Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 11:19 - ପବିତ୍ର ବାଇବଲ

19 ତା'ପରେ ସ୍ୱର୍ଗରେ ପରମେଶ୍ୱରଙ୍କ ମନ୍ଦିର ଖୋଲିଗଲା ଓ ସେହି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦେଖାଗଲା। ଏହି ପବିତ୍ର ସିନ୍ଦୁକରେ ସେହି ଚୁକ୍ତି ଥିଲା, ଯାହାକୁ ପରମେଶ୍ୱର ଲୋକମାନଙ୍କୁ ଦେଇଥିଲେ। ତା'ପରେ ସେଠାରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେତେବେଳେ ସ୍ଵର୍ଗରେ ଥିବା ଈଶ୍ଵରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦୃଷ୍ଟ ହେଲା, ପୁଣି ବିଦ୍ୟୁତ୍, ବିଭିନ୍ନ ସ୍ଵର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।

Gade chapit la Kopi

ଓଡିଆ ବାଇବେଲ

19 ସେତେବେଳେ ସ୍ୱର୍ଗରେ ଥିବା ଈଶ୍ୱରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ସ୍ୱର୍ଗରେ ଥିବା ଈଶ୍ୱରଙ୍କ ମନ୍ଦିର-ଦ୍ୱାର ଖୋଲିଲା ଓ ମନ୍ଦିରରେ ନିୟମ ସିନ୍ଦୁକ ଥିବାର ଦେଖାଗଲା। ତା’ପରେ ବିଜୁଳି ଚମକିଲା, ବଜ୍ରନାଦ, ଭୂମିକମ୍ପ ଓ ପ୍ରବଳ ଶିଳା ବୃଷ୍ଟି ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେତେବେଳେ ସ୍ୱର୍ଗରେ ଥିବା ଈଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମ-ସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।

Gade chapit la Kopi




ପ୍ରକାଶିତ 11:19
33 Referans Kwoze  

ଆକାଶରୁ ଲୋକମାନଙ୍କ ଉପରେ ପ୍ରକାଣ୍ଡ କୁଆପଥରମାନ ପଡ଼ିଲା। ପ୍ରତ୍ୟେକ କୁଆପଥରର ଓଜନ ପ୍ରାୟ 50 କିଲୋଗ୍ରାମ ଥିଲା। ଲୋକମାନେ ସେହି କୁଆପଥର ମହାମାରୀ ପାଇଁ ପରମେଶ୍ୱରଙ୍କୁ ନିନ୍ଦା କଲେ। ଏହି କ୍ଳେଶ ଅତି ଭୟାନକ ଥିଲା।


ପୁଣି ମୁଁ ଗୋଗ ବିପକ୍ଷରେ ମହାମାରୀ ଓ ମୃତ୍ୟୁ ଆଣି ଦଣ୍ଡିତ କରିବି। ମୁଁ ତାହା ଉପରେ, ତାହାର ସୈନ୍ୟଦଳ ଉପରେ ଓ ତା'ର ସଙ୍ଗୀ ଅନେକ ଜାତିମାନଙ୍କ ଉପରେ ପ୍ଳାବନକାରୀ ବୃଷ୍ଟି, ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବୃଷ୍ଟି କରାଇବି।


ସିଂହାସନରୁ ବିଜୁଳିର ଆଲୋକ ଓ ଘଡ଼ଘଡ଼ିର ଶବ୍ଦ ଶୁଭୁଥିଲା। ସିଂହାସନ ସାମନାରେ ସାତୋଟି ଜ୍ୱଳନ୍ତ ଦୀପ ଥିଲା। ଏହି ଦୀପଗୁଡ଼ିକ ପରମେଶ୍ୱରଙ୍କର ସାତୋଟି ଆତ୍ମା ଅଟନ୍ତି।


ତା'ପରେ ଦୂତ ବେଦୀର ଅଗ୍ନି ନେଇ ଧୂପଦାନୀ ପୂର୍ଣ୍ଣ କଲେ ଓ ତାହା ପୃଥିବୀ ଉପରକୁ ନିକ୍ଷେପ କଲେ। ତେଣୁ ସେଠାରେ ବଜ୍ରପାତ, ମେଘ ଘଡ଼ଘଡ଼ି, ବିଜୁଳି, କୋଳାହଳ ଓ ଭୂମିକମ୍ପ ହେଲା।


