Biblia Todo Logo
Bib sou entènèt

- Piblisite -




ଗୀତସଂହିତା 86:3 - ପବିତ୍ର ବାଇବଲ

3 ହେ ମୋର ପ୍ରଭୁ, ମୋ’ ପ୍ରତି ଦୟା ଦେଖାଅ। ମୁଁ ତୁମ୍ଭଠାରେ ପ୍ରତିଦିନ ପ୍ରାର୍ଥନା କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ହେ ପ୍ରଭୋ, ମୋʼ ପ୍ରତି ଦୟାଳୁ ହୁଅ; କାରଣ ମୁଁ ଦିନଯାକ ତୁମ୍ଭ ନିକଟରେ ଡାକ ପକାଏ।

Gade chapit la Kopi

ଓଡିଆ ବାଇବେଲ

3 ହେ ପ୍ରଭୁ, ମୋ’ ପ୍ରତି ଦୟାଳୁ ହୁଅ; କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହେ ପ୍ରଭୋ, ମୋʼ ପ୍ରତି ଦୟାଳୁ ହୁଅ; କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।

Gade chapit la Kopi




ଗୀତସଂହିତା 86:3
13 Referans Kwoze  

ହେ ପରମେଶ୍ୱର, ମୋ’ ଉପରେ ଦୟାକର। ମୋ’ ଉପରେ ଦୟାକର, କାରଣ ମୁଁ ସୁରକ୍ଷା ପାଇଁ ତୁମ୍ଭ ନିକଟକୁ ଆସେ। ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବାକୁ ଆସିଛି।


ଆତ୍ମାଙ୍କ ସାହାଯ୍ୟରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ୱରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।


କ୍ଳେଶ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଅଛି। ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭଠାରେ ମୁଁ ହାତ ପାତୁ ଅଛି।


ତୁମ୍ଭର ସତ୍ୟ ମାର୍ଗରେ ଗ୍ଭଲିବାକୁ ମୋତେ କଢ଼ାଇ ନିଅ ଓ ଶିକ୍ଷା ଦିଅ। ତୁମ୍ଭେ ମୋର ପରିତ୍ରାଣର ପରମେଶ୍ୱର ଅଟ। ମୁଁ ପ୍ରତିଦିନ ତୁମ୍ଭ ଉପରେ ଭରସା ରଖେ।


ତା'ପରେ ତାହାଙ୍କର ସ୍ୱାମୀ ମରିଗଲେ ଓ ସେ ବିଧବା ହୋଇ ଏକୁଟିଆ ରହିବାକୁ ଲାଗିଲେ। ଏବେ ତାହାଙ୍କୁ ଚଉରାଅଶୀ ବର୍ଷ ବୟସ ହୋଇଥିଲା। ହାନ୍ନା ସବୁବେଳେ ମନ୍ଦିରରେ ରହୁଥିଲେ। କେବେ ହେଲେ ସେ ମନ୍ଦିର ଛାଡ଼ି ଯାଇ ନ ଥିଲେ। ସେ ଉପବାସ କରି ଓ ସେ ଦିନରାତି ପ୍ରାର୍ଥନା କରି ପରମେଶ୍ୱରଙ୍କ ଉପାସନା କରୁଥିଲେ।


ହେ ପରମେଶ୍ୱର, ମୋତେ ଦୟା କର। ଲୋକମାନେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ କଲେ। ସେମାନେ ନିରନ୍ତର ଭାବରେ ମୋତେ ଅନୁଧାବନ କରୁଛନ୍ତି ଓ ଯୁଦ୍ଧ କରି ଆସୁଛନ୍ତି।


ମୁଁ ସନ୍ଧ୍ୟା, ସକାଳେ ଓ ମଧ୍ୟାହ୍ନରେ ପରମେଶ୍ୱରଙ୍କୁ କଥା କୁହେ। ମୁଁ ତାଙ୍କୁ କୁହେ, ମୋତେ କ’ଣ ବ୍ୟସ୍ତ କରୁଅଛି ଏବଂ ସେ ମୋର କଥା ଶୁଣନ୍ତି!


ହେ ମୋର ଧର୍ମସ୍ୱରୂପ ପରମେଶ୍ୱର, ମୋତେ ଉତ୍ତର ଦିଅ। ମୁଁ ଯେତେବେଳେ ତୁମ୍ଭକୁ ପ୍ରାର୍ଥନା କରୁଛି, ମୋର ଗୁହାରି ଶୁଣ। ମୋ’ ପ୍ରତି ସଦୟ ହୁଅ। ମୋତେ ମୋର ସମସ୍ତ ଦୁଃଖ ଯନ୍ତ୍ରଣାରୁ ମୁକ୍ତି ପ୍ରଦାନ କର।


ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ପାଟି କରି ଡାକୁଥା’ନ୍ତି। ଯାହା ଠିକ୍, ତାହା ପରମେଶ୍ୱର ତାହାଙ୍କ ଲୋକଙ୍କୁ ସଦାବେଳେ ଦେଇଥା’ନ୍ତି। ନିଜ ଲୋକଙ୍କୁ ଉତ୍ତର ଦେବାରେ ପରମେଶ୍ୱର ଆଦୌ ବିଳମ୍ବ କରିବେ ନାହିଁ।


ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି। ସେମାନେ କୁହନ୍ତି, “ସେ କେବେ ମରିବ ଓ ତାହାର ନାମ ସମ୍ପୂର୍ଣ୍ଣ ରୂପେ ଲୋପ ପାଇବ।”


ମୋର ପ୍ରାର୍ଥନା ପ୍ରତି ଟିକେ ଧ୍ୟାନ ଦିଅ। ମୋ’ ପ୍ରତି ଦୟାକରି, ମୋର ପ୍ରାର୍ଥନାରେ କର୍ଣ୍ଣପାତ କର।


ତୁମ୍ଭେ କ’ଣ ମୃତ ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟା କର? ମୃତ ଲୋକମାନେ କ’ଣ ଉଠି ଓ ତୁମ୍ଭର ପ୍ରଶଂସା କରିବେ? ସେଲା


Swiv nou:

Piblisite


Piblisite