Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 1:3 - ପବିତ୍ର ବାଇବଲ

3 ଯେଉଁ ଲୋକମାନେ ପରମେଶ୍ୱରଙ୍କ ଏହି ବାକ୍ୟ ପଢ଼ନ୍ତି, ଓ ଯେଉଁ ଲୋକମାନେ ଏହି ଭାବବାଣୀକୁ ଶୁଣନ୍ତି ଓ ଏଥିରେ ଲେଖାଥିବା ବିଷୟ ଗୁଡ଼ିକୁ ପାଳନ କରନ୍ତି, ସେମାନେ ଧନ୍ୟ। କାରଣ ସମୟ ନିକଟବର୍ତ୍ତୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି, ପୁଣି ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ; କାରଣ ସମୟ ସନ୍ନିକଟ।

Gade chapit la Kopi

ଓଡିଆ ବାଇବେଲ

3 ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି ପୁଣି, ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ କାରଣ ସମୟ ସନ୍ନିକଟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଯେଉଁ ବ୍ୟକ୍ତି ଏହି ପୁସ୍ତକ ପଢ଼େ ଏବଂ ଯେଉଁମାନେ ଏଥିରେ ପ୍ରକାଶିତ ଭବିଷ୍ୟତ୍ବାଣୀ ଶୁଣି ତାହାର ନିର୍ଦ୍ଦେଶମାନ ପାଳନ କରନ୍ତି, ସେମାନେ ବାସ୍ତବିକ୍ ଭାଗ୍ୟବାନ, କାରଣ ସେହିସବୁ ଘଟିବାର ସମୟ ଆସନ୍ନ!

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି ପୁଣି, ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ, କାରଣ ସମୟ ସନ୍ନିକଟ।

Gade chapit la Kopi




ପ୍ରକାଶିତ 1:3
15 Referans Kwoze  

କିନ୍ତୁ ଯୀଶୁ କହିଲେ, “ପରମେଶ୍ୱରଙ୍କ ଉପଦେଶ ଯେଉଁମାନେ ଶୁଣନ୍ତି ଓ ତାହା ମାନି ଚଳନ୍ତି ପ୍ରକୃତରେ ସେହିମାନେ ହିଁ ଧନ୍ୟ।”


ତା'ପରେ ସ୍ୱର୍ଗଦୂତ ମୋତେ କହିଲେ, “ଏହି ପୁସ୍ତକରେ ଥିବା ଭବିଷ୍ୟ‌‌ଦ୍‌‌‌‌ବାଣୀର ବାକ୍ୟଗୁଡ଼ିକୁ ଗୋପନୀୟ ରଖ ନାହିଁ। ଏସବୁ ଘଟିବାର ସମୟ ପାଖେଇ ଆସିଲାଣି।


ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ୱପୂର୍ଣ୍ଣ। ନିଦ୍ରାରୁ ଜାଗ୍ରତ ହେବାର ସମୟ ଉପସ୍ଥିତ ହୋଇଅଛି। ଆରମ୍ଭ କାଳରେ ବିଶ୍ୱାସ କରିବା ତୁଳନାରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହୋଇଛୁ।


ସବୁ ବିଷୟ ସମାପ୍ତ ହେବାର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂଯତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବାରେ ସାହାଯ୍ୟ କରିବ।


ଯେକେହି ମୋର କଥା ଶୁଣେ, ସେ ଖୁସୀ ହେବ। ସେ ମୋ’ ଦ୍ୱାର ନିକଟକୁ ସବୁଦିନ ଶୀଘ୍ର ଆସେ ଏବଂ ମୋର ଦ୍ୱାର ବାହାରେ ଅପେକ୍ଷା କରେ।


“ଶୁଣ! ଆମ୍ଭେ ଶୀଘ୍ର ଆସୁଛୁ, ଆମ୍ଭେ ସାଙ୍ଗରେ ପୁରସ୍କାର ନେଇ ଆସିବା। ଆମ୍ଭେ ପ୍ରତ୍ୟେକ ବ୍ୟକ୍ତିକୁ ତା'ର କର୍ମ ଅନୁସାରେ ପ୍ରତିଦାନ ଦେବା।


ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶେଷ କଥା ଭୁଲ୍ ନାହିଁ, ପରମେଶ୍ୱରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ।


ଯୀଶୁ ହିଁ ଏସବୁ ସତ୍ୟ କହନ୍ତି। ବର୍ତ୍ତମାନ ସେ କହନ୍ତି, “ହଁ, ଆମ୍ଭେ ଶୀଘ୍ର ଆସୁଛୁ।” ଆମେନ୍। ହେ ପ୍ରଭୁ ଯୀଶୁ ଆସନ୍ତୁ।


“ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଦାନିୟେଲ ‘ଧ୍ୱଂସ ସାଧକ ଭୟଙ୍କର ବସ୍ତୁ’ ବିଷୟରେ କହିଲେ। ଏହି ଭୟଙ୍କର ବସ୍ତୁଟି ପବିତ୍ର ସ୍ଥାନରେ ଠିଆ ହୋଇଥିବାର ଦେଖାଯିବ।’’ (ଏହାକୁ ପ‌ଢ଼ୁଥିବା ଲୋକେ ଏହାର ଅର୍ଥ ବୁଝି ପାରିବା ଉଚିତ୍।)


‘ରାତି’ ପ୍ରାୟ କଟି ଗଲାଣି। ‘ଦିନ’ ପ୍ରାୟ ଏହିଠାରେ। ଅତଏବ ଅନ୍ଧକାରରେ କରୁଥିବା ପାପ କାମ ଆମ୍ଭେ ବନ୍ଦ କରିବା ଉଚିତ୍। ଆମ୍ଭେ ପ୍ରକାଶରେ ହେଉଥିବା ଭଲ କାମ କରିବା ପାଇଁ ପ୍ରସ୍ତୁତ ରହିବା ଉଚିତ୍।


“ମୁଁ ଶୀଘ୍ର ଆସୁଛି। ତୁମ୍ଭର ଯାହା ଅଛି, ତାହା ଦୃଢ଼ ଭାବେ ଧରିରଖ। ତେବେ କେହି ତୁମ୍ଭର ମୁକୁଟ ହରଣ କରି ପାରିବ ନାହିଁ।


ଆଉ ଯିରିମିୟ ସରାୟକୁ କହିଲେ, “ହେ ସରାୟ, ତୁମ୍ଭେ ବାବିଲକୁ ଯାଇ ଏହି ବାର୍ତ୍ତା ସମସ୍ତଙ୍କ ଗୋଚରାର୍ଥେ ପାଠ କର।


Swiv nou:

Piblisite


Piblisite