ପୁଣି ସଦାପ୍ରଭୁ ତାଙ୍କ କ୍ରୋଧର ପ୍ରଚଣ୍ଡତା ଉଚ୍ଚସ୍ୱରରେ ଶୁଣାଇବେ ଓ ତାଙ୍କର ଶକ୍ତିଶାଳୀ ହସ୍ତ କ୍ରୋଧରେ ଅବରୋହଣ କରିବ। ତାହା ଅଗ୍ନିତୁଲ୍ୟ ସମସ୍ତ ଜିନିଷ ଭସ୍ମ କରି ଦେବ। ପୁଣି ସଦାପ୍ରଭୁଙ୍କର କ୍ରୋଧ ଝଡ଼, ତୋଫାନ ଓ ଶିଳାବୃଷ୍ଟି ତୁଲ୍ୟ ହେବ।


ତା'ପରେ ମୁଁ ସ୍ୱର୍ଗ ଖୋଲିଯିବାର ଦେଖିଲି। ସେଠାରେ ଗୋଟିଏ ଶ୍ୱେତ ଅଶ୍ୱ, ଠିଆ ହୋଇଥିଲା। ଅଶ୍ୱାରୋହୀଙ୍କ ନାମ ‘ବିଶ୍ୱସ୍ତ’ ଓ ‘ସତ୍ୟବାନ’। ସେ ନ୍ୟାୟପୂର୍ଣ୍ଣ ଭାବରେ ବିଗ୍ଭର କରନ୍ତି ଓ ଲଢ଼ନ୍ତି।


ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ୱର୍ଗରେ ଉଚ୍ଚ ସ୍ୱରମାନ ଶୁଣାଗଲା। ସେମାନେ କହିଲେ, “ଏହି ପୃଥିବୀ ବର୍ତ୍ତମାନ ଆମ୍ଭ ପ୍ରଭୁଙ୍କର ଓ ତାହା ଖ୍ରୀଷ୍ଟଙ୍କର ରାଜ୍ୟ ହେଲା। ସେ ଅନନ୍ତକାଳ ନିମନ୍ତେ ରାଜତ୍ୱ କରିବେ।”


ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଅତିକ୍ରମ କଲେ, ପୁଣି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।


“ଏହିରୂପେ ଯେତେବେଳେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ୟ ଢାଙ୍କି ଦେବେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସେମାନେ ନିଶ୍ଚୟ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ, ନ ହେଲେ ସମାନେ ମୃତ୍ୟୁବରଣ କରିବେ। ପବିତ୍ର ତମ୍ବୁରେ ଏହା ହିଁ କହାତ ପୁତ୍ରଗଣର କର୍ତ୍ତବ୍ୟ ହେବ।


“ଯେତେବେଳେ ଛାଉଣି ସ୍ଥାନାନ୍ତର କରିବାର ସମୟ ହୁଏ, ତାଙ୍କର ପୁତ୍ରଗଣ ପରଦାରେ ପବିତ୍ର ନିୟମ ସିନ୍ଦୁକକୁ ଢାଙ୍କିବେ।


ତା'ପରେ ସେଠାରେ ବିଜୁଳି ଚମକିଲା, କୋଳାହଳ, ବଜ୍ରନାଦ ଓ ଏକ ଭୟଙ୍କର ଭୂମିକମ୍ପ ହେଲା। ଏଭଳି ଭୟଙ୍କର ଭୂମିକମ୍ପ ମନୁଷ୍ୟ ଇତିହାସରେ କେବେ ହୋଇ ନ ଥିଲା।


ଠିକ୍ ସେହି ସମୟରେ ଏକ ମହା ଭୂମିକମ୍ପ ହେଲା। ନଗରର ଏକ ଦଶମାଂଶ ନଷ୍ଟ ହୋଇଗଲା। ସାତ ହଜାର ଲୋକ ପ୍ରାଣ ହରାଇଲେ। ପ୍ରାଣ ହରାଇ ନ ଥିବା ଲୋକମାନେ ଅଧିକ ଭୟ କଲେ। ସେମାନେ ସ୍ୱର୍ଗର ପରମେଶ୍ୱରଙ୍କୁ ଗୌରବ ଦେଲେ।


