Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 14:17 - ପବିତ୍ର ବାଇବଲ

17 ତା'ପରେ ଆଉ ଜଣେ ସ୍ୱର୍ଗ ଦୂତ ସ୍ୱର୍ଗର ମନ୍ଦିର ଭିତରୁ ଆସିଲେ। ତାହାଙ୍କର ମଧ୍ୟ ଗୋଟିଏ ଧାରୁଆ ଦାଆ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତତ୍ପରେ ସ୍ଵର୍ଗସ୍ଥ ମନ୍ଦିରରୁ ଆଉ ଜଣେ ଦୂତ ବାହାର ହେଲେ, ତାହାଙ୍କ ହସ୍ତରେ ମଧ୍ୟ ଗୋଟିଏ ସୁତୀକ୍ଷ୍ମ ଦାଆ ଥିଲା।

Gade chapit la Kopi

ଓଡିଆ ବାଇବେଲ

17 ତତ୍ପରେ ସ୍ୱର୍ଗସ୍ଥ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ, ତାହାଙ୍କ ହସ୍ତରେ ମଧ୍ୟ ଗୋଟିଏ ତୀକ୍ଷ୍ଣ ଦାଆ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ତାହାପରେ ମୁଁ ଦେଖିଲି, ଆଉ ଜଣେ ଦୂତ ସ୍ୱର୍ଗସ୍ଥ ମନ୍ଦିରରୁ ଆସୁଛନ୍ତି; ତାଙ୍କ ହାତରେ ମଧ୍ୟ ଖଣ୍ଡିଏ ତୀକ୍ଷ୍ଣ ଦାଆ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତତ୍ପରେ ସ୍ୱର୍ଗସ୍ଥ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ, ତାହାଙ୍କ ହସ୍ତରେ ମଧ୍ୟ ଗୋଟିଏ ତୀକ୍ଷ୍ଣ ଦାଆ ଥିଲା।

Gade chapit la Kopi




ପ୍ରକାଶିତ 14:17
7 Referans Kwoze  

ତା'ପରେ ମୁଁ ମନ୍ଦିର ଭିତରୁ ଏକ ଉଚ୍ଚ ଧ୍ୱନି ଶୁଣିଲି। ତାହା ସାତୋଟି ଦୂତଙ୍କୁ କହିଲା, “ଯାଅ, ପରମେଶ୍ୱରଙ୍କ କ୍ରୋଧରେ ପୂର୍ଣ୍ଣ ହୋଇଥିବା ସାତୋଟି ପାତ୍ରକୁ ପୃଥିବୀ ଉପରେ ଢାଳିଦିଅ।”


ତା'ପରେ ଆଉ ଜଣେ ସ୍ୱର୍ଗଦୂତ ବେଦୀରୁ ଆସିଲେ। ସେହି ଦୂତଙ୍କର ଅଗ୍ନି ଉପରେ କ୍ଷମତା ଥିଲା। ସେ ଧାରୁଆ ଦାଆ ଧରିଥିବା ଦୂତଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, “ପୃଥିବୀର ଅଙ୍ଗୁର ପେନ୍ଥାଗୁଡ଼ିକ ଦାଆ ବ୍ୟବହାର କରି କାଟି ପକାଅ, କାରଣ ଦ୍ରାକ୍ଷା ପାଚିଗଲାଣି।”


ତା'ପରେ ସ୍ୱର୍ଗରେ ପରମେଶ୍ୱରଙ୍କ ମନ୍ଦିର ଖୋଲିଗଲା ଓ ସେହି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦେଖାଗଲା। ଏହି ପବିତ୍ର ସିନ୍ଦୁକରେ ସେହି ଚୁକ୍ତି ଥିଲା, ଯାହାକୁ ପରମେଶ୍ୱର ଲୋକମାନଙ୍କୁ ଦେଇଥିଲେ। ତା'ପରେ ସେଠାରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା।


ତେଣୁ ମେଘ ଉପରେ ଯିଏ ବସିଥିଲେ, ସେ ପୃଥିବୀର ଶସ୍ୟରେ ଦାଆ ଲଗାଇଲେ। ଏହିପରି ପୃଥିବୀର ଶସ୍ୟ କଟାଗଲା।


ତା'ପରେ ସପ୍ତମ ଦୂତ ତାହାଙ୍କ ପାତ୍ରକୁ ବାୟୁରେ ଢାଳିଲେ ଓ ମନ୍ଦିର ଭିତରୁ ସିଂହାସନଠାରୁ ଗୋଟିଏ ଉଚ୍ଚ ସ୍ୱର ଆସିଲା। ସେହି ସ୍ୱର କହିଲା, “ଏହା ସମାପ୍ତ ହେଲା।”


Swiv nou:

Piblisite


Piblisite