ପ୍ରକାଶିତ 11:15 - ପବିତ୍ର ବାଇବଲ15 ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ୱର୍ଗରେ ଉଚ୍ଚ ସ୍ୱରମାନ ଶୁଣାଗଲା। ସେମାନେ କହିଲେ, “ଏହି ପୃଥିବୀ ବର୍ତ୍ତମାନ ଆମ୍ଭ ପ୍ରଭୁଙ୍କର ଓ ତାହା ଖ୍ରୀଷ୍ଟଙ୍କର ରାଜ୍ୟ ହେଲା। ସେ ଅନନ୍ତକାଳ ନିମନ୍ତେ ରାଜତ୍ୱ କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)15 ସପ୍ତମ ଦୂତ ତୂରୀଧ୍ଵନୀ କରନ୍ତେ ସ୍ଵର୍ଗରେ ମହାଶଦ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ଵ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ଵ କରିବେଙ୍କ। Gade chapit laଓଡିଆ ବାଇବେଲ15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ । Gade chapit laପବିତ୍ର ବାଇବଲ (CL) NT (BSI)15 ତାହାପରେ ସପ୍ତମ ଦୂତ ତାଙ୍କର ତୂରୀ ବଜାଇଲେ ଏବଂ ସ୍ୱର୍ଗରେ ଉଚ୍ଚ ଧ୍ୱନି ସହ ଏହି ବାଣୀ ଶୁଣାଗଲା! “ଆମ ପ୍ରଭୁ ଓ ତାଙ୍କ ମସୀହ ପୃଥିବୀ ଉପରେ ରାଜତ୍ୱ କରିବା ଅଧିକାର ବର୍ତ୍ତମାନ ନିଜ ହାତକୁ ନେଇଛନ୍ତି। ସେ ଏଣିକି ଚିରକାଳ ରାଜତ୍ୱ କରିବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।” Gade chapit la |
ତା'ପରେ ମୁଁ ସ୍ୱର୍ଗରେ ଗୋଟିଏ ଉଚ୍ଚ ଧ୍ୱନି ଏହା କହିବାର ଶୁଣିଲି, “ବର୍ତ୍ତମାନ ଆମ୍ଭ ପରମେଶ୍ୱରଙ୍କ ବିଜୟ, କ୍ଷମତା, ଓ ରାଜତ୍ୱର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ୟ ଉପସ୍ଥିତ ହୋଇଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହାରେ ନିକ୍ଷେପ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭ ଭାଇମାନଙ୍କ ବିଷୟରେ ଅଭିଯୋଗ କରୁଥିଲା।
ତା'ପରେ ମୁଁ କେତୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସେହି ଲୋକମାନଙ୍କୁ ବିଗ୍ଭର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହେବା ଓ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରିବା ହେତୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସେହି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସେହି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସେମାନେ ତାହାଙ୍କ କପାଳରେ ବା ହାତରେ ସେହି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସେମାନେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କଲେ।