Biblia Todo Logo
Bib sou entènèt

- Piblisite -




ଗୀତସଂହିତା 83:2 - ପବିତ୍ର ବାଇବଲ

2 ହେ ପରମେଶ୍ୱର, ତୁମ୍ଭର ଶତ୍ରୁଗଣ ତୁମ୍ଭ ବିରୁଦ୍ଧରେ ଯୋଜନା କରୁଛନ୍ତି ଏବଂ ସେମାନେ ଶୀଘ୍ର ତୁମ୍ଭକୁ ଆକ୍ରମଣ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ତଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

2 କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇଅଛନ୍ତି।

Gade chapit la Kopi




ଗୀତସଂହିତା 83:2
22 Referans Kwoze  

ସଦାପ୍ରଭୁଙ୍କ ଘୃଣାକାରୀମାନେ ଭୟରେ ଥରିବେ। ସେମାନଙ୍କର ଦଣ୍ଡ ଚିରଦିନ ଧରି ରହିବ ଓ ସର୍ବଦା ଦଣ୍ଡ ପାଇବେ।


ପୀଲାତ ଦେଖିଲେ ଯେ, ସେ ଲୋକମାନଙ୍କ ମତ ବଦଳେଇବାକୁ କିଛି କରି ପାରିବେ ନାହିଁ ବରଂ ଲୋକେ ବେଳକୁ ବେଳ ଉତ୍ତେଜିତ ହୋଇ ଉଠୁଛନ୍ତି। ପୀଲାତ କିଛି ପାଣି ନେଲେ ଓ ସମସ୍ତେ ଦେଖି ପାରିବା ଭଳି ତାହାଙ୍କର ଦୁଇହାତ ଧୋଇଲେ। ସେ କହିଲେ, “ଏ ଲୋକର ମୃତ୍ୟୁ ପାଇଁ ମୁଁ ଦାୟୀ ନୁହେଁ। ତୁମ୍ଭେମାନେ କେବଳ ଏସବୁ କରୁଛ।”


ଯଦିଓ ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ, ସେମାନେ ତୁମ୍ଭକୁ ଜୟ କରି ପାରିବେ ନାହିଁ। କାରଣ ଆମ୍ଭେ ତୁମ୍ଭର ପାଖେ ପାଖେ ରହି ତୁମ୍ଭକୁ ଉଦ୍ଧାର କରିବା।” ଏହା ସଦାପ୍ରଭୁ କହନ୍ତି।


ଅନେକ ଗୋଷ୍ଠୀର କୋଳାହଳ ଶୁଣ। ସେମାନେ ସମୁଦ୍ରର ଗର୍ଜନ ତୁଲ୍ୟ ଘୋର ନାଦ କରୁଛନ୍ତି। ବହୁ ଦେଶର ଲୋକେ ମାଡ଼ି ଆସୁଛନ୍ତି। ସେମାନେ ଯେପରି ପ୍ରବଳ ବନ୍ୟା ଜଳ ସଦୃଶ ମାଡ଼ି ଆସୁଛନ୍ତି।


ଇସ୍ରାଏଲ ଅଧୀନରେ ରହିବା ପାଇଁ, ମିଦିୟନର ଲୋକମାନେ ବାଧ୍ୟ କରାଗଲେ। ସେମାନେ ଆଉ କିଛି ଅସୁବିଧାରେ ପଡ଼ିଲେ ନାହିଁ। ତେଣୁ ଗିଦିୟୋନ ବଞ୍ଚିଥିବା ପର୍ଯ୍ୟନ୍ତ ଗ୍ଭଳିଶ୍ ବର୍ଷ ପାଇଁ ଦେଶ ଶାନ୍ତିରେ ରହିଲା।


ଧୀରେ ଧୀରେ ଗଣ୍ଡଗୋଳ ବଢ଼ି ହିଂସ୍ରକ ହୋଇଉଠିଲା। ସେନାଧ୍ୟକ୍ଷ ଭାବିଲେ, ବୋଧେ ଲୋକେ ପାଉଲଙ୍କୁ ଖଣ୍ଡ ଖଣ୍ଡ କରି ପକାଇବେ। ତେଣୁ ପାଉଲଙ୍କୁ ସେମାନଙ୍କ ନିକଟରୁ ନେଇଆସି ସୈନ୍ୟ ନିବାସ ଭିତରୁ ନେଇ ଯିବା ନିମନ୍ତେ ସୈନିକମାନଙ୍କୁ ଆଦେଶ ଦେଲେ।


ପାଉଲ ଏ କଥା କହିବା ପର୍ଯ୍ୟନ୍ତ ଯିହୂଦୀମାନେ ଶୁଣୁଥିଲେ। ତା'ପରେ ସେମାନେ ସମସ୍ତେ ମିଶି ଖୁବ୍ ଜୋ‌ର୍‌‌ରେ ପାଟି କରି କହିଲେ, “ଏ ଲୋକକୁ ପୃଥିବୀରୁ ଦୂର କର। କାରଣ ସେ ବଞ୍ଚିରହିବା ପାଇଁ ଯୋଗ୍ୟ ନୁହଁ।”


