବାଇବଲ

10 ସେମାନେ ପରମେଶ୍ୱରଙ୍କ ସହିତ କରିଥିବା ଚୁକ୍ତି ପାଳନ କଲେ ନାହିଁ। ସେମାନେ ତାଙ୍କର ବ୍ୟବସ୍ଥା ମାନିବାକୁ ଅସ୍ୱୀକାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେମାନେ ପରମେଶ୍ଵରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚଳିବା ପାଇଁ ଅସ୍ଵୀକାର କଲେ;

Gade chapit la Kopi

ଓଡିଆ ବାଇବେଲ

10 ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଅସ୍ୱୀକାର କଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଅସ୍ୱୀକାର କଲେ;

Gade chapit la Kopi




ଗୀତସଂହିତା 78:10
9 Referans Kwoze  

ଆମ୍ଭେ ସେମାନଙ୍କୁ ସେହି ଦେଶକୁ ନେଇଯିବା, ଯେଉଁ ଦେଶ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ପ୍ରତିଜ୍ଞା କରିଅଛୁ। ସେହି ଦୁ‌‌ଗ୍‌‌ଧମଧୁପ୍ରବାହୀ ଦେଶକୁ ସେମାନେ ଗଲା ପରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତି ଓ ହୃଷ୍ଟପୁଷ୍ଟ ହେବେ। ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ସେମାନେ ମୋର ନିୟମକୁ ପ୍ରତ୍ୟାଖାନ କରିବେ ଓ ଲଙ୍ଘନ କରିବେ।


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ। ଏହା ପରେ ଏହି ଲୋକମାନେ ଉଠିବେ। ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନରେ ବିଦେଶୀୟ ଦେବଗଣର ଅନୁଗାମୀ ହୋଇ ବ୍ୟଭିଗ୍ଭର କରିବେ ଓ ଆମ୍ଭକୁ ତ୍ୟାଗ କରିବେ। ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।


ଏହି ନିୟମ ସେମାନଙ୍କ ପୂର୍ବପୁରୁଷଗଣଙ୍କ ସହ ହୋଇଥିବା ନିୟମ ପରି ହେବ ନାହିଁ। ସେତେବେଳେ ଆମ୍ଭେ ସେମାନଙ୍କୁ ହସ୍ତ ଧରି ମିଶର ଦେଶରୁ ବାହାର କରି ଆଣିବା ବେଳେ ସେ ନିୟମ ସ୍ଥାପନ କରିଥିଲୁ। ସଦାପ୍ରଭୁ କହିଥିଲେ, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “କେତେକାଳ ତୁମ୍ଭ ଲୋକମାନେ ମୋର ଆଜ୍ଞା ଓ ଶିକ୍ଷା ମାନିବେ ନାହିଁ?


ସେମାନେ ନିୟମମାନ ପାଳନ କରିବା ପାଇଁ ଅସମ୍ମତ ହେଲେ ଏବଂ ସେମାନେ, ସେମାନଙ୍କ ପାଇଁ କରିଥିବା ଆଶ୍ଚର୍ଯ୍ୟ କର୍ମମାନ ମନେ ରଖିଲେ ନାହିଁ। ସେମାନେ ଜି‌‌‌‌‌ଦ୍‌‌‌‌‌ଖୋର ଥିଲେ। ଦାସତ୍ୱ ଅବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତି କଲେ। “ତଥାପି ତୁମ୍ଭେ ସେମାନଙ୍କୁ କ୍ଷମା କରିବାକୁ ଉଦ୍ୟତ, କୃପାମୟ, ସ୍ନେହଶୀଳ, କ୍ରୋଧରେ ଧିର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ। ଏଣୁ ତୁମ୍ଭେ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।


“‘କିନ୍ତୁ ଇସ୍ରାଏଲର ଲୋକମାନେ ମୋ’ ବିରୁଦ୍ଧରେ ଗଲେ। ସେମାନେ ମୋର ବିଧି ପାଳନ କଲେ ନାହିଁ କିମ୍ବା ମୋର ବ୍ୟବସ୍ଥା ପାଳନ କଲେ ନାହିଁ। କିନ୍ତୁ ଯଦି କେହି ମୋର ବିଧିସବୁ ଅନୁସରଣ କରେ ସେ ବଞ୍ଚିବ। ଏବଂ ଅଧିକନ୍ତୁ ସେମାନେ ମୋର ବିଶ୍ରାମ ଦିନସବୁ କଳୁଷିତ କଲେ। ତେଣୁ ମୁଁ କହିଲି ଯେ, ମୋର କ୍ରୋଧ ସେମାନଙ୍କ ଉପରେ ଢାଳି ଦେବି ଏବଂ ପୁରାମାତ୍ରାରେ ମୋର କୋପ ସେମାନଙ୍କ ବିରୁଦ୍ଧରେ ପ୍ରକାଶ କରିବି।


Swiv nou:

Piblisite


Piblisite