Biblia Todo Logo
Bib sou entènèt

- Piblisite -




ଗୀତସଂହିତା 81:10 - ପବିତ୍ର ବାଇବଲ

10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲୁ। ତୁମ୍ଭର ମୁଖ ବଡ଼ କରି ଖୋଲ, ଆମ୍ଭେ ଖୁଆଇ ଦେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା।

Gade chapit la Kopi

ଓଡିଆ ବାଇବେଲ

10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା।

Gade chapit la Kopi




ଗୀତସଂହିତା 81:10
16 Referans Kwoze  

ମୋ'ଠାରେ ରୁହ ଓ ମୋର ଉପଦେଶ ପାଳନ କର। ଯଦି ତୁମ୍ଭେ ଏହା କର, ତେବେ ଯାହା ଇଚ୍ଛା କର ତାହା ମାଗ ଆଉ ତାହା ତୁମ୍ଭକୁ ଦିଆଯିବ।


କାରଣ ପରମେଶ୍ୱର ତୃଷାର୍ତ୍ତ ପ୍ରାଣକୁ ଶାନ୍ତ କରିଛନ୍ତି। କ୍ଷୁଧାର୍ତ୍ତମାନଙ୍କର ଉଦର ପରମେଶ୍ୱର ପୂର୍ଣ୍ଣ କରିଛନ୍ତି।


“ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ୱର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହାର କରି ଆଣିଲି, ଯେଉଁଠାରେ ତୁମ୍ଭେମାନେ ଦାସ ଥିଲ।


ପର୍ବର ଶେଷ ଦିନ ଆସିଲା। ସେହି ପ୍ରଧାନ ଦିନରେ ଯୀଶୁ ଠିଆ ହୋଇ ଉଚ୍ଚ ସ୍ୱରରେ କହିଲେ, “ଯଦି କୌଣସି ଲୋକ ତୃଷାର୍ତ୍ତ, ତେବେ ସେ ମୋ’ ନିକଟକୁ ଆସି ପାନକରୁ।


ସିଂହାସନରେ ବସିଥିବା ବ୍ୟକ୍ତି ମୋତେ କହିଲେ, “ଏହା ସମାପ୍ତ ହୋଇଯାଇଛି। ମୁଁ ହେଉଛି ପ୍ରଥମ ଓ ଶେଷ। ମୁଁ ତୃଷାର୍ତ୍ତ ଲୋକକୁ ବିନା ମୂଲ୍ୟରେ ଜୀବନ୍ତଜଳ ନିର୍ଝରରୁ ପାନ କରିବାକୁ ଦେବି।


ଆତ୍ମା ଓ କନ୍ୟା କହନ୍ତି, “ଆସ!” ଏସବୁ ଶୁଣୁଥିବା ପ୍ରତ୍ୟେକ ଲୋକ ମଧ୍ୟ କହୁ, “ଆସ!” ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନା ମୂଲ୍ୟରେ ଜୀବନର ଜଳପାନ କରିପାରେ।


ସେହି ଦିନ ତୁମ୍ଭେମାନେ ମୋତେ କିଛି ମାଗିବ ନାହିଁ। ମୁଁ ତୁମ୍ଭକୁ ସତ୍ୟ କହୁଛି, ମୋ’ ନାମରେ ତୁମ୍ଭେ ଯାହା ପରମପିତାଙ୍କୁ ମାଗିବ, ସେ ତାହା ଦେବେ।


ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିଶରରୁ ଯେତେବେଳେ ଆଣିଲୁ ତାହା ଏକ ଲୌହ ଅଗ୍ନିକୁଣ୍ଡ ସଦୃଶ ନାନା ଦୁଃଖ ଦୁର୍ବିପାକରେ ପୂର୍ଣ୍ଣ ଥିଲା।’ ସେତିକି ବେଳେ ସେମାନଙ୍କୁ ବାହାର କରି ଆଣି ଏହି ଆଦେଶ ଦେଇଥିଲୁ, ‘ତୁମ୍ଭେମାନେ ଆମ୍ଭର ଆଜ୍ଞା ପାଳନ କର। ତାହାହେଲେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭର ପରମେଶ୍ୱର ହେବା।’


“ତୁମ୍ଭେମାନେ ମୋ’ ବ୍ୟତୀତ ଆଉ କୌଣସି ଦେବତାଗଣଙ୍କୁ ଉପାସନା କରିବ ନାହିଁ।


“ଆମ୍ଭ ଛଡ଼ା ତୁମ୍ଭେମାନେ ଅନ୍ୟ କୌଣସି ଦେବତା ପୂଜା କର ନାହିଁ।


ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ବର୍ତ୍ତମାନ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣିଲ। ତେଣୁ ତୁମ୍ଭେ ସଦାପ୍ରଭୁଙ୍କୁ ଅନ୍ତରର ସହକାରେ ସେବା କର ଓ ସମ୍ମାନ ଦିଅ। ତୁମ୍ଭମାନଙ୍କର ପୂର୍ବପୁରୁଷ ମିଶରରେ ଥିବା ବେଳେ ସେବା କରୁଥିବା ଦେବତାଗଣଙ୍କୁ ଫରାତ୍ ନଦୀର ଅପର ପାର୍ଶ୍ୱକୁ ଫିଙ୍ଗିଦିଅ। ଏବଂ ବିନା ଦ୍ୱିଧାରେ ଏହି ସଦାପ୍ରଭୁଙ୍କୁ ସେବା କର।


ଏହା ପରେ ଯିହୋଶୂୟ କହିଲେ, “ତୁମ୍ଭମାନଙ୍କ ମଧ୍ୟରେ ଥିବା ଭଣ୍ତ ଦେବତାମାନଙ୍କୁ ଫୋପାଡ଼ି ଦିଅ ଏବଂ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କୁ ଉପାସନା କର।”


କିନ୍ତୁ ଇସ୍ରାଏଲ ଭଲ ଜିନିଷ ଗ୍ରହଣ କରି ନ ଥିଲା। ତେଣୁ ଶତ୍ରୁମାନେ ତାକୁ ଆକ୍ରମଣ କରୁଛନ୍ତି।


Swiv nou:

Piblisite


Piblisite