ପ୍ରକାଶିତ 11:6 - ପବିତ୍ର ବାଇବଲ6 ଏହି ଦୁଇଜଣ ଭବିଷ୍ୟଦ୍ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସେମାନଙ୍କର କ୍ଷମତା ଅଛି। ଜଳକୁ ରକ୍ତରେ ପରିଣତ କରିବାର କ୍ଷମତା ସେମାନଙ୍କର ଅଛି। ପୃଥିବୀକୁ ପ୍ରତ୍ୟେକ ପ୍ରକାରର ମହାମାରୀ ଦ୍ୱାରା କଷ୍ଟ ଦେବାର କ୍ଷମତା ସେମାନଙ୍କର ଅଛି। ସେମାନେ ସେମାନଙ୍କର ନିଜ ଇଚ୍ଛା ଅନୁସାରେ ଯେତେଥର ଗ୍ଭହିଁବେ, ସେତଥର ଏହା କରି ପାରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥିନିମନ୍ତେ ଆକାଶ ରୁଦ୍ଧ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ଵାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି। Gade chapit laଓଡିଆ ବାଇବେଲ6 ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥି ନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି । Gade chapit laପବିତ୍ର ବାଇବଲ (CL) NT (BSI)6 ଈଶ୍ୱରଙ୍କ ବାର୍ତ୍ତା ପ୍ରଚାର କରିବା ସମୟରେ ଆକାଶକୁ ଅବରୋଧ କରି ବୃଷ୍ଟିପାତ ବନ୍ଦ କରିବାର କ୍ଷମତା ସେମାନଙ୍କୁ ଦିଆଯାଇଛି। ଜଳ ନିର୍ଝରଗୁଡ଼ିକୁ ରକ୍ତରେ ପରିଣତ କରିବାକୁ ଓ ନିଜ ଇଚ୍ଛାନୁଯାୟୀ ପୃଥିବୀରେ ବାରମ୍ବାର ମହାମାରୀ ସୃଷ୍ଟି କରିବାକୁ ସେମାନଙ୍କର ଅଧିକାର ଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥିନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି। Gade chapit la |
ଏଲିୟ ତିଶ୍ବୀୟର ଭବିଷ୍ୟଦ୍ବକ୍ତା ଗିଲିୟଦରେ ରାଜା ଆହାବଙ୍କୁ କହିଲେ, ଗିଲିୟଦର ପ୍ରବାସୀ ତିଶ୍ବୀୟ ଏଲିୟ ଭବିଷ୍ୟଦ୍ବକ୍ତା ରାଜା ଆହାବଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ସେବା କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶରେ କାକର କି ବୃଷ୍ଟିପାତ ହେବ ନାହିଁ। ଯଦି ମୁଁ ଆଦେଶ ଦିଏ ତେବେ ବର୍ଷା ହେବ।”