Biblia Todo Logo
Bib sou entènèt

- Piblisite -




ଗୀତସଂହିତା 9:2 - ପବିତ୍ର ବାଇବଲ

2 ତୁମ୍ଭେ ମୋତେ ଅତି ଆନନ୍ଦ ଦେଇଛ। ହେ ସର୍ବୋପରିସ୍ଥ ପରମେଶ୍ୱର, ମୁଁ ଶତମୁଖରେ ତୁମ୍ଭର ପ୍ରଶଂସା ଗାନ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।

Gade chapit la Kopi

ଓଡିଆ ବାଇବେଲ

2 ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।

Gade chapit la Kopi




ଗୀତସଂହିତା 9:2
18 Referans Kwoze  

ଏହା ପରେ ସେମାନେ ଜାଣିବେ ଯେ, ଯାହାର ନାମ ଯିହୋବାଃ, ତୁମ୍ଭେ ପ୍ରକୃତରେ, ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ପରମେଶ୍ୱର ଅଟ।


କିନ୍ତୁ ଯେଉଁମାନେ ପରମେଶ୍ୱରଙ୍କ ଉପରେ ବିଶ୍ୱାସ ରଖନ୍ତି, ସେମାନେ ସୁଖରେ ରୁହନ୍ତି ଏବଂ ସେମାନେ ଚିରଦିନ ପାଇଁ ସୁଖରେ ରୁହନ୍ତି। ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କୁ ରକ୍ଷା କର ଏବଂ ଯେଉଁମାନେ ତୁମ୍ଭର ନାମର ପ୍ରଶଂସା କରନ୍ତି, ସେମାନଙ୍କୁ ଅଧିକ ଶକ୍ତି ପ୍ରଦାନ କର।


ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି କାରଣ ସେ ମହାନ। ମୁଁ ସର୍ବୋପରିସ୍ଥ ସଦାପ୍ରଭୁଙ୍କର ନାମରେ ପ୍ରଶଂସା ଗାନ କରିବି।


ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗ୍ର ପୃଥିବୀର ଶାସକ। ତୁମ୍ଭେ ଅନ୍ୟ “ଦେବତାମାନଙ୍କ”ଠାରୁ ଉତ୍ତମ।


ସଦାପ୍ରଭୁ ହିଁ ମୋର ବଳ। ସେ ମୋର ଢାଲ ସଦୃଶ। ମୁଁ ତାଙ୍କଠାରେ ବିଶ୍ୱାସ କରେ କାରଣ ସେ ମୋତେ ରକ୍ଷା କଲେ। ମୁଁ ଅତି ଖୁସୀ। ମୁଁ ଆଜି ପ୍ରଶଂସାର ଗୀତ ଗାଇବି।


ପ୍ରଭୁଙ୍କଠାରେ ସର୍ବଦା ଆନନ୍ଦ କର। ମୁଁ ଆଉ ଥରେ କହେ, ଆନନ୍ଦ କର।


ହେ ଧାର୍ମିକଗଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର। ପରମେଶ୍ୱରଙ୍କ ପବିତ୍ର ନାମରେ ଧନ୍ୟବାଦ କର।


ସଦାପ୍ରଭୁଙ୍କର ଧନ୍ୟବାଦ କରିବା ଉତ୍ତମ। ହେ ସର୍ବୋପରିସ୍ଥ ପରମେଶ୍ୱର, ତୁମ୍ଭ ନାମର ପ୍ରଶଂସା ଗାନ କରିବା ଉତ୍ତମ।


“ହେ ମହାରାଜା, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖ‌ଦ୍‌ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ।


ହେ ସଦାପ୍ରଭୁ, ତୁମ୍ଭ ନିଜ କର୍ମ ମୋତେ ଆନନ୍ଦିତ କରିଅଛି। ମୁଁ ତୁମ୍ଭ ହସ୍ତକୃତ କର୍ମର ଯଶଗାନ କରୁଅଛି।


ମୁଁ ପରମେଶ୍ୱରଙ୍କ ଯଜ୍ଞବେଦି ନିକଟକୁ ଆସିବି। ମୁଁ ପରମେଶ୍ୱରଙ୍କ ନିକଟକୁ ଯିବି, ଯିଏ ମୋତେ ସମସ୍ତ ସୁଖ ପ୍ରଦାନ କରିଛନ୍ତି। ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ଏହି ବୀଣା ବାଦ୍ୟଯନ୍ତ୍ରରେ ତୁମ୍ଭର ପ୍ରଶଂସା ଗାନ କରିବି।


ମୋର ଶତ୍ରୁମାନେ ମୋତେ ଘେରି ଗଲେଣି। କିନ୍ତୁ ମୋର ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରି ମୋତେ ରକ୍ଷା କରିବେ। ତା'ପରେ ମୁଁ ତାଙ୍କ ମନ୍ଦିରରେ ମୋର ବଳିଦାନ ଅର୍ପଣ କରିବି। ମୁଁ ଆନନ୍ଦ ଧ୍ୱନିରେ ବଳିଦାନ ଉତ୍ସର୍ଗ ଦେବି। ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବେଦନ କରିବି।


ହେ ସଦାପ୍ରଭୁ, ମୁଁ ମୋର ନିର୍ଦ୍ଦୋଷତା ପ୍ରମାଣ ପାଇଁ ମୋର ହାତ ପ୍ରକ୍ଷାଳନ କରେ, ତେଣୁ ତୁମ୍ଭର ଯଜ୍ଞବେଦି ନିକଟକୁ ଆସିପାରେ।


ହେ ପ୍ରଭୁ, ମୋର ପରମେଶ୍ୱର, ମୁଁ ତୁମ୍ଭକୁ ହୃଦୟ ସହିତ ପ୍ରଶଂସା କରିବି। ମୁଁ ସର୍ବଦା ତୁମ୍ଭ ନାମରେ ଗୌରବ କରିବି।


ଜାତିମାନଙ୍କୁ କୁହ ଯେ, ପରମେଶ୍ୱର ଆଶ୍ଚର୍ଯ୍ୟଜନକ ଅଟନ୍ତି। ପରମେଶ୍ୱରଙ୍କ ପ୍ରକୃତ ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ସନ୍ତାନଗଣଙ୍କୁ କୁହ।


ହେ ପରମେଶ୍ୱର, ମୁଁ ମୋର ହୃଦୟ ସହିତ ତୁମ୍ଭର ପ୍ରଶଂସା ଗାନ କରିବି। ସମସ୍ତ ଦେବତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି।


Swiv nou:

Piblisite


Piblisite