Biblia Todo Logo
Bib sou entènèt

- Piblisite -




ଗୀତସଂହିତା 86:12 - ପବିତ୍ର ବାଇବଲ

12 ହେ ପ୍ରଭୁ, ମୋର ପରମେଶ୍ୱର, ମୁଁ ତୁମ୍ଭକୁ ହୃଦୟ ସହିତ ପ୍ରଶଂସା କରିବି। ମୁଁ ସର୍ବଦା ତୁମ୍ଭ ନାମରେ ଗୌରବ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ହେ ପ୍ରଭୋ, ମୋʼ ପରମେଶ୍ଵର, ମୁଁ ସର୍ବାନ୍ତଃ-କରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।

Gade chapit la Kopi

ଓଡିଆ ବାଇବେଲ

12 ହେ ପ୍ରଭୁ, ମୋ’ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହେ ପ୍ରଭୋ, ମୋʼ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।

Gade chapit la Kopi




ଗୀତସଂହିତା 86:12
19 Referans Kwoze  

ଏଣୁ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।


ତା'ହେଲେ ତୁମ୍ଭେ ସମସ୍ତେ ଏକତ୍ର ଭାବରେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ପରମେଶ୍ୱରଙ୍କୁ ମହିମା ପ୍ରଦାନ କରି ପାରିବ।


କାରଣ ପରମେଶ୍ୱର ତୁମ୍ଭମାନଙ୍କୁ ମୂଲ୍ୟ ଦେଇ କିଣିଛନ୍ତି। ସେଥିପାଇଁ ନିଜ ଶରୀର ମାଧ୍ୟମରେ ପରମେଶ୍ୱରଙ୍କୁ ଗୌରବ ଦିଅ।


ସ୍ତୁତି, ଭଜନ, ଆଧ୍ୟାତ୍ମିକ ଗୀତ ସହିତ ପରସ୍ପରକୁ ଉତ୍ସାହ କର। ପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁମ୍ଭେମାନେ ଆପଣାର ସମ୍ପୂର୍ଣ୍ଣ ହୃଦୟ ସହିତ ସଙ୍ଗୀତ ସୃଷ୍ଟି କରି ଗୀତ ଗାଉ ଥାଅ।


ଅତଏବ, ଯେତେବେଳେ ତୁମ୍ଭେମାନେ ଖାଅ, ପିଅ ବା ଅନ୍ୟ ଯାହାକିଛି କର, ପରମେଶ୍ୱରଙ୍କ ମହିମା ପାଇଁ କରିବା ଉଚିତ୍।


ସେହି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, “ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପରେ କ୍ରୋଧାନ୍ୱିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି, ତୁମ୍ଭେ ତୁମ୍ଭର ପ୍ରେମ ଆମ୍ଭକୁ ଦେଖାଇଅଛ।


ମୁଁ ଜୀବନସାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି। ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବି।


ମୁଁ ଅନ୍ତରର ସହିତ ସଦାପ୍ରଭୁଙ୍କୁ ପ୍ରଶଂସା କରେ। ହେ ସଦାପ୍ରଭୁ, ତୁମ୍ଭ ସୃଷ୍ଟିର ସମସ୍ତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ ସମ୍ପର୍କରେ ମୁଁ ବର୍ଣ୍ଣନା କରିବି।


ବର୍ତ୍ତମାନ, ହେ ଆମ୍ଭମାନଙ୍କର ପରମେଶ୍ୱର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରଯୁକ୍ତ ନାମର ପ୍ରଶଂସା କରୁଅଛୁ।


ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି। ତାଙ୍କର ପ୍ରଶଂସା ମୋର ଓଠରେ ସବୁବେଳେ ଲାଗିରହିବ।


ଏହା ପରେ ଦାଉଦ ସବୁ ଦଳର ଲୋକମାନଙ୍କୁ ଏକତ୍ରିତ କରି କହିଲେ, “ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କର।” ତେଣୁ ସମସ୍ତ ଲୋକ ସଦାପ୍ରଭୁ ପରମେଶ୍ୱରଙ୍କର ପ୍ରଶଂସା ଗାନ କଲେ, ଯେଉଁ ପରମେଶ୍ୱରଙ୍କ ଉପାସନା ସେମାନଙ୍କର ପୂର୍ବପୁରୁଷମାନେ ମଧ୍ୟ କରୁଥିଲେ। ସେମାନେ ସଦାପ୍ରଭୁ ଓ ରାଜାଙ୍କୁ ସମ୍ମାନ ଜଣାଇବା ନିମନ୍ତେ ଭୂମିରେ ଆଣ୍ଠୁମାଡ଼ି ପଡ଼ିଲେ।


ସେମାନେ ଏହିପରି ଯାଉ ଯାଉ ଜଳଥିବା ଗୋଟିଏ ଜାଗାରେ ପହଞ୍ଚିଲେ, ଓ ନପୁଂସକ ଜଣକ କହିଲେ, “ଦେଖ, ଏଠାରେ ତ ଜଳ ଅଛି। ଏବେ ମୋର ବାପ୍ତିଜିତ ହେବାର କିଛି ଅସୁବିଧା ଅଛି କି?”


ତୁମ୍ଭେ ମୋତେ ଅତି ଆନନ୍ଦ ଦେଇଛ। ହେ ସର୍ବୋପରିସ୍ଥ ପରମେଶ୍ୱର, ମୁଁ ଶତମୁଖରେ ତୁମ୍ଭର ପ୍ରଶଂସା ଗାନ କରିବି।


Swiv nou:

Piblisite


Piblisite