Biblia Todo Logo
Bib sou entènèt

- Piblisite -




ଗୀତସଂହିତା 92:5 - ପବିତ୍ର ବାଇବଲ

5 ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ ମହତ୍। ତୁମ୍ଭର ବିଗ୍ଭରଧାରା ବୁଝିବା ଆମ୍ଭ ପକ୍ଷେ କଷ୍ଟକର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର।

Gade chapit la Kopi

ଓଡିଆ ବାଇବେଲ

5 ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ କିପରି ମହତ ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର।

Gade chapit la Kopi




ଗୀତସଂହିତା 92:5
15 Referans Kwoze  

ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ଅନେକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛ। ତୁମ୍ଭେ ଆମ୍ଭମାନଙ୍କ ପାଇଁ ଅନେକ ଆଶ୍ଚର୍ଯ୍ୟ ଯୋଜନାମାନ ରଖିଛ। କୌଣସି ବ୍ୟକ୍ତି ତାହା କେବେ ଗଣି ପାରିବ ନାହିଁ। ମୁଁ ବାରମ୍ବାର ସେହିସବୁ କଥା କହିବି ଯାହାକୁ ଗଣିବା ଅସମ୍ଭବ।


ପରମେଶ୍ୱର, ତୁମ୍ଭର ଚିନ୍ତାଧାରା ମୋ’ ପାଇଁ ବୁଝିବା କଷ୍ଟକର ଅଟେ। ତହିଁରେ ସେଗୁଡ଼ିକ ଗଣନା କରାଯାଇ ପାରିବ ନାହିଁ।


କିନ୍ତୁ ପରମେଶ୍ୱର ଆତ୍ମାଙ୍କ ମାଧ୍ୟମରେ ଏହି ନିଗୂଢ଼ ବିଷୟମାନ ଆମକୁ ଦେଖାଇ ଦେଇଛନ୍ତି। ଆତ୍ମା ସବୁ ଜାଣନ୍ତି। ସେ ପରମେଶ୍ୱରଙ୍କର ଅତି ଗୋପନୀୟ କଥା ମଧ୍ୟ ଜାଣନ୍ତି।


ସଦାପ୍ରଭୁ ଆଶ୍ଚର୍ଯ୍ୟ କର୍ମମାନ କରନ୍ତି। ଯେଉଁମାନେ ତାଙ୍କୁ ଗ୍ଭହାନ୍ତି ସେମାନେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।


ସେମାନେ ପରମେଶ୍ୱରଙ୍କର ସେବକ ମୋଶାଙ୍କର ଓ ମେଷଶାବକଙ୍କର ଗୀତ ବୋଲୁଥିଲେ: “ହେ ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର! ତୁମ୍ଭର କାର୍ଯ୍ୟଗୁଡ଼ିକ ମହାନ ଓ ଆଶ୍ଚର୍ଯ୍ୟପୂର୍ଣ୍ଣ ହେ ଜାତି ସମୂହର ରାଜା, ତୁମ୍ଭର ପଥଗୁଡ଼ିକ ନ୍ୟାୟସଙ୍ଗତ ଓ ସତ୍ୟ।


ସର୍ବଶକ୍ତିମାନ ସଦାପ୍ରଭୁଙ୍କଠାରୁ ଏହି ଶିକ୍ଷା ମିଳିଥାଏ। ସେ ଆଶ୍ଚର୍ଯ୍ୟ ଜନକ ମନ୍ତ୍ରଣା ଦିଅନ୍ତି ଓ ପ୍ରକୃତରେ ସେ ଜ୍ଞାନରେ ମହାନ।


ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ। ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି। ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।


ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ। ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି। ସେମାନେ ତୁମ୍ଭକୁ ଭୟ କରନ୍ତି।


ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିଛନ୍ତି, ସେ ପର୍ଯ୍ୟନ୍ତ ତାଙ୍କର କ୍ରୋଧ ଫେରିବ ନାହିଁ। ତୁମ୍ଭେମାନେ ଶେଷକାଳରେ ସମ୍ପୂର୍ଣ୍ଣ ରୂପେ ହୃଦୟଙ୍ଗମ କରିବ।


ସବୁକିଛି ଆମ୍ଭର ବୁଝାମଣାର ବାହାରେ, ଏସବୁ କିଏ ବୁଝିପାରିବ?


ହେ ସଦାପ୍ରଭୁ, ତୁମ୍ଭର ମହାନୁଭବତା ସବୁଠାରୁ ଉଚ୍ଚ ପର୍ବତଠାରୁ ମଧ୍ୟ ଅଧିକ ଉଚ୍ଚ ତୁମ୍ଭର ନ୍ୟାୟପ୍ରିୟତା ସମୁଦ୍ରଠାରୁ ଅଧିକ ଗଭୀର। ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁମାନଙ୍କୁ ରକ୍ଷା କର।


କେହି ଆମ୍ଭର ଦୋଷକୁ ଆବିଷ୍କାର କରିବେ ନାହିଁ। ଆମ୍ଭମାନଙ୍କର ସମ୍ପୂର୍ଣ୍ଣ ଯୋଜନା ଅଛି।” ଲୋକମାନେ ବହୁତ କୁଟିଳ ଏବଂ ବୁଝିବା ବହୁତ କଷ୍ଟ।


Swiv nou:

Piblisite


Piblisite