Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 11:12 - ପବିତ୍ର ବାଇବଲ

12 ତା'ପରେ ସେହି ଦୁଇଜଣ ସାକ୍ଷୀ ସ୍ୱର୍ଗରୁ ଆସୁଥିବା ଗୋଟିଏ ଉଚ୍ଚ ସ୍ୱର ଶୁଣି ପାରିଲେ, “ଏଠାକୁ ଉଠି ଆସ।” ଏହା ଶୁଣି ଦୁଇଜଣ ଭବିଷ୍ୟ‌‌ଦ୍‌‌‌‌ବକ୍ତା ମେଘ ଦ୍ୱାରା ସ୍ୱର୍ଗକୁ ଗଲେ। ଏହା ସେମାନଙ୍କର ଶତ୍ରୁମାନେ ଦେଖୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେତେବେଳେ ସେମାନେ ଆକାଶରୁ ଉଚ୍ଚ ସ୍ଵରରେ ଉକ୍ତ ଏହି ବାଣୀ ଶୁଣିଲେ, ଏଠାକୁ ଉଠିଆସ। ସେଥିରେ ସେମାନେ ମେଘାରୂଢ଼ ହୋଇ ସ୍ଵର୍ଗାରୋହଣ କଲେ , ଆଉ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

12 ସେତେବେଳେ ସେମାନେ ଆକାଶରୁ ଉଚ୍ଚସ୍ୱରରେ ଉକ୍ତ ଏହି ବାଣୀ ଶୁଣିଲେ, ଏଠାକୁ ଉଠିଆସ । ସେଥିରେ ସେମାନେ ମେଘାଛନ୍ନ ହୋଇ ସ୍ୱର୍ଗାରୋହଣ କଲେ, ଆଉ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ଦେଖିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ପୁଣି, ସେହି ଦୁଇଜଣ ଭାବବାଦୀ ସେମାନଙ୍କୁ ସ୍ୱର୍ଗରୁ ଉଚ୍ଚ ସ୍ୱରରେ ଏହି କଥା କହୁଥିବା ଏକ ବାଣୀ ଶୁଣିଲେ: “ଏଠାକୁ ଆସ!” ସେମାନଙ୍କର ଶତ୍ରୁମାନେ ଦେଖୁ ଦେଖୁ ସେମାନେ ମେଘାରୂଢ଼ ହୋଇ ସ୍ୱର୍ଗକୁ ଆରୋହଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେତେବେଳେ ସେମାନେ ଆକାଶରୁ ଉଚ୍ଚସ୍ୱରରେ ଉକ୍ତ ଏହି ବାଣୀ ଶୁଣିଲେ, ଏଠାକୁ ଉଠିଆସ। ସେଥିରେ ସେମାନେ ମେଘାଚ୍ଛନ୍ନ ହୋଇ ସ୍ୱର୍ଗାରୋହଣ କଲେ, ଆଉ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ଦେଖିଲେ।

Gade chapit la Kopi




ପ୍ରକାଶିତ 11:12
21 Referans Kwoze  

ଏହା ପରେ ମୁଁ ଦେଖିଲି, ମୋ’ ସମ୍ମୁଖରେ ସ୍ୱର୍ଗର ଗୋଟିଏ ଦ୍ୱାର ଖୋଲା ହୋଇଅଛି। ମୁଁ ଯେଉଁ ସ୍ୱର ପୂର୍ବରୁ ଶୁଣିଥିଲି, ସେହି ସ୍ୱର ପୁଣି ଶୁଣିଲି। ଏହି ସ୍ୱର ତୂରୀନାଦର ଶବ୍ଦ ପରି ମନେହେଲା। ସେହି ସ୍ୱର କହିଲା, “ଏଠାରୁ ଉପରକୁ ଉଠି ଆସ ଏବଂ ଭବିଷ୍ୟତରେ ଯାହା ଘଟିବ, ତାହା ମୁଁ ତୁମ୍ଭକୁ ଦେଖାଇବି।”


ଯୀଶୁ ପ୍ରେରିତମାନଙ୍କୁ ଏତିକି କହିବା ପରେ ତାହାଙ୍କୁ ଆକାଶକୁ ଉଠେଇ ନିଆଗଲା। ପ୍ରେରିତମାନେ ଦେଖୁଥିବା ସମୟରେ ଯୀଶୁ ଖଣ୍ଡେ ମେଘ ଭିତରକୁ ଗ୍ଭଲିଗଲେ, ଓ ସେମାନେ ତାହାଙ୍କୁ ଆଉ ଦେଖି ପାରିଲେ ନାହିଁ।


