Biblia Todo Logo
Bib sou entènèt

- Piblisite -




ଗୀତସଂହିତା 87:1 - ପବିତ୍ର ବାଇବଲ

1 ପରମେଶ୍ୱର ଯିରୁଶାଲମ ପର୍ବତ ଉପରେ ତାଙ୍କର ମନ୍ଦିର ପ୍ରତିଷ୍ଠା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ- ଶ୍ରେଣୀରେ ସ୍ଥାପିତ।

Gade chapit la Kopi

ଓଡିଆ ବାଇବେଲ

1 ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ।

Gade chapit la Kopi




ଗୀତସଂହିତା 87:1
17 Referans Kwoze  

ସେ ସମସ୍ତଙ୍କୁ ଆମ୍ଭେ ଆମ୍ଭର ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପବିତ୍ର ପ୍ରାର୍ଥନା ଗୃହରେ ସେମାନଙ୍କୁ ଆନନ୍ଦିତ କରିବା। ସେମାନଙ୍କର ନୈବେଦ୍ୟ ଓ ଉତ୍ସର୍ଗ ବଳିଦାନକୁ ଆମ୍ଭେ ଗ୍ରହଣ କରିବା; କାରଣ ଆମ୍ଭର ମନ୍ଦିର ସର୍ବ ଗୋଷ୍ଠୀର ଲୋକମାନଙ୍କର ପ୍ରାର୍ଥନା ମନ୍ଦିର ଭାବରେ ଖ୍ୟାତ ହେବ।”


ସେଥିପାଇଁ ମୋର ପ୍ରଭୁ ସଦାପ୍ରଭୁ କୁହନ୍ତି, “ଦେଖ, ମୁଁ ସିୟୋନରେ ଏକ ଭିତ୍ତିମୂଳ ପ୍ରସ୍ତର ସ୍ଥାପନ କରୁଛି, ଏହା ଏକ ପରୀକ୍ଷାସିଦ୍ଧ ପ୍ରସ୍ତର ଓ ବହୁମୂଲ୍ୟବାନ କୋଣ ପ୍ରସ୍ତର। ଏହା ଉପରେ ସବୁକିଛି ଏହି ଗୁରୁତ୍ୱପୂର୍ଣ୍ଣ ପର୍ବତ ଉପରେ ନିର୍ମିତ ହେବ। ଯେକେହି ଏହି ପ୍ରସ୍ତର ଉପରେ ବିଶ୍ୱାସ ରଖେ ସେ ହତାଶ ହେବ ନାହିଁ।


ମୁଁ ମଧ୍ୟ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର ଏବଂ ମୁଁ ଏହି ପଥର ଉପରେ ମୋର ମଣ୍ଡଳୀ ତୋଳିବି। ମୃତ୍ୟୁଶକ୍ତି ମୋର ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହୋଇପାରିବ ନାହିଁ।


ସଦାପ୍ରଭୁ ପୁଣି କୁହନ୍ତି, “ଆମ୍ଭେ ସିୟୋନକୁ ଫେରି ଆସିଛୁ ଏବଂ ଯିରୁଶାଲମ ମଧ୍ୟରେ ବାସ କରିବା। ଯିରୁଶାଲମ ‘ସତ୍ୟର ନଗରୀ’ ବୋଲି କୁହାଯିବ। ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ପର୍ବତକୁ ପବିତ୍ର ବୋଲି କୁହାଯିବ।”


ଆମ୍ଭେ ସେହି ବାଣୀ ଶୁଣିଛୁ। ଆମ୍ଭେମାନେ ଯୀଶୁଙ୍କ ସହିତ ପବିତ୍ର ପର୍ବତରେ ଥିଲାବେଳେ ଏହି ବାଣୀ ଆକାଶରୁ ଆସିଥିଲା।


ବାଶନ ପର୍ବତ, ତୁମ୍ଭେ କାହିଁକି ସିୟୋନ ପର୍ବତକୁ ଈର୍ଷା ଦୃଷ୍ଟିରେ ଦେଖୁଛ? ପରମେଶ୍ୱର ଏହାକୁ ପ୍ରେମ କରନ୍ତି। ପରମେଶ୍ୱର ଏହାକୁ ସେଠାରେ ଚିରଦିନ ରହିବା ପାଇଁ ମନୋନୀତ କରିଛନ୍ତି।


ଯିରୁଶାଲମର ମୋରିୟା ପର୍ବତ ଉପରେ ଶଲୋମନ ସଦାପ୍ରଭୁଙ୍କର ମନ୍ଦିରର ନିର୍ମାଣ କାର୍ଯ୍ୟ ଆରମ୍ଭ କଲେ। ଏହି ମୋରିୟା ପର୍ବତ ଉପରେ ସଦାପ୍ରଭୁ ଶଲୋମନଙ୍କ ବାପା ଦାଉଦଙ୍କ ନିକଟରେ ଆବିର୍ଭାବ ହୋଇଥିଲେ। ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ଶଲୋମନ ସେହି ସ୍ଥାନ ଉପରେ ମନ୍ଦିର ନିର୍ମାଣ କଲେ। ସେହି ସ୍ଥାନଟି ଯିବୂଷୀୟ ଅରୁଣାହଃ ଗହମ ଦଳନ ସ୍ଥାନ ଥିଲା।


ମୁଁ ସାହାଯ୍ୟ ପାଇଁ ପର୍ବତଗଣ ଆଡ଼େ ଗ୍ଭହେଁ। କିନ୍ତୁ ପ୍ରକୃତରେ କେଉଁଠାରୁ ମୋର ସାହାଯ୍ୟ ଆସିବ?


ହେ ପରମେଶ୍ୱର, ହରିଣଟି ଯେପରି ପାଣି ପାଇଁ ସ୍ରୋତ ଆଡ଼କୁ ଧାଏଁ ସେପରି ମୋର ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।


ପରମେଶ୍ୱର ଉଚ୍ଚତମ ସ୍ୱର୍ଗପରି ତାଙ୍କର ମନ୍ଦିର ନିର୍ମାଣ କଲେ। ଚିରସ୍ଥାୟୀ ପୃଥିବୀ ତୁଲ୍ୟ ସେ ତାଙ୍କର ପବିତ୍ର ମନ୍ଦିର ନିର୍ମାଣ କଲେ।


ହେ ଯିରୁଶାଲମ! ଏହିଠାରେ ଆମ୍ଭେମାନେ ତୁମ୍ଭର ଫାଟକ ପାଖରେ ଠିଆ ହୋଇଅଛୁ।


ସେହି ସୈନ୍ୟବାହିନୀ ସେମାନଙ୍କର ଦେଶକୁ ଦୂତ ପ୍ରେରଣ କରିବେ। ସେହି ଲୋକମାନଙ୍କୁ ଦୂତ କି ବାର୍ତ୍ତା ଦେବେ? ସେମାନେ ଘୋଷଣା କରିବେ, “ପଲେଷ୍ଟୀୟ ପରାଜିତ ହେଲା। ମାତ୍ର ସଦାପ୍ରଭୁ ସିୟୋନକୁ ଶକ୍ତିଶାଳୀ କଲେ ଏବଂ ତାଙ୍କର ଦରିଦ୍ର ଲୋକମାନେ ନିରାପତ୍ତା ପାଇଁ ସେଠାକୁ ଗଲେ।”


Swiv nou:

Piblisite


Piblisite