ପୁରା ନଗରଟାରେ ଉତ୍ତେଜନା ସୃଷ୍ଟି ହୋଇଗଲା। ଲୋକମାନେ ଏକାଠି ଦୌଡ଼ି ଯାଇ ପାଉଲଙ୍କୁ ମନ୍ଦିର ଭିତରୁ ଟାଣି ନେଇଗଲେ। ସଙ୍ଗେ ସଙ୍ଗେ ଦ୍ୱାର ଗୁଡ଼ିକ ବନ୍ଦ ହୋଇଗଲା।


କିନ୍ତୁ ଅବିଶ୍ୱାସୀ ଯିହୂଦୀୟମାନେ ଈର୍ଷାପରାୟଣ ହୋଇ ବଜାରରୁ ଦୁଷ୍ଟ ଲୋକଙ୍କ ମଧ୍ୟରୁ ଗୋଟିଏ ଦଳ ଏକାଠି କଲେ ଓ ନଗରରେ ଗଣ୍ଡଗୋଳ ସୃଷ୍ଟିକଲେ। ସେମାନେ ନଗରରେ ଉପଦ୍ରବ କରି ଯାସୋନଙ୍କ ଘର ଉପରେ ଆକ୍ରମଣ କଲେ। ସେମାନେ ପାଉଲ ଓ ଶୀଲାଙ୍କୁ ଲୋକମାନଙ୍କ ଆଗକୁ ଧରି ଆଣିବା ପାଇଁ ଚେଷ୍ଟା କଲେ।


ତା'ପରେ ଲୋକମାନେ ପାଉଲ ଓ ଶୀଲାଙ୍କୁ ଆକ୍ରମଣ କରିବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ଯୋଗ ଦେଲେ। ନଗରପାଳମାନେ ସେମାନଙ୍କର ଲୁଗାପଟା ଛିଣ୍ଡାଇ ଦେଲେ ଓ ସେମାନଙ୍କୁ ବେତ ଆଘାତ ଦ୍ୱାରା ଦଣ୍ଡ ଦେବା ପାଇଁ ଆଦେଶ ଦେଲେ।


ହଁ, ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦମ୍ଭ ଓ ଗର୍ବିତ କଥା ଆମ୍ଭର କର୍ଣ୍ଣଗୋଚର ହୋଇଅଛି। ଏଣୁ ଆମ୍ଭେ ତୁମ୍ଭ ନାକରେ ଅଙ୍କୁଶ ଓ ଓଠରେ ଲଗାମ ଦେବା। ପୁଣି ତୁମ୍ଭେ ଯେଉଁ ବାଟରେ ଆସିଥିଲ, ସେହି ବାଟରେ ତୁମ୍ଭେମାନେ ଫେରିଯିବ।””


ମାତ୍ର ତୁମ୍ଭେ କାହାକୁ ଅପମାନିତ ଓ ନିନ୍ଦା କରିଛ? କାହା ବିରୁଦ୍ଧରେ ତୁମ୍ଭେ ନିଜର ଅଭିଯୋଗ ବାଢ଼ିଛ? ପୁଣି ଗର୍ବରେ ଦୃଷ୍ଟି ଊର୍ଦ୍ଧ୍ୱକୁ କରିଅଛ। ଏସବୁ ଇସ୍ରାଏଲ ପବିତ୍ର ସ୍ୱରୂପ ବିରୁଦ୍ଧରେ ନୁହେଁ କି?


ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ। ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।


ତୁମ୍ଭର ଶତ୍ରୁମାନଙ୍କର ଉ‌ଦ୍‌ଘୋଷ କେବେ ଭୁଲିଯାଅ ନାହିଁ। ସେମାନେ ତୁମ୍ଭକୁ ବାରମ୍ବାର ଅପମାନିତ କରନ୍ତି।


ତୁମ୍ଭର ଶତ୍ରୁଗଣ ବାହାର ମନ୍ଦିରରେ ଯୁଦ୍ଧ ଧ୍ୱନି କଲେ। ସେମାନେ ତାଙ୍କର ବିଜୟଧ୍ୱଜା ମନ୍ଦିର ଉପରେ ଉଡ଼ାଇଲେ।


ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଅହମିକା ପୂର୍ଣ୍ଣ ଧି‌କ୍‌କାର ଆମ୍ଭର କର୍ଣ୍ଣଗୋଚର ହୋଇଅଛି। ଏଣୁ ଆମ୍ଭେ ତୁମ୍ଭ ନାସିକାରେ ଅଙ୍କୁଶ ଓ ତୁମ୍ଭ ଓଷ୍ଠାଧରରେ ଲଗାମ ଦେବା। ପୁଣି ତୁମ୍ଭେ ଯେଉଁ ବାଟରେ ଆସିଥିଲ ସେହି ବାଟରେ ତୁମ୍ଭଙ୍କୁ ଫେରାଇ ଦେବା।’”


ପରମେଶ୍ୱର, ଯାହାଙ୍କୁ ମୁଁ ପ୍ରଶଂସା କରେ, ନୀରବ ରୁହ ନାହିଁ।


Swiv nou:

Piblisite


Piblisite