Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 12:14 - ପବିତ୍ର ବାଇବଲ

14 କିନ୍ତୁ ସେହି ନାରୀକୁ ବୃହତ୍ ଉତ୍କ୍ରୋଶ ପକ୍ଷୀର ଦୁଇଟି ପକ୍ଷ ଦିଆଗଲା। ତେଣୁ ସେ ମରୁଭୂମିରେ ତା’ ପାଇଁ ପ୍ରସ୍ତୁତ ହୋଇଥିବା ସ୍ଥାନକୁ ଉଡ଼ିଯାଇ ପାରିଲା। ସେଠାରେ ସାପଠାରୁ ସୁରକ୍ଷା ପାଇଁ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ତାହାଙ୍କର ଯତ୍ନ ନିଆଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥିନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିବା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଶପକ୍ଷୀର ଦୁଇଟି ପକ୍ଷ ଦତ୍ତ ହେଲା।

Gade chapit la Kopi

ଓଡିଆ ବାଇବେଲ

14 ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥି ନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିଵା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଷ ପକ୍ଷୀର ଦୁଇଟି ଡେଣା ଦିଆ ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ତା’ର ଆକ୍ରମଣରୁ ରକ୍ଷା ପାଇବା ପାଇଁ ସ୍ତ୍ରୀ ଲୋକଟିକୁ ଦୁଇଟି ଇଗଲ୍ ପକ୍ଷୀର ଡ଼େଣା ପ୍ରଦତ୍ତ ହେଲା। ତା’ ସାହାଯ୍ୟରେ ସେ ମରୁଭୂମିରେ ନିଜ ବାସ ସ୍ଥାନକୁ ଉଡ଼ିଯାଇ, ସେଠାରେ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ନିରାପଦରେ ରହିବାକୁ ସମର୍ଥ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥିନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିବା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଷପକ୍ଷୀର ଦୁଇଟି ଡେଣା ଦିଆ ହେଲା।

Gade chapit la Kopi




ପ୍ରକାଶିତ 12:14
10 Referans Kwoze  

ତୁମ୍ଭେମାନେ ଦେଖିଛ ମୁଁ ମିଶର ବାସୀମାନଙ୍କର ଯାହା କରିଛି। ତୁମ୍ଭେମାନେ ଦେଖିଛ ମୁଁ ତୁମ୍ଭକୁ କିପରି ମିଶରରୁ ଉତ୍କ୍ରୋଶପକ୍ଷୀ ସଦୃଶ ଉଠାଇ ମୋ’ ପାଖକୁ ଆଣିଲି।


ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖନ୍ତି, ସେମାନେ ନୂତନ ବଳ ପାଆନ୍ତି। ସେମାନେ ଚିଲ ପକ୍ଷୀ ପରି ଆକାଶରେ ଉଡ଼ନ୍ତି। ସେମାନେ କ୍ଳାନ୍ତ ନ ହୋଇ ସେମାନେ ଗମନ କରିବେ।


ସେହି ସ୍ତ୍ରୀଲୋକଟି, ପରମେଶ୍ୱର ତା’ ପାଇଁ ପ୍ରସ୍ତୁତ କରି ରଖିଥିବା ମରୁଭୂମିର ଗୋଟିଏ ସ୍ଥାନକୁ ଗ୍ଭଲିଗଲା। ସେଠାରେ ତା'ର ଯତ୍ନ 1,260 ଦିନ ପର୍ଯ୍ୟନ୍ତ ନିଆଯିବ।


ତା'ପରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ର ପରିହିତ ଲୋକଟି ତା'ର ହସ୍ତ ଉପରକୁ ଟେକି ପରମେଶ୍ୱରଙ୍କ ନାମରେ ଶପଥ କରି କହିଲେ, “ଏହା ସାଢ଼େ ତିନି ବର୍ଷ ଯିବ। ଏହି ସମସ୍ତ ସତ୍ୟ ହେବ ଯେତେବେଳେ ପବିତ୍ର ଲୋକମାନଙ୍କର ଯନ୍ତ୍ରଣା ଶେଷ ହେବ।”


ଏବଂ ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ବିରୁଦ୍ଧରେ କଥା କହିବ ଓ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କୁ ବଧ କରିବ। ଆଉ ସେ ସମୟ ଓ ଆଜ୍ଞାର ପରିବର୍ତ୍ତନ କରିବାକୁ ଚିନ୍ତା କରିବ। ସାଢ଼େ ତିନି ବର୍ଷ ପାଇଁ ସେମାନେ ତା’ ହସ୍ତରେ ସମର୍ପିତ ହେବେ।


ଆଃ, ଯେବେ କପୋତ ପରି ମୋର ପକ୍ଷ ଥା’ନ୍ତା ତେବେ ମୁଁ ଉଡ଼ିଯାଆନ୍ତି ଓ ବିଶ୍ରାମ ପାଇଁ ସ୍ଥାନ ବାଛନ୍ତି।


ତା'ପରେ ଦୂତ ମୋତେ ଆତ୍ମା ଦ୍ୱାରା ମରୁଭୂମିକୁ ବହି ନେଇଗଲେ। ସେଠାରେ ମୁଁ ଗୋଟିଏ ନାରୀକୁ ଲାଲ ରଙ୍ଗର ପଶୁ ଉପରେ ବସିଥିବାର ଦେଖିଲି। ସେ ପଶୁର ସର୍ବାଙ୍ଗ ଶରୀର ଉପରେ ଈଶ୍ୱରଙ୍କ ନିନ୍ଦା କରୁଥିବା ନାମସବୁ ଲେଖା ଯାଇଥିଲା। ସେହି ପଶୁର ସାତୋଟି ମସ୍ତକ ଓ ଦଶଟି ଶିଙ୍ଗ ଥିଲା।


ଅନ୍ୟ ପବିତ୍ର ବ୍ୟକ୍ତି ଉତ୍ତର କଲେ, “ଏହା 2,300 ଦିନ ପର୍ଯ୍ୟନ୍ତ ଗ୍ଭଲିବ। ତା'ପରେ ଧର୍ମଧାମ ପ୍ରତିଷ୍ଠିତ ହେବ।”


Swiv nou:

Piblisite


Piblisite