ପ୍ରଥମ ସ୍ୱର୍ଗଦୂତ ତାହାଙ୍କ ତୂରୀ ବଜାଇଲେ। ଏହା ଦ୍ୱାରା ପୃଥିବୀ ଉପରେ ରକ୍ତ ମିଶ୍ରିତ ଅଗ୍ନି ଓ ଶିଳାବୃଷ୍ଟି ହେଲା। ଏହି କାରଣରୁ ପୃଥିବୀର ଏକ ତୃତୀୟାଂଶରେ ନିଆଁ ଲାଗି ଏକ ତୃତୀୟାଂଶ ବୃକ୍ଷ ଓ ସବୁଜ ଘାସସବୁ ପୋଡ଼ିଗଲା।


ମାତ୍ର ଏହି କାର୍ଯ୍ୟ ଘଟିବା ପୂର୍ବରୁ ଅରଣ୍ୟ ସମ୍ପୂର୍ଣ୍ଣ ନିପାତିତ ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବ।


ଦେଖ, ମୋର ପ୍ରଭୁଙ୍କର ଜଣେ ବଳବାନ୍ ଓ ସାହସୀ ଲୋକ ଅଛି। ସେ ଶିଳାଯୁକ୍ତ ଝଡ଼ ଓ ପ୍ରଳୟକାଳର ବର୍ଷା ବତାସ ପରି ଆସିବ, ଦ୍ରୁତ ଧାବିତ ବନ୍ୟାଜଳ ସଦୃଶ ପ୍ରବାହିତ ହୋଇ ଶକ୍ତିଶାଳୀ ହସ୍ତରେ ତାକୁ ଭୂମିରେ ନିକ୍ଷେପ କରିବ।


ଏବଂ ସେହି ଲୋକମାନଙ୍କୁ କୁହ, ଯେଉଁମାନେ ପ୍ରାଚୀରକୁ ଲେପନ କରିଛନ୍ତି, ଏହା ଭୁଷୁଡ଼ି ପଡ଼ିବ। ମୁଁ ବଡ଼ବଡ଼ କୁଆପଥର ପ୍ରବଳ ବୃଷ୍ଟି, ସହିତ ଘୂର୍ଣ୍ଣିବାୟୁ ସେହି ପ୍ରାଚୀରକୁ ଧ୍ୱଂସ କରିଦେବା ପାଇଁ ପଠାଇବି।


ପରମେଶ୍ୱର ସେମାନଙ୍କୁ ବର୍ଷା ବଦଳରେ କୁଆପଥର ବୃଷ୍ଟି କରାଇଲେ ଏବଂ ଦେଶର ଗ୍ଭରିଆଡ଼େ ବିଜୁଳିର ଅଗ୍ନି ବ୍ୟାପିଗଲା।


ତା'ପରେ ସଦାପ୍ରଭୁଙ୍କ ଜ୍ୟୋତିରୁ ଉଜ୍ଜ୍ୱଳ ଆଲୋକ ମେଘଖଣ୍ଡ ଦେଇ ନିର୍ଗତ ହେଲା। ତାହା ଆକାଶ ମଧ୍ୟରେ ବିଜୁଳିର ଆଲୋକ ପରି ଆଲୋକିତ ହୋଇ ଉଠିଲା।


ଯେତେବେଳେ ସେମାନେ ଇସ୍ରାଏଲୀୟମାନଙ୍କଠାରୁ ବୈଥୋରୋଣ ରାସ୍ତାରେ ଗଡ଼ାଣି ଆଡ଼କୁ ଦୌଡ଼ି ଅସେକା ପର୍ଯ୍ୟନ୍ତ ପଳାଇଲେ, ସଦାପ୍ରଭୁ ସେମାନଙ୍କ ଉପରେ କୁଆପଥର ବୃଷ୍ଟି କଲେ। ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ମୃତ୍ୟୁବରଣ କଲେ। ଯୁଦ୍ଧ ଅସ୍ତ୍ରରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ସଂଖ୍ୟା ଅପେକ୍ଷା କୁଆପଥର ବୃଷ୍ଟିରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କର ସଂଖ୍ୟା ଅଧିକ ଅଟେ।


