ଗୀତସଂହିତା 9:13 - ପବିତ୍ର ବାଇବଲ13 ମୁଁ ଏହି ପ୍ରାର୍ଥନା ପରମେଶ୍ୱରଙ୍କ ନିକଟରେ କରିବି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟାକର। ଦେଖ, ମୋର ଶତ୍ରୁମାନେ କିଭଳି ମୋ’ ପଛରେ ମୋତେ ଆଘାତ କରିବାକୁ ଲାଗିଛନ୍ତି। ମୋତେ ‘ମୃତ୍ୟୁ ସ୍ଥାନରୁ’ ଉଦ୍ଧାର କର। Gade chapit laପବିତ୍ର ବାଇବଲ (Re-edited) - (BSI)13 ହେ ସଦାପ୍ରଭୋ, ହେ ମୃତ୍ୟୁଦ୍ଵାରରୁ ମୋହର ଉଠାଇବା କର୍ତ୍ତା, ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର। Gade chapit laଓଡିଆ ବାଇବେଲ13 ହେ ସଦାପ୍ରଭୁ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋ’ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ସଦାପ୍ରଭୋ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର। Gade chapit la |
ଏଣୁ ହେ ଆମ୍ଭମାନଙ୍କର ପରମେଶ୍ୱର, ମହାନ ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ। ଅଶୂରୀୟ ରାଜଗଣର ସମୟାବଧି ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ, ଆମ୍ଭମାନଙ୍କ ଯାଜକଗଣ ଉପରେ, ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତୃଗଣ ଉପରେ, ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେଉଁ କ୍ଳେଶ ଘଟିଅଛି, ତାହା ସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।