ଏହିପରି ସେ ଦୁହେଁ ଏକତ୍ର କଥାବାର୍ତ୍ତା ହୋଇ ଯାଉଥିବା ବେଳେ ହଠାତ୍ ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହେଲେ ଏବଂ ସେ ଦୁହିଁଙ୍କୁ ପୃଥକ କଲେ। ତା'ପରେ ଏଲିୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।


ତା'ପରେ ସେ ସମୟରେ ଆମ୍ଭେ ଜୀବିତ ଥିବା ଲୋକେ ମୃତଲୋକମାନଙ୍କ ସହିତ ଏକାଠି ରୁଣ୍ଡ ହେବା। ଆମ୍ଭକୁ ମେଘମାଳା ଭିତରକୁ ନିଆଯିବ ଓ ସେଠାରେ ବାୟୁମଣ୍ଡଳରେ ଆମ୍ଭେ ପ୍ରଭୁଙ୍କୁ ସାକ୍ଷାତ କରିବୁ।


ସେହି ନାରୀ ଗୋଟିଏ ପୁତ୍ର ଶିଶୁକୁ ଜନ୍ମ ଦେଲେ। ସେ ସମଗ୍ର ରାଷ୍ଟ୍ରଗୁଡ଼ିକୁ ଗୋଟିଏ ଲୌହଦଣ୍ଡରେ ଶାସନ କରିବେ। ତା'ର ଶିଶୁଙ୍କୁ ପରମେଶ୍ୱରଙ୍କ ସିଂହାସନ ପାଖକୁ ଉଠାଇ ନିଆଗଲା।


“ଯେ ବିଜୟୀ ହୁଏ, ମୁଁ ତାହାକୁ ମୋ’ ସହିତ ସିଂହାସନରେ ବସାଇବି। ଯେପରି ମୁଁ ବିଜୟୀ ହୋଇ ମୋର ପରମପିତାଙ୍କ ସହ ତାହାଙ୍କ ସିଂହାସନରେ ବସିଥିଲି, ସେ ସେହିପରି ମୋ’ ସହିତ ବସିବ।


ତାହାକୁ ନର୍କକୁ ପଠାଇ ଦିଆଗଲା। ସେଠାରେ ସେ ବହୁତ ଯନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂରରେ ଦେଖିଲା।


ଏମାନେ କିଏ, ଯେ କି ମେଘ ସଦୃଶ ଉଡ଼ି ଆସୁଛନ୍ତି ଓ ଉଡ଼ନ୍ତା କପୋତ ସଦୃଶ ନିଜ ନିଜ ଭାଡ଼ିକୁ ଉଡ଼ି ଆସୁଛନ୍ତି?


ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖନ୍ତି, ସେମାନେ ନୂତନ ବଳ ପାଆନ୍ତି। ସେମାନେ ଚିଲ ପକ୍ଷୀ ପରି ଆକାଶରେ ଉଡ଼ନ୍ତି। ସେମାନେ କ୍ଳାନ୍ତ ନ ହୋଇ ସେମାନେ ଗମନ କରିବେ।


ଯିରୀହୋର ଦଳେ ଭବିଷ୍ୟ‌ଦ୍‌ବକ୍ତା ଇଲୀଶାୟ ନିକଟକୁ ଆସି କହିଲେ, “ତୁମ୍ଭେ କ’ଣ ଜାଣ ନାହିଁ ସଦାପ୍ରଭୁ ତୁମ୍ଭର ମହାଶୟଙ୍କୁ ତୁମ୍ଭଠାରୁ ଆଜି ନେଇଯିବେ?” ଇଲୀଶାୟ ଉତ୍ତର କଲେ, “ହଁ, ମୁଁ ଏହା ଜାଣେ, କିନ୍ତୁ ତୁମ୍ଭେମାନେ ନୀରବ ହୁଅ।”


ଅନନ୍ତର ସଦାପ୍ରଭୁ ଏଲିୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବାକୁ ଉଦ୍ୟତ ଥିଲେ, ଏଲିୟ ଓ ଇଲୀଶାୟ ଗି‌ଲ୍‌‌‌ଗ‌‌ଲ୍‌‌ଠାରୁ ସେମାନଙ୍କର ରାସ୍ତାରେ ଥିଲେ।