ସର୍ବଶକ୍ତିମାନ ସଦାପ୍ରଭୁ ଭୂମିକମ୍ପ, ଘଡ଼ଘଡ଼ି, ଭୟଙ୍କର ଗର୍ଜନ ଝଡ଼, ଘୂର୍ଣ୍ଣିବାୟୁ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ଆସିବେ ଏବଂ ତାକୁ ଧ୍ୱଂସ କରିବେ।


ଏଣୁ ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହିଛନ୍ତି, “ମୁଁ ପ୍ରଚଣ୍ଡ କୋପରେ ବାୟୁ ପ୍ରବାହିତ କରାଇବି। ସେଠାରେ ପ୍ରବଳ ବୃଷ୍ଟି ହେବ ଓ ବୃହତ୍ ଶିଳାବୃଷ୍ଟି ହୋଇ ତାହା ବିନଷ୍ଟ ହେବ।


ଏହା ପରେ ମୁଁ ଦେଖିଲି, ମୋ’ ସମ୍ମୁଖରେ ସ୍ୱର୍ଗର ଗୋଟିଏ ଦ୍ୱାର ଖୋଲା ହୋଇଅଛି। ମୁଁ ଯେଉଁ ସ୍ୱର ପୂର୍ବରୁ ଶୁଣିଥିଲି, ସେହି ସ୍ୱର ପୁଣି ଶୁଣିଲି। ଏହି ସ୍ୱର ତୂରୀନାଦର ଶବ୍ଦ ପରି ମନେହେଲା। ସେହି ସ୍ୱର କହିଲା, “ଏଠାରୁ ଉପରକୁ ଉଠି ଆସ ଏବଂ ଭବିଷ୍ୟତରେ ଯାହା ଘଟିବ, ତାହା ମୁଁ ତୁମ୍ଭକୁ ଦେଖାଇବି।”


ତେଣୁ ଏହି ଲୋକମାନେ ପରମେଶ୍ୱରଙ୍କର ସିଂହାସନ ସମ୍ମୁଖରେ ଅଛନ୍ତି। ସେମାନେ ଦିନରାତି ପରମେଶ୍ୱରଙ୍କର ମନ୍ଦିରରେ ତାହାଙ୍କର ଉପାସନା କରନ୍ତି। ସିଂହାସନରେ ବସିଥିବା ଜଣେ ବ୍ୟକ୍ତି ସେମାନଙ୍କୁ ସୁରକ୍ଷା ପ୍ରଦାନ କରିବେ।


ତା'ପରେ ସ୍ୱର୍ଗରେ ଏକ ବିଚିତ୍ର ଚିହ୍ନ ଦେଖାଗଲା। ମୁଁ ଜଣେ ନାରୀଙ୍କୁ ସୂର୍ଯ୍ୟଙ୍କୁ ବସ୍ତ୍ରରୂପେ ଧାରଣ କରିବାର ଦେଖିଲି। ଚନ୍ଦ୍ର ତାହାଙ୍କ ପାଦତଳେ ଥିଲେ। ତାହାଙ୍କ ମସ୍ତକରେ ବାରଟି ନକ୍ଷତ୍ରର ମୁକୁଟ ଥିଲା।


ତା'ପରେ ମୁଁ ମନ୍ଦିର ଭିତରୁ ଏକ ଉଚ୍ଚ ଧ୍ୱନି ଶୁଣିଲି। ତାହା ସାତୋଟି ଦୂତଙ୍କୁ କହିଲା, “ଯାଅ, ପରମେଶ୍ୱରଙ୍କ କ୍ରୋଧରେ ପୂର୍ଣ୍ଣ ହୋଇଥିବା ସାତୋଟି ପାତ୍ରକୁ ପୃଥିବୀ ଉପରେ ଢାଳିଦିଅ।”


Swiv nou:

Piblisite


Piblisite