ତେଣୁ ତୁମ୍ଭେମାନେ ମୋ’ ନିକଟକୁ ଫେରି ଆସିବ ଏବଂ ତୁମ୍ଭେମାନେ ଉତ୍ତମ ବ୍ୟକ୍ତି ଓ ମନ୍ଦ ବ୍ୟକ୍ତି ମଧ୍ୟରେ ପ୍ରଭେଦ ଜାଣି ପାରିବ। ପରମେଶ୍ୱରଙ୍କ ଅନୁସରଣକାରୀ ଓ ପରମେଶ୍ୱରଙ୍କ ଅନୁସରଣ କରୁ ନ ଥିବା ବ୍ୟକ୍ତିମାନଙ୍କୁ ତୁମ୍ଭେମାନେ ବାରି ପାରିବ।


ତୁମ୍ଭେ ସର୍ବଦା ନିଜେ ନିଜେ କହି ହେଉଥିଲ, “ଆମ୍ଭେ ପରମେଶ୍ୱରଙ୍କ ପରି ସ୍ୱର୍ଗାରୋହଣ କରିବା। ଆମ୍ଭେ ସ୍ୱର୍ଗର ଊର୍ଦ୍ଧ୍ୱକୁ ଯିବା, ଆମ୍ଭେ ପରମେଶ୍ୱରଙ୍କ ତାରକାର ଊର୍ଦ୍ଧ୍ୱରେ ସିଂହାସନ ସ୍ଥାପନ କରିବା। ଆମ୍ଭେ ଉତ୍ତର ଦିଗସ୍ଥ ପ୍ରାନ୍ତ ପବିତ୍ର ପର୍ବତ ଉପରେ ଉପବିଷ୍ଟ ହେବା ଓ ସେହି ପର୍ବତରେ ପରମେଶ୍ୱରଙ୍କୁ ସାକ୍ଷାତ କରିବା।


ଦୁଷ୍ଟ ଲୋକ ଏହା ଦେଖି କ୍ରୋଧ କରିବେ। ସେମାନେ ରାଗରେ ଦାନ୍ତ କଡ଼ମଡ଼ କରିବେ। କିନ୍ତୁ ଏହା ପରେ ସେମାନେ ଅଦୃଶ୍ୟ ହେବେ। ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହେବ ନାହିଁ।


ହେ ସଦାପ୍ରଭୁ, ମୋତେ ଟିକେ ସୂଚନା ଦିଅ ଯେ, ମୋର ସବୁକିଛି ପାଇଁ ଉତ୍ତମ ହୋଇ ପାରିବ। ମୋର ଶତ୍ରୁଗଣ ତାହା ଦେଖି ନିରାଶ ହେବେ। ଏଥିରୁ ସେମାନେ ଜାଣିବେ ଯେ ତୁମ୍ଭେ ମୋର ପ୍ରାର୍ଥନା ଗ୍ରହଣ କଲ ଓ ମୋତେ ସାନ୍ତ୍ୱନା କଲ।


କିଏ ସଦାପ୍ରଭୁଙ୍କ ପବିତ୍ର ପର୍ବତ ସିୟୋନକୁ ଯାଇପାରିବ? କିଏ ତାଙ୍କ ପବିତ୍ର ମନ୍ଦିରରେ ତାଙ୍କ ସମ୍ମୁଖରେ ଉପାସନା କରି ପାରିବ?


ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ? କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?


ପୁନଶ୍ଚ ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ପୁତ୍ରମାନଙ୍କ ମଧ୍ୟରୁ ପଗ୍ଭଶ୍ ଜଣ ତାଙ୍କର ପଶ୍ଚା‌ତ୍‌ଧାବନ କଲେ। ଏଲିୟ ଓ ଇଲୀଶାୟ ଯର୍ଦ୍ଦନ ନଦୀ ନିକଟକୁ ଯାଇ ଠିଆ ହେଲେ। ଆଉ ସେ ପଗ୍ଭଶ୍ ଲୋକ ସେମାନଙ୍କଠାରୁ ଦୂରରେ ଛିଡ଼ା ହେଲେ।


ରଥର ଚକଗୁଡ଼ିକ ରଥରୁ ବାହାରିଯିବାରୁ, ସେମାନଙ୍କୁ ରଥଗୁଡ଼ିକ ଆଗେଇ ନେବାକୁ ବହୁତ କଷ୍ଟ ହେଲା। ମିଶରୀୟ ଲୋକମାନେ ଚିତ୍କାର କଲେ, “ଗ୍ଭଲ ଏଠାରୁ ପଳାଇ ଯିବା! ସଦାପ୍ରଭୁ ଇସ୍ରାଏଲୀୟ ଲୋକମାନଙ୍କ ପାଇଁ ଆମ୍ଭ ବିରୁଦ୍ଧରେ ଯୁଦ୍ଧ କରୁଛନ୍ତି।”


Swiv nou:

Piblisite


